ETV Bharat / state

କାଲି ଅବପାତର ରୂପ ନେବ ଲଘୁଚାପ, ୨୭ରୁ ୩ ଦିନ ଓଡ଼ିଶାରେ ବର୍ଷା - ODISHA WEATHER LATEST UPDATE

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୨୫ ତାରିଖରେ ଅବପାତର ରୂପ ନେବ । ପ୍ରଭାବରେ ୨୭ ତାରିଖରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ।

IMD Weather Forecast
IMD Weather Forecast (ETV Bharat Odisha)
author img

By ETV Bharat Odisha Team

Published : Nov 24, 2024, 5:48 PM IST

Updated : Nov 24, 2024, 5:54 PM IST

ଭୁବନେଶ୍ବର: ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପୂର୍ବକେନ୍ଦ୍ରୀୟ ଭାରତ ମବହାସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୨୫ ତାରିଖ ଅର୍ଥାତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ଅବପାତରେ ପରିଣତ ହେବ । ଏହା ପରବର୍ତ୍ତୀ ୨ ଦିନ ମଧ୍ୟରେ ତାମିଲନାଡୁ-ଶ୍ରୀଲଙ୍କା ଉପକୂଳ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ପ୍ରଭାବରେ ଓଡ଼ିଶାରେ ୩ ଦିନ ବର୍ଷା ଲାଗି ରହିବ ।

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ:

IMD Weather Forecast (ETV Bharat Odisha)

ଲଘୁଚାପ ଆସନ୍ତାକାଲି ବଙ୍ଗୋପସାଗରରେ ଅବପାତର ରୂପ ନେବା ସହ ପରବର୍ତ୍ତୀ ସମୟରେ ଆହୁରି ଅଧିକ ଘନୀଭୂତ ହେବ । ଏହା ପ୍ରଭାବରେ ୨୫ରୁ ୨୭ ତାରିଖ ମଧ୍ୟରେ ତାମିଲନାଡୁ ଓ ପଣ୍ଡିଚେରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ୨୮ ଓ ୨୯ ତାରିଖରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହେବର ଆକଳନ କରିଛି ପାଣିପାଗ ବିଭାଗ । ଏହା ପ୍ରଭାବରେ ୨୫ ଓ ୨୬ ତାରିଖରେ ଓଡ଼ିଶାରେ ପାଗ ମେଘୁଆ ରହିବା ସହ ୨୭ ତାରିଖରୁ ୩ ଦିନ ଧରି ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା କିମ୍ବା ଘଡ଼ିଘଡ଼ି ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

୩ ଦିନ ଏହି ଜିଲ୍ଲାରେ ବର୍ଷା:

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଓଡ଼ିଶାରେ ଆଗାମୀ ୨୭, ୨୮ ଓ ୨୯ ତାରିଖରେ କିଛି ଜିଲ୍ଲାରେ ବର୍ଷା କିମ୍ବା ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଆସନ୍ତା ୨୭ ତାରିଖରେ ୬ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼଼ଘଡ଼ି ହୋଇପାରେ । ଜିଲ୍ଲାଗୁଡ଼ିକ ହେଉଛି ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା । ସେହିପରି ୨୮ ତାରିଖରେ ୮ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏହାସହ ୨୯ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହା ମଧ୍ୟ ପଢ଼ନ୍ତୁ...ଆସୁଛି ବାତ୍ୟା ! ୩ ଦିନ ଓଡ଼ିଶାରେ ଲାଗି ରହିବ ବର୍ଷା

ଏହା ମଧ୍ୟ ପଢ଼ନ୍ତୁ...ବଙ୍ଗୋପସାଗରରେ ଲଘୁଚାପ: ୨୬ ଓ ୨୭ରେ ପ୍ରବଳ ବର୍ଷା, ଓଡ଼ିଶାରେ କେମିତି ରହିବ ପ୍ରଭାବ ?

ଏହି ଜିଲ୍ଲାରେ ଦେଖାଯିବ କୁହୁଡ଼ି:

ବର୍ତ୍ତମାନ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ଶୀତ ଅନୁଭୂତ ହେଉଛି । ଆଗାମୀ ୨ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ପରେ ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ । ସେହପରି କିଛି ଜିଲ୍ଲାରେ କୁହୁଡ଼ି ଦୃଶ୍ୟମାନ ହେବ । ଆଗାମୀ ୨ ଦିନ ଯାଏଁ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡିର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢ଼ନ୍ତୁ...କାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୨୩ ସୁଦ୍ଧା ଲଘୁଚାପ

କେଉଁଠି କେବେ ତାପମାତ୍ରା:

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୦ ଡିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ପାହାଡିଆ ଅଞ୍ଚଳ ଜି. ଉଦୟଗିରିରେ ସର୍ବନିମ୍ନ ୮.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ସର୍ବାଧିକ ତାପପାତ୍ରା ୩୧.୨ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୬.୧ ଡିଗ୍ରୀ ରହିଥିବା ବେଳେ ସର୍ବାଧିକ ତାପମାତ୍ରା ୨୯.୫ ଡିଗ୍ରୀ ଓ କଟକରେ ସର୍ବନିମ୍ନ ତାପମାତ୍ରା ୧୬.୦ ଡିଗ୍ରୀ ରହିଥିବା ବେଳେ ସର୍ବାଧିକ ତାପମାତ୍ରା ୨୭.୬ ଡିଗ୍ରୀ ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Nov 24, 2024, 5:54 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.