ETV Bharat / state

ପ୍ରଚଣ୍ଡ ତାତିରେ କଲବଲ ରାଜ୍ୟବାସୀ, ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି - Odisha Weather

Odisha Weather Update: ଉପକୂଳ ଓଡ଼ିଶାରେ ଗୁଳୁଗୁଳି ସହ ତାତି ରହିବା ସମ୍ଭାବନା । ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ । ଅଧିକ ପଢ଼ନ୍ତୁ

author img

By ETV Bharat Odisha Team

Published : Jun 2, 2024, 3:53 PM IST

ପ୍ରଚଣ୍ଡ ତାତିରେ କଲବଲ ରାଜ୍ୟବାସୀ
ପ୍ରଚଣ୍ଡ ତାତିରେ କଲବଲ ରାଜ୍ୟବାସୀ (ETV Bharat Odisha)

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆସନ୍ତା ୫ ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ନିସ୍ତାର ନାହିଁ । ୩ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ରହିବ ହିଟୱେଭ । ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଓ ତାତି ରହିବା ସମ୍ଭାବନା । ପ୍ରଚଣ୍ଡ ତାତିକୁ ନେଇ 2 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ସହ 3 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ଓଡିଶାରେ ଆହୁରି ୩ ଦିନ ଯାଏଁ ଜାରି ରହିବ ହିଟୱେଭ । ସେହିଭଳି ଉପକୂଳ ଓଡିଶାରେ ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗୁଳୁଗୁଳି । ଏହାସହ ଉପକୂଳରେ ଉଷ୍ମ ଓ ଆର୍ଦ୍ର ସ୍ଥିତି ଆସନ୍ତା 5 ଦିନ ପର୍ଯ୍ୟନ୍ତ ଜାରି ରହିବ । ରାଜ୍ୟର ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ନୂଆପଡା ଓ ସୋନପୁରରେ ହିଟୱେଭ ଜାରି ରହିବ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ପଶ୍ଚିମ ଓଡ଼ିଶାର ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ କଳାହାଣ୍ଡି, ନୂଆପଡ଼ା ଓ ସୋନପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଭଳି ସ୍ଥିତି ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ ।

ଅନ୍ୟପଟେ ଓଡ଼ିଶାକୁ ମୌସୁମୀ ଆସିବା ନେଇ କୌଣସି ଆକଳନ ହୋଇନାହିଁ । ଆଜି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଝାରସୁଗୁଡ଼ା, ସୁନ୍ଦରଗଡ଼, ରାୟଗଡ଼ା, ମାଲକାନଗିରି, ଅନୁଗୋଳ, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଓ ନୂଆପଡ଼ାର କିଛି କିଛି ସ୍ଥାନରେ ଘଡଘଡି ସହ ମାଧ୍ୟମ ଧରଣର ବର୍ଷା ହୋଇପାରେ । ଏହାକୁ ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ସୁବର୍ଣ୍ଣପୁରରେ ନିଆଁ ବର୍ଷା; ଗରମ ଗୁଳୁଗୁଳିରେ କଲବଲ ଜନଜୀବନ - Heavy Heatwave In Subarnapur

ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ୩ ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିଥିଲା । ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ୪୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା । ସେହିଭଳି ବରଗଡ଼ରେ ୪୫.୮ ଡିଗ୍ରୀ, ବଲାଙ୍ଗୀର ୪୫.୫ ଡିଗ୍ରୀ ରେକର୍ଡ ହୋଇଥିଲା । ଅନ୍ୟପଟେ ୧୨ ସହରରେ ୪୧ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଥିଲା ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.