ETV Bