ETV Bharat / state

ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - Rain In Odisha

author img

By ETV Bharat Odisha Team

Published : Aug 11, 2024, 6:16 PM IST

IMD Odisha Weather Update: ବର୍ଷାର ପରିମାଣ ସାମାନ୍ୟ ହ୍ରାସ ହୋଇଥିବା ବେଳେ ଏହା ପୁଣି ବଢ଼ିବ । ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ଅଧିକ ପଢ଼ନ୍ତୁ

IMD Odisha Weather Update
IMD Odisha Weather Update (ETV Bharat Odisha)

ଭୁବନେଶ୍ବର: ବର୍ତ୍ତମାନ ଓଡିଶା ଉପରେ ମୌସୁମୀ ଟ୍ରପ ଲଇଁ ଲାଇନ ସକ୍ରିୟ ରହିଛି । ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଆଜି ଠାରୁ ବର୍ଷାର ପରିମାଣ ହ୍ରାସ ପାଇଥିଲେ ମଧ୍ୟ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କାଁଭାଁ ସ୍ଥାନରେ ପ୍ରବଳ ଲାଗି ରହିଛି । ପୁଣି ଆଗାମୀ ୨ରୁ ୩ ଦିନ ପରେ ବର୍ଷା ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆଜି ଏସବୁ ଯାଗାରେ ପ୍ରବଳ ବର୍ଷା:

Odisha Weather Update
Odisha Weather Update (IMD)

ଆଜି ନୂଆପଡା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା ଓ ସମ୍ବଲପୁର ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ସେହି ପରି ଏସବୁ ଜିଲ୍ଲା ସହ ସୁନ୍ଦରଗଡ଼, ମୟୂରଭଞ୍ଜ, ଦେବଗଡ଼, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାକୁ ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ଦିନ ପାଇଁ ୱାର୍ଣ୍ଣିଂ:

Odisha Weather Update
Odisha Weather Update (IMD)

ଆସନ୍ତାକାଲି ବର୍ଷାର ପରିମାଣ କମ ରହିବା ସହ ସେଭଳି କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ । ଏହା ପରେ ପୁଣି ୧୩ ତାରିଖରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ିକୁ ନେଇ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ଦେବଗଡ, ସୋନପୁର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ୧୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ସୁନ୍ଦରଗଡ଼ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏବେ ବି ନିଅଣ୍ଟିଆ ସ୍ଥିତି:
ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୩୦. ୫ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୬୮୬.୮ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ କିଛି କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଖୋର୍ଦ୍ଧା ବେଗୁନିଆରେ ସର୍ବାଧିକ ୪୫.୦୦ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ବାଲେଶ୍ୱରରେ ସର୍ବାଧିକ ୩୫.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଏହା ମଧ୍ୟ ପଢ଼ନ୍ତୁ...ଆଜିଠୁ କମିବ ବର୍ଷା; ଏହି ଦିନଠାରୁ ପୁଣି ପ୍ରବଳ ବର୍ଷିବ - Rain In Odisha
ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.