ETV Bharat / state

ଆଗାମୀ 48ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - Odisha Weather

author img

By ETV Bharat Odisha Team

Published : Aug 13, 2024, 6:02 PM IST

Odisha Weather Update: ଆଗାମୀ 5ରୁ 7 ଦିନ ରାଜ୍ୟରେ ଜାରି ରହିବ ପ୍ରବଳ ବର୍ଷା । ସେହିପରି ଆଗାମୀ 48 ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଏସବୁ ଜିଲ୍ଲାକୁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Odisha Weather Updat
Odisha Weather Updat (ETV Bharat Odisha)

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟ ଉପରେ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ ସକ୍ରିୟ ରହିଛି । ମୌସୁମୀ ଟ୍ରପ ଲାଇନ ଦିଘା ଦେଇ ଗତି କରୁଛି । ଆଉ ଏକ ଟ୍ରପ ଲାଇନ ଉତ୍ତର-ପୂର୍ବ ରାଜସ୍ଥାନ ଠାରୁ ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ରହିଛି । ସେହିପରି ଆଉ ଏକ ଘୂର୍ଣ୍ଣିବଳୟ ବାଂଲାଦେଶ ଓ ପାଶ୍ୱବର୍ତ୍ତୀ ଅଞ୍ଚଳ ଦେଇ ଗତି କରୁଛି । ଫଳରେ ରାଜ୍ୟରେ ବର୍ଷା ଲାଗି ରହିଛି । ପ୍ରଭାବରେ ଆସନ୍ତା ୫ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଗାମୀ ୧୭ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳ ଅର୍ଥାତ ୭ରୁ ୧୧ ସେମି ବର୍ଷାର ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ବିଜୁଳି ଘଡ଼ଘଡ଼ି ସତର୍କ:-

ଆଗାମୀ 5ରୁ 7 ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ମୁଖ୍ୟତଃ ଆଗାମୀ 48 ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହକୁ ନେଇ ଲୋକମାନଙ୍କୁ ସତର୍କ ରହିବା ସହ ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଆଜି ଏସବୁ ଜାଗାରେ ନିର୍ଧୁମ ଛେଚିବ:-

ଆଜି କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ । ନୟାଗଡ଼, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Odisha Weather Update
Odisha Weather Update (IMD)

ଆଗାମୀ ଦିନ ପାଇଁ ୱାର୍ଣ୍ଣିଂ:-

ସେହିପରି ଆସନ୍ତାକାଲି ଅର୍ଥାତ 14 ତାରିଖରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । 15 ତାରିଖରେ ପ୍ରବଳ ବର୍ଷା ପାଇଁ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି 16 ତାରିଖରେ କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । 17 ତାରିଖରେ ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ ଓ ସୋନପୁର ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏବେ ବି ନିଅଣ୍ଟିଆ ସ୍ଥିତି:-

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୩୮.୨ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୭୨୩.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା । ୩ ଜିଲ୍ଲାରେ ସ୍ଵଭାବିକଠୁ ଅଧିକ ବର୍ଷା ରହିଥିବା ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ଗଞ୍ଜାମ ଜିଲ୍ଲାର କୁକୁଡାଖଣ୍ଡିରେ ସର୍ବାଧିକ ବର୍ଷା ୫୭.୦୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢ଼଼ନ୍ତୁ...ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - Rain In Odisha

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.