ETV Bharat / state

ଅବପାତର ରୂପନେଲା ଲଘୁଚାପ; ଅଶାନ୍ତ ରହିବ ସମୁଦ୍ର, ନିର୍ଧୁମ ଛେଚିବ - Odisha Weather Forecast

author img

By ETV Bharat Odisha Team

Published : Jul 19, 2024, 6:34 PM IST

Odisha Weather Update: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲୋ- ପ୍ରେସର ଆଜି ଅବପାତରେ ପରିଣତ ହୋଇଛି । ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି । ଅଧିକ ପଢ଼ନ୍ତୁ

IMD Odisha Weather Forecast
IMD Odisha Weather Forecast (ETV Bharat Odisha)

ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି । ଯାହା ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ରହିଛି । କ୍ରମଶଃ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି ସକାଳେ ପୁରୀ ନିକଟରେ ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ଆଗାମୀ 5 ଦିନ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ସାରା ରାଜ୍ୟରେ ବର୍ଷା ହେବା ସହ ପ୍ରବଳ ଓ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷାକୁ ନେଇ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୦ ସେ.ମି.ରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ପ୍ରବଳ ବର୍ଷା ପ୍ରଭାବରେ ବିଭିନ୍ନ ସ୍ଥାନରେ ଭୂସ୍ଖଳନ ଓ ଜଳବନ୍ଦୀ ହେବାର ସମ୍ଭାବନା ରହିଥିବା ବେଳେ ଏଥିପ୍ରତି ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଏପରିକି ନଦୀରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ସହ ଚାଷୀଙ୍କୁ ଅମଳ ଶସ୍ୟକୁ ସୁରକ୍ଷିତ ରଖିବାକୁ ପରାମର୍ଶ ଦିଆଯାଇଛି । ମାଟି ଘରେ ରହୁଥିବା ଲୋକଙ୍କୁ ସତର୍କ କରାଯାଇଛି । ବିଶେଷ କରି ସହରବାସୀଙ୍କ ପାଇଁ ଅଣ୍ଡରପାସରେ ପାଣି ଜମିବାର ସମ୍ଭାବନାକୁ ନେଇ ଟ୍ରାଫିକ ଜାମ ଉପରେ ସଚେତନ ରହିବ ଉପରେ ପରାମର୍ଶ ଦେଇଛି ବିଭାଗ । ସେହିପରି କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡା, ରାୟଗଡା, ଗଞ୍ଜାମ ଓ ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରଯାଇଛି ।

ଆସନ୍ତାକାଲି 20 ତାରିଖରେ ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ସମ୍ବଲପୁର, ବରଗଡ଼, ସୋନପୁର, ଅନୁଗୋଳ, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଲାଗି ରହିବ । ସେହିପରି 21 ତାରିଖରେ ମଧ୍ୟ ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ ଓ ବରଗଡ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଲଘୁଚାପ ପ୍ରଭାବରେ 22 ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦୋବଗଡ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ । 23 ତାରିଖରେ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେବେ ବର୍ଷା ସହ 45-65 ବେଗରେ ପବନ ବହିବା ସମ୍ଭାବନା ରହିଛି । ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ସମୁଦ୍ର ମଧ୍ୟକୁ ଯିବାପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ରାଜ୍ୟରେ ଆଗାମୀ ୫ଦିନ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି - Odisha Weather

ସେପଟେ ଚଳିତ ସିଜିନରେ ୩୦୩.୬ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଏବେ ବି ରାଜ୍ୟରେ ୨୫ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ବର୍ତ୍ତମାନ ରାଜ୍ୟରେ ୪୦୫.୫ ମିମି ବର୍ଷା ହେବା କଥା । ୧୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଥିବା ୧୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ କୋରାପୁଟ କୋଟପାଡ଼ରେ ସର୍ବାଧିକ ୧୨୩ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ନୂଆପଡ଼ାରେ ୩୬.୦ ଡିଗ୍ରୀ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.