ETV Bharat / state

ଗ୍ରୀଷ୍ମ ପ୍ରବାହ ମଧ୍ୟରେ ସଫଳ ନିର୍ବାଚନ ପରିଚାଳନା ନେଇ ଉଚ୍ଚସ୍ତରୀୟ ବୈଠକ - Meeting At CEO Office

author img

By ETV Bharat Odisha Team

Published : Apr 9, 2024, 9:55 PM IST

Meeting Over Election At CEO Office:ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ହେବାକୁ ଯାଉଛୁି ନିର୍ବାଚନ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ସମ୍ଭାବ୍ୟ କାଳବୈଶାଖୀ ମଧ୍ୟରେ ସଫଳ ନିର୍ବାଚନ ପ୍ରକ୍ରିୟା ପରିଚାଳନା ପାଇଁ ଉଚ୍ଚସ୍ତରୀୟ ବୈଠକ । ବୈଠକରେ କ'ଣ ହେଲା ଆଲୋଚନା । ଅଧିକ ପଢ଼ନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ଓଡ଼ିଶାରେ ସାଧାରଣ ନିର୍ବାଚନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି । ଭାରତ ନିର୍ବାଚନ କମିଶନଙ୍କ ଦ୍ୱାରା ଧାର୍ଯ୍ୟ ହୋଇଥିବା ତାରିଖ ଅନୁସାରେ ଓଡିଶାରେ ମେ' ୧୩, ୨୦, ୨୫ ଓ ଜୁନ ୧ରେ ଚତୁର୍ଥ, ପଞ୍ଚମ, ଷଷ୍ଠ ଓ ସପ୍ତମ ପର୍ଯ୍ୟାୟରେ ମତଦାନ ହେବ । ଏହି ସମୟରେ ସାଧାରଣତଃ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥାଏ । ତେଣୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ସମ୍ଭାବ୍ୟ କାଳବୈଶାଖୀ ମଧ୍ୟରେ ସଫଳ ନିର୍ବାଚନ ପ୍ରକ୍ରିୟା ପରିଚାଳନା ପାଇଁ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଭୁବନେଶ୍ୱରସ୍ଥ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ଏହି ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ।

ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମଧ୍ୟରେ ଓଡ଼ିଶାରେ ବିନା କୌଣସି ଜନଜୀବନ ହାନୀରେ ଉଚ୍ଚ ମତଦାନ ହାରକୁ ବଜାୟ ରଖିବା ସହ ତ୍ରୁଟିଶୂନ୍ୟ ନିର୍ବାଚନ ପ୍ରକ୍ରିୟାର ଆହ୍ୱାନ ବିଷୟରେ ଅବଗତ କରାଇଛନ୍ତି । ମତଦାନ ଦିନ ଓ ମତଗଣନା ଦିନ ଯେପରି ଭାବରେ ବିନା କୌଣସି ବାଧାବିଘ୍ନରେ ସମସ୍ତ କାର୍ଯ୍ୟ ସମାପନ ହେବ ସେଥିପାଇଁ ବିଭିନ୍ନ ବିଭାଗର ସମନ୍ୱୟ ଉପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଜୋର ଦେଇଛନ୍ତି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ମତଦାନ କେନ୍ଦ୍ରରେ ବିଶେଷ ବ୍ୟବସ୍ଥା କରାଯିବ । ପ୍ରତିଟି ମତଦାନ କେନ୍ଦ୍ରରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ, ମହିଳା ଓ ପୁରୁଷଙ୍କ ପାଇଁ ସ୍ୱତନ୍ତ୍ର ଶୌଚାଳୟ, ଧାଡ଼ି ବାନ୍ଧିବା ପାଇଁ ଛାଇ, ଚୌକି ଓ ପ୍ରତୀକ୍ଷା କକ୍ଷର ବ୍ୟବସ୍ଥା ରହିବ । ଏହି ସବୁ ସ୍ଥାନରେ ଅବ୍ୟାହତ ବିଜୁଳି ଓ ପଙ୍ଖା ରହିବା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।

ସେହିପରି ସମସ୍ତ ମତଦାନ କେନ୍ଦ୍ରରେ ଜଣେ ଲେଖାଏଁ ଆଶାକର୍ମୀ ନିୟୋଜିତ ହେବେ । ସେମାନଙ୍କ ପାଖରେ ଅଂଶୁଘାତ ମୁକାବିଲା ପାଇଁ ଅତ୍ୟାବଶ୍ୟକ ଔଷଧପତ୍ର ରହିବ । ପ୍ରତିଟି ସେକ୍ଟର ଅଫିସରଙ୍କ ସହ ଜଣେ ପାରା-ମେଡିକାଲ କର୍ମୀ ମଧ୍ୟ ରହିବେ । ଯଦି କେହି ଅଂଶୁଘାତର ଶିକାର ହୁଅନ୍ତି ତେବେ ତାଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ପହଞ୍ଚାଯିବ । ଏଥିପାଇଁ ମତଦାନ ଦିନଗୁଡ଼ିକରେ ଅଧିକ ସଂଖ୍ୟକ ଆମ୍ବୁଲାନ୍ସ ମହଜୁଦ ରଖାଯିବ । ସୂଚନା-ଶିକ୍ଷା-ପ୍ରଚାର ମାଧ୍ୟମରେ ଅଂଶୁଘାତ ସତର୍କତା ବାର୍ତ୍ତା ଜନସାଧାରଣଙ୍କ ପାଖକୁ ପହଞ୍ଚାଯିବ । ଏହାସହ ପ୍ରତିଟି ବୁଥରେ ଜଳଛତ୍ର ଖୋଲାଯିବା ସହିତ ଓଆରଏସ ଉପଲବ୍ଧ କରାଯିବ । ପ୍ରିଜାଇଡିଂ ଅଫିସର ଓ ପୋଲିଂ ଅଫିସରମାନଙ୍କ ଦ୍ୱିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ସମୟରେ ଡାକ୍ତରମାନଙ୍କ ଦ୍ୱାରା ସେମାନଙ୍କୁ ଅଂଶୁଘାତ ସମ୍ବନ୍ଧୀୟ ସଚେତନତା ପ୍ରଶିକ୍ଷଣ ଦିଆଯିବ । ଏହି ସମସ୍ତ ବ୍ୟବସ୍ଥା ମାଧ୍ୟମରେ ମତଦାତାମାନଙ୍କୁ ମତଦାନର ଏକ ସ୍ମରଣୀୟ ଅନୁଭବ ସୃଷ୍ଟି କରିବା ପାଇଁ ନିରନ୍ତର ଉଦ୍ୟମ କରାଯାଉଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ମତ ଦେଇଛନ୍ତି ।

