ETV Bharat / state

ତୁହାକୁ ତୁହା ବର୍ଷାରେ ଭାସିବ ଓଡ଼ିଶା! ଏସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - Heavy To Very Heavy Rain - HEAVY TO VERY HEAVY RAIN

Odisha Weather Update: ରାଜ୍ୟରେ ଆଗାମୀ ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)
author img

By ETV Bharat Odisha Team

Published : Aug 23, 2024, 6:52 PM IST

ଭୁବନେଶ୍ବର: ଆଗାମୀ କିଛି ଦିନ ଯାଏଁ ରାଜ୍ୟରେ ହେବ ପ୍ରବଳରୁ ଅତିପ୍ରବଳ ବର୍ଷା । ବର୍ତ୍ତମାନ ଉତ୍ତର ପଶ୍ଚିମବଙ୍ଗ ଓ ତତସଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସକ୍ରିୟ ରହିଛି । ଏହା ଉତ୍ତର ପୂର୍ବଦିଗକୁ ଗତି କରି ଆସନ୍ତାକାଲି ମଧ୍ୟରେ ଝାଡଖଣ୍ଡ ଆଡକୁ ଅଗ୍ରସର ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହାସହ ମୌସୁମୀ ସହ ଉତ୍ତର ବଙ୍ଗୋପସାଗରରେ ସମୁଦ୍ର ପତନଠାରୁ ୫.୮ କିମି ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଓଡ଼ିଶାରେ ୨ ଦିନ ପ୍ରବଳରୁ ଅତି ପ୍ରବଳ ଓ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Odisha Weather Update (ETV Bharat Odisha)

ଆଜି ପାଇଁ ୱାର୍ଣ୍ଣିଂ:

ଆଜି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ସମ୍ବଲପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ସୋନପୁର, ସୁନ୍ଦରଗଡ ଓ ଝାରସୁଗୁଡା ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Odisha Weather Update
Odisha Weather Update (IMD)

ଆଗାମୀ ଦିନ ପାଇଁ ୱାର୍ଣ୍ଣିଂ:

ସେହିପରି ଆସନ୍ତାକାଲିଠୁ ବର୍ଷାର ବିସ୍ତୃତି ବଢିବାକୁ ଥିବାବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡା, ବରଗଡ଼, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୫ ତାରିଖରେ ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ତାରିଖରେ ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୭ ତାରିଖରୁ ବର୍ଷାର ପରିମାଣ କମିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Odisha Weather Update
Odisha Weather Update (IMD)

ଏମାନଙ୍କୁ ସତର୍କ ଜାରି:

ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ସମୁଦ୍ର ଅଶାନ୍ତ ରହିବ । ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ । ମୁଖ୍ୟତଃ 26 ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମାଟି ଘରେ ରହୁଥିବା ଲୋକମାନଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଏବେ ବି ନିଅଣ୍ଟିଆ ସ୍ଥିତି:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୭୩୪.୬ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୨ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୮୩୧. ୮ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୮ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍କ କରାଯାଇଥିବା ବେଳେ ବାଲେଶ୍ୱର ଓ ଭଦ୍ରକରେ ସବୁଠୁ କମ ବର୍ଷା ରେକର୍ଡ ହୋଇଛି । ସେପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ କଟକ ଜିଲ୍ଲାର କଣ୍ଟାପଡ଼ାରେ ୭୦.୦୦ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.