ଭୁବନେଶ୍ବର: ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବର୍ତ୍ତମାନ ପଶ୍ଚିମବଙ୍ଗ ଗାଙ୍ଗେଟିକ୍ ଅଞ୍ଚଳ ଉପରେ ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଦୁର୍ବଳ ହେବା ସହ ଆଗାମୀ କିଛି ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ । ପରେ ଝାରଖଣ୍ଡ ଓ ଦକ୍ଷିଣ ଛତିଶଗଡ ଆଡକୁ ଗତି କରିବ । ପ୍ରଭାବରେ ଆଗାମୀ ୨୪ ଘଣ୍ଟା କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଓଡିଶା ଉପକୂଳରେ 70 କିମି ବେଗରେ ପବନ ବହିବା ନେଇ ସମ୍ଭାବନା ରହିଛି ।
ଆଜି ପାଇଁ ୱାର୍ଣ୍ଣିଂ:
ଆଜି ଅନେକ ସ୍ଥାନେର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଅର୍ଥାତ ୧୨ରୁ ୨୦ ସେ.ମି ବର୍ଷା ହେବ । ଏଥିପାଇଁ ୨ଟି ଜିଲ୍ଲା ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ଅନୁଗୋଳ, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଚେତେବାନୀ ଜାରି କରିଛି ପାଣିପାଗ ବିଭାଗ ।
![Odisha Weather Update](https://etvbharatimages.akamaized.net/etvbharat/prod-images/16-09-2024/od-bbs-avb-weather-od10039_16092024161842_1609f_1726483722_709.jpg)
ବିଜୁଳି ଘଡ଼ଘଡ଼ି ସତର୍କ:
ଆସନ୍ତାକାଲି ପାଇଁ ବିଜୁଳି ଘଡଘଡି ବର୍ଷା ଥିବା ବେଳେ ରାଜ୍ୟର କିଛି କିଛି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ପୁଣି ୧୯ ତାରିଖରୁ ବର୍ଷା ବଢିବ ବୋଲି ପୂର୍ବାନୁମାନ କକରିଛି ପାଣିପାଗ ବିଭାଗ । ୧୯ ତାରିଖରେ ଦକ୍ଷୀଣ ଓଡ଼ିଶାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନେ ରହିଛି । ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ସେହିପରି ୨୦ ତାରିଖରେ ବିଜୁଳି ଘଡ଼ଘଡ଼ି ପାଇଁ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଏହା ମଧ୍ୟ ପଢ଼ନ୍ତୁ...ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା, ୩ଟି ଜିଲ୍ଲାକୁ ରେଡ୍ ଆଲର୍ଟ - Odisha Weather Update |
ନିଅଣ୍ଟିଆ ବର୍ଷା :
ସେପଟେ ସାରା ରାଜ୍ୟରେ ୯୭୬.୨ ମିମି ବର୍ଷା ହୋଇଥିବା ବେଳେ ବର୍ତ୍ତମାନ ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଏହି କ୍ରମରେ ମୟୂରଭଞ୍ଜ ଉଦଳାରେରେ ସର୍ବାଧିକ ୧୪୧.୭ ମିମି ବର୍ଷା ରେକର୍ଡ କରାଯାଇଛି ।
ଇଟିଭି ଭାରତ, ଭୁବନେଶ୍ବର