ନିର୍ବାଚନ ପ୍ରକ୍ରିୟାରେ ସାମିଲ ହେଉଥିବା ସମସ୍ତ ଅଧିକାରୀଙ୍କ ପାଇଁ ଉଚିତ ବ୍ୟବସ୍ଥା କରାଯିବା ବିଷୟରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଭିତରେ ମଧ୍ୟ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଓ ସୁରକ୍ଷା କର୍ମଚାରୀମାନେ ନିଜ ନିଜର ଦାୟିତ୍ୱ ସଂପାଦନ କରିବାକୁ ଯାଉଛନ୍ତି । ତେଣୁ ସେମାନଙ୍କ ସୁରକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି । ସେମାନଙ୍କ ରହିବା, ଗମନାଗମନ ସୁବିଧା ଓ ଖାଦ୍ୟ ବ୍ୟବସ୍ଥା ବିଷୟରେ ଆଲୋଚନା ହୋଇଛି । ସେମାନେ ଯେପରି ନିର୍ବାଚନ କାର୍ଯ୍ୟ କରିବା ସମୟରେ ଅଂଶୁଘାତର ଶିକାର ନ ହୁଅନ୍ତି, ସେଥିପ୍ରତି ଯନିବାନ ହେବାକୁ ପଡ଼ିବ ବୋଲି ନିର୍ବାଚନ ଅଧିକାରୀ ମତପ୍ରକାଶ କରିଛନ୍ତି ।

ସେହିପରି ବୈଠକରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ମହିଳା କର୍ମଚାରୀଙ୍କ ବିଷୟରେ ସ୍ୱତନ୍ତ୍ର ଆଲୋଚନା ହୋଇଛି । ସମସ୍ତ ବୁଥର ସୁରକ୍ଷା ପାଇଁ ସୁଉଚ୍ଚ ପାଚେରିର ବ୍ୟବସ୍ଥା କରାଯାଇଛି । ଯେଉଁଠାରେ ସଖି ବୁଥ ରହିବ, ସେଠାରେ ସୁରକ୍ଷା କର୍ମଚାରୀ ମଧ୍ୟ ମହିଳା ରହିବେ । ଓଡ଼ିଶାରେ ନିୟୋଜିତ ନିର୍ବାଚନ କର୍ମଚାରୀଙ୍କ ମଧ୍ୟରେ ପ୍ରାୟ ୩୦ ପ୍ରତିଶତ ମହିଳା କର୍ମଚାରୀ ରହିଛନ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବହୁଳ ପ୍ରଚେଷ୍ଟାରେ ଭୋଟର ତାଲିକାରେ ପ୍ରତି ୧୦୦୦ ପୁରୁଷ ଭୋଟର ପିଛା ମହିଳା ଭୋଟରଙ୍କ ସଂଖ୍ୟା ୯୬୧ରୁ ୯୭୪କୁ ବୃଦ୍ଧି ପାଇଛି । ଏହା ଏକ ଗୌରବର ବିଷୟ ଓ ମହିଳାମାନେ ଯେପରି ପ୍ରାଥମିକତା ଭିତ୍ତିରେ ମତଦାନ କରିବେ, ସେଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି ।

ଏହି ସମସ୍ତ ବ୍ୟବସ୍ଥା ଯେପରି ଉପଯୁକ୍ତ ଭାବରେ ତୃଣମୂଳ ସ୍ତରରେ ଲାଗୁହେବ, ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ଉପସ୍ଥିତ ସମସ୍ତ ବରିଷ୍ଠ ଅଧିକାରୀମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି. ମାଥିଭାଥନନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥି ଏସ, ଉଚ୍ଚଶିକ୍ଷା ବିଭାଗ ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଛନ୍ତି । ବୈଠକରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡାକ୍ତର ଏନ. ତିରୁମାଲା ନାୟକ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ମିହିର ମହାନ୍ତି, ପଞ୍ଚାୟତିରାଜ ଓ ପାନୀୟ ଜଳ, ଶକ୍ତି, ପୂର୍ତ୍ତ, ଓସଡମା ଆଦିର ନିର୍ଦ୍ଦେଶକମାନେ ଉପସ୍ଥିତ ରହିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.