ETV Bharat / state

ଆହୁରି ଭିଜିବ ଓଡ଼ିଶା; ରଥଯାତ୍ରା ଦିନ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା - Odisha Weather

author img

By ETV Bharat Odisha Team

Published : Jul 5, 2024, 8:57 PM IST

Updated : Jul 5, 2024, 9:10 PM IST

Odisha Weather Update: ରାଜ୍ୟରେ ଆସନ୍ତା 5 ଦିନ ପ୍ରବଳ ବର୍ଷା । ରଥଯାତ୍ରାର ଦିନ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗର ସୂଚନା । ଅଧିକ ପଢ଼ନ୍ତୁ

IMD Odisha Weather Forecast
IMD Odisha Weather Forecast (ETV Bharat Odisha)

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ପ୍ରଭାବରେ ମୌସୁମୀ ଅଧିକ ସକ୍ରିୟ ହୋଇଥିବା ବେଳେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେପଟେ ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

ଆଗାମୀ 5 ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ୬ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, କୋରାପୁଟ, ମାଲକାନଗିରି ଓ ମୟୂରଭଞ୍ଜ । ସେହିପରି 7 ତାରିଖରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ବିଜୁଳି ଘଡଘଡି ବର୍ଷା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, କନ୍ଧମାଳ, ମାଲକାନଗିରି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ଗଜପତି, ରାୟଗଡା, କନ୍ଧମାଳ, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ, କଟକ, ପୁରୀ, ମୟୁରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ପାଇଁ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଅନ୍ୟପଟେ 8 ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ନୟାଗଡ଼, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ । ସେହିପରି 9 ତାରିଖରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଥିବା ବେଳେ 9 ତାରିଖ ପରଠାରୁ ଧୀରେ ଧୀରେ ବର୍ଷର ପରିମାଣ କମିବା ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ସେପଟେ ଚଳିତ ମୌସୁମୀ ସିଜିନରେ ଜୁନ ୧ରୁ ଏଯାବତ ସମୁଦାୟ ୧୯୧.୧ ମିମି ବର୍ଷା ହୋଇଥିବା ବେଳେ ଏବେବି ରାଜ୍ୟରେ ୨୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ଏହି ସମୟରେ ସ୍ଵାଭାବିକ ବର୍ଷା ରହିବା କଥା ୨୫୫.୮୨୫୫.୮ ମିମି । ସେହିପରି ୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୧୧୭ .୮ ମିମି ବର୍ଷା ସହ ମୟୂରଭଞ୍ଜ ଓ ୧୧୮.୩ ମିମି ସହ ବାଲେଶ୍ୱରରେ ସର୍ବାଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ କେବଳ ମାଲକାନଗିରିରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି ।

ଏହା ମଧ୍ୟ ପଢ଼ନ୍ତୁ...୬ରୁ ରାଜ୍ୟରେ ଛେଚିବ ବର୍ଷା; ଏହିସବୁ ଜିଲ୍ଲା ପାଇଁ ଜାରି ହେଲା ୱାର୍ଣ୍ଣିଂ - Odisha Weather update

ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଅନୁଗୋଳ ପାଳଲହଡାରେ ୫୫.୨ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ସର୍ବାଧିକ ୩୬.୦୦ ଡିଗ୍ରୀ ତାପମାତ୍ରା ନୂଆପଡାରେ ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jul 5, 2024, 9:10 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.