ETV Bharat / state

ଆସୁଛି ବାତ୍ୟା ! ୩ ଦିନ ଓଡ଼ିଶାରେ ଲାଗି ରହିବ ବର୍ଷା - ODISHA WEATHER LATEST UPDATE

୨୭, ୨୮ ଓ ୨୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ଲାଗି ରହିବ ବର୍ଷା । ୨ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବା ସହ ଆହୁରି ଶୀତ ବଢ଼ିବ ।

IMD Weather Update
IMD Weather Update (ETV Bharat Odisha)
author img

By ETV Bharat Odisha Team

Published : Nov 23, 2024, 4:07 PM IST

ଭୁବନେଶ୍ବର: ବଙ୍ଗୋପସାଗରରେ ଆସୁଛି ବାତ୍ୟା ! ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ କିଛି ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ । ପରବର୍ତ୍ତୀ ୨ ଦିନ ପର୍ଯ୍ୟନ୍ତ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ଆସନ୍ତା ୨୫ ଓ ୨୬ ତାରିଖ ଓଡ଼ିଶାରେ ପାଗ କୋହଲା ରହିବା ସହ ୨୭, ୨୮ ଓ ୨୯ ତାରିଖରେ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବା ।

ବାତ୍ୟାର ନାଁ 'ଫେଙ୍ଗାଲ':

IMD Weather Update (ETV Bharat Odisha)

ଲଘୁଚାପ ବଙ୍ଗୋପସାଗରରେ ଅବପାତର ରୂପ ନେବ ସହ ପରବର୍ତ୍ତୀ ସମୟରେ ଆହୁରି ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ବାତ୍ୟାର ରୂପ ନେଲା ପରେ ଏହାର ନାଁ ରହିବ 'ଫେଙ୍ଗାଲ' । ବାତ୍ୟାଟି ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳ ମୁହାଁ ହେବ । ୨୫ କିମ୍ବା ୨୬ ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଲଘୁଚାପ କିମ୍ବା ବାତ୍ୟାର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ । ୨୭, ୨୮ ଓ ୨୯ ତାରିଖରେ ଓଡ଼ିଶାର ଅନେକ ରାଜ୍ୟରେ ବର୍ଷା ହେବା । ସିଷ୍ଟମ ଉପରେ ଆଇଏମଡିର ସ୍ବତନ୍ତ୍ର ନଜର ରହିଛି । ବାତ୍ୟାର ତୀବ୍ରତା କେତେ ରହିବ ଏଯାଏଁ ହୋଇନି ସ୍ପଷ୍ଟ । ଲଘୁଚାପ ସୃଷ୍ଟି ପରେ ଚିତ୍ର ସ୍ପଷ୍ଟ କରିବ ଭାରତୀୟ ପାଣିପାଗ ବିଭାଗ ।

୩ ଦିନ ବର୍ଷିବ:
ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ଆଗାମୀ ୪ ଦିନ ପାଇଁ ରାଜ୍ୟରେ ମୁଖ୍ୟତଃ ଶୁଖିଲା ରହିବ ପାଗ ରହିବ । ୨ ଦିନ ଯାଏଁ ରାଜ୍ୟରେ ତାପମାତ୍ରାର ବିଶେଷ ପରିବର୍ତ୍ତନ ହେବାର ନାହିଁ । ପରେ ଅର୍ଥାତ ଦୁଇ ଦିନ ପରେ ୨ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବା ସହ ଥଣ୍ଡାର ପ୍ରକୋପ ବୋଲି ବଢିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସପେଟେ ୨୭ ତାରିଖରେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୮ ତାରିଖରେ ଗଞ୍ଜାମ, ଗଜପତି, ମାଲକାନଗିରି, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ ଏବଂ କୋରାପୁଟ ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୯ ତାରିଖରେ ମଧ୍ୟ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ୨୫ ଓ ୨୬ ତାରିଖରେ ମେଘୁଆ ପାଗ ଦେଖିବାକୁ ମିଳିବ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପାଗ କୋହଲା ରହିବ । ଟ୍ରପ ଲାଇନ ପ୍ରଭାବରେ ଏଭଳି ପାଗରେ ପରିବର୍ତ୍ତନ ହେବ ।

ଏହା ମଧ୍ୟ ପଢ଼ନ୍ତୁ...IMDର ଆକଳନ: ନଭେମ୍ବର ୨୭ ଓ ୨୮ରେ ଓଡ଼ିଶାରେ ବର୍ଷା

ଏହା ମଧ୍ୟ ପଢ଼ନ୍ତୁ...ବଙ୍ଗୋପସାଗରରେ ଲଘୁଚାପ: ୨୬ ଓ ୨୭ରେ ପ୍ରବଳ ବର୍ଷା, ଓଡ଼ିଶାରେ କେମିତି ରହିବ ପ୍ରଭାବ ?

କେଉଁଠି କେତେ ଡିଗ୍ରୀ ତାପମାତ୍ର:

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୧.୦ ଡିଗ୍ରୀ ରେକର୍ଡ଼ କରାଯାଇଛି । ସେହିପରି ପାହାଡିଆ ଅଞ୍ଚଳ ଜି ଉଦୟଗିରିରେ ସର୍ବନିମ୍ନ ୮.୫ ତାପମାତ୍ରା ରେକର୍ଡ ହୋଇଛି । ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ସର୍ବାଧିକ ତାପପାତ୍ରା ୩୧.୬ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୫.୪ ଡିଗ୍ରୀ ରହିଥିବା ବେଳେ ସର୍ବାଧିକ ତାପମାତ୍ରା ୩୦.୦ ଡିଗ୍ରୀ ଓ କଟକରେ ସର୍ବନିମ୍ନ ତାପମାତ୍ରା ୧୬.୫ ଡିଗ୍ରୀ ରହିଥିବା ବେଳେ ସର୍ବାଧିକ ତାପମାତ୍ରା ୨୮.୦ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଦାରିଙ୍ଗିବାଡିରେ ୧୧.୫, କୋରାପୁଟ ୧୧.୩ ଓ ଭବାନୀପାଟଣାରେ ୧୨.୦୦ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.