ETV Bharat / state

ଥମିବ ବର୍ଷାର କୋପ, ଏହି ଦିନ ଠାରୁ ପୁଣି ନିର୍ଧୁମ କାଚିବ - Rain In Odisha

author img

By ETV Bharat Odisha Team

Published : Aug 9, 2024, 7:13 PM IST

IMD Odisha Weather Update:ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଏହି ଦିନ ପାଇଁ ପ୍ରବଳ ବର୍ଷାକୁ ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଦିନଠାରୁ ବର୍ଷାର ପରିମାଣ କମିବ । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଛି । ଏବଳି ସ୍ଥିତି ଆଗାମୀ 5 ଦିନ ପର୍ଯ୍ୟନ୍ତ ରହିପାରେ । ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାସହ ମୌସୁମୀ ସକ୍ରିୟ ରହିଥିବା ବେଳେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ପାଇଁ ୱାର୍ଣ୍ଣିଂ:

ଆଜି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ କିଛି ଜିଲ୍ଲା ଯେପରି କି, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର ଓ ଦେବଗଡ଼ ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Odisha Weather
Odisha Weather (IMD)

ଆଗାମୀ ଦିନ ପାଇଁ ୱାର୍ଣ୍ଣିଂ:

ସେହିପରି ଆସନ୍ତାକାଲି ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ ତାରିଖ ଠାରୁ ଧିରେ ଧିରେ ବର୍ଷାର ପରିମାଣ କମିବା । ଯାହାକୁ ନେଇ କୌଣସି ସତର୍କ ସୂଚନା ଜାରି କରିନାହିଁ ପାଣିପାଗ ବିଭାଗ । ସେପଟେ ପୁଣି ୧୩ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଶେଷ ଭାବେ ଉତ୍ତର ଓଡ଼ିସାରେ ଅଧିକ ବର୍ଷା ସମ୍ଭାବନା ରହିଛି ।

Odisha Weather
Odisha Weather (IMD)

ଏବେ ବି ନିଅଣ୍ଟିଆ ସ୍ଥିତି:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୨୧.୮ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୭ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ୬୬୬.୮ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ପୁରୀର ଅସ୍ତରଙ୍ଗରେ ସର୍ବାଧିକ ୮୪.୪ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି କେନ୍ଦ୍ରାପଡାରେ ସର୍ବାଧିକ ୩୪.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଏହା ମଧ୍ୟ ପଢ଼ନ୍ତୁ....IMD ଆକଳନ: ଆସନ୍ତା ୪୮ ଘଣ୍ଟା ଯାଏ ପ୍ରବଳ ଛେଚିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - Odisha Weather Update

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.