ETV Bharat / state

ପୁଣି ଏକ ଘୂର୍ଣ୍ଣିବଳୟ, ଏହି ଦିନ ଠାରୁ ଭୀଷଣ ବର୍ଷିବ - Heavy Rain In Odisha

author img

By ETV Bharat Odisha Team

Published : Sep 11, 2024, 7:58 PM IST

Odisha Weather Update: ରାଜ୍ୟରେ ବର୍ତ୍ତମାନ ବର୍ଷାର ପରିମାଣ କମିଛି । ପୁଣି ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଦିନଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ପୁଣି ସୃଷ୍ଟି ହେଲା ଆଉ ଏକ ଘୁର୍ଣ୍ଣିବଳୟ । ବର୍ତ୍ତମାନ ଏହା ମିଆଁମାର ପାଖାପାଖି ଅଞ୍ଚଳରେ ସକ୍ରିୟ ଥିବା ବେଳେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗ ଦେଇ ଗତି କରି ଉପକୂଳବର୍ତୀ ବଙ୍ଗଳାଦେଶ ବା ଉତ୍ତର ପଶ୍ଚିମ ବଙ୍ଗୋପସାଗରକୁ ଆସିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଭାରି ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି ।

ବିଜୁଳି ଘଡ଼ଘଡ଼ି ସତର୍କ:

ଆଗାମୀ ୨ ଦିନ ପାଇଁ ରାଜ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆଜି ବିଜୁଳି ଘଡ ଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନାକୁ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ତେଚାବନୀ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାକୁ ୟେଲୋ ତେଚାବନୀ ଜାରି କରାଯାଇଛି ।

Odisha Weather Update
Odisha Weather Update (IMD)
ଏହା ମଧ୍ୟ ପଢ଼ନ୍ତୁ...ଦୁର୍ବଳ ହେଲା ଗଭୀର ଅବପାତ: ରାଜ୍ୟରେ ହଟିଲା ଓ୍ବାର୍ଣ୍ଣିଂ, କମିବ ବର୍ଷାର ପ୍ରଭାବ - Heavy rain alert

ପୁଣି ଏକ ଘୂର୍ଣ୍ଣିବଳୟ:

ସେହିପରି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଏହା ପ୍ରଭାବରେ ଆସନ୍ତା 13 ଓ 14 ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗୋଟେ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ପରେ ୧୫ ତାରିଖ ବେଳକୁ ବର୍ଷା କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ବର୍ଷା ମୁଖ୍ୟତଃ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ଅନ୍ୟପଟେ ଦକ୍ଷିଣ ଓଡ଼ିଶାରେ ବିଶେଷ ବର୍ଷା ସମ୍ଭାବନା ନାହିଁ ।

Odisha Weather Update
Odisha Weather Update (IMD)
ଏହା ମଧ୍ୟ ପଢ଼ନ୍ତୁ...ମାଲକାନାଗିରି ବନ୍ୟା: ସୁଧୁରିଛି ସ୍ଥିତି, ତଥାପି ପାଣିଘେରରେ ବିଭିନ୍ନ ଅଞ୍ଚଳ - malkangiri flood situation

ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା:

13 ତାରିଖରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ପାଇଁ ୟେଲୋ ଚେତାବନୀ ଜାରି କରାଯାଇଛି । ଏହାସହ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ତେବେ 14 ତାରିଖରି ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବ । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ବରଗଡ଼, ସମ୍ବଲପୁର, ଅନୁଗୋଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Odisha Weather Update
Odisha Weather Update (IMD)
ଏହା ମଧ୍ୟ ପଢ଼ନ୍ତୁ...ରାଜ୍ୟରେ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ: କହିଲେ ସ୍ଥିତି ଏବେ ନିୟନ୍ତ୍ରଣାଧୀନ, କ୍ଷତିଗ୍ରସ୍ତଙ୍କୁ ମିଳିବ ସହାୟତା - Reviews Flood Situation

ନିଅଣ୍ଟିଆ ବର୍ଷା :

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୯୪୨ .୮ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୧୦୧୮.୪ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧ ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ରେକର୍ଡ ହୋଇଛି । ୧୭ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ୯୪୨.୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ କୋରାପୁଟରେ ସର୍ବାଧିକ ୪୨ ମିମି ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.