ETV Bharat / state

ଘୂର୍ଣ୍ଣିବଳୟ ରୂପ ନେବ ଲଘୁଚାପ; ୪୮ ଘଣ୍ଟା ପ୍ରବଳ ବର୍ଷା ପାଇଁ ଏସବୁ ଜିଲ୍ଲାକୁ ସତର୍କତା - Rain In Odisha

author img

By ETV Bharat Odisha Team

Published : Aug 7, 2024, 3:53 PM IST

IMD Odisha Weather Update: ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ । ପ୍ରଭାବରେ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । ଅଧିକ ପଢ଼ନ୍ତୁ

IMD Odisha Weather Update
IMD Odisha Weather Update (ETV Bharat Odisha)

ଭୁବନେଶ୍ବର: ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ବାୟୁମଣ୍ଡଳ ଉପରି ଭାଗରେ ସକ୍ରିୟ ରହିଛି ଗତ କାଲିର ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆଜି ନେବ ଲଘୁଚାପର ରୂପ । ପ୍ରଭାବରେ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ଆଗାମୀ ୫ରୁ ୭ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଜି ପାଇଁ ୱାର୍ଣ୍ଣିଂ:

ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଜିଲ୍ଲା ଗୁଡ଼ିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁର ଏସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା । ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମାଲକାନଗିରି, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି ।

Odisha Weather
Odisha Weather (IMD)

ପ୍ରବଳ ବର୍ଷା ୱାର୍ଣ୍ଣିଂ:

ସେହିପରି ଆସନ୍ତାକାଲି ଅର୍ଥାତ ୮ ତାରିଖ (ଗୁରୁବାର) ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର ଓ ବଲାଙ୍ଗୀର ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖ ଯାଏଁ ବର୍ଷାର ପରିମାଣ ବଢିବ । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଅଧିକ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Odisha Weather
Odisha Weather (IMD)

ମାଟି ଘରେ ଥିବା ଲୋକଙ୍କୁ ସତର୍କ :

ଏପଟେ ମହାନଦୀର ଉପରି ମୁଣ୍ଡରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ପ୍ରବଳ ବର୍ଷାକୁ ନେଇ ଯାତାୟତ କରୁଥିବା ବେଳେ ରାସ୍ତାଗୁଡ଼ିକ କମ ଦୃଶ୍ୟମାନ ରହିବ । ରାସ୍ତା ଜଳମଗ୍ନ ଏବଂ ତଳୁଆ ଅଞ୍ଚଳଗୁଡିକରେ ଜଳମଗ୍ନ ହେବାର ସମ୍ଭାବନା ରହିଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି । ଏହାସହ କଚ୍ଚା ଘର ବା ମାଟି ଘରେ ଥିବା ଲୋକଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢନ୍ତୁ....ଜାତୀୟ ରାଜପଥରେ ଆଣ୍ଠୁଏ ପାଣି; ରାସ୍ତାରେ ଖେଳିଲେ ମାଛ, ଯାତାୟତ ଠପ୍ - People Fishing On Road

ଏବେ ବି ନିଅଣ୍ଟିଆ ସ୍ଥିତି:
ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୦୪.୭ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୬ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୬୪୩.୬ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ହୋଇଛି । ବାକି ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ସହ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ କଟକ ବାଙ୍କୀରେ ସର୍ବାଧିକ ୩୧୭ ମିମି ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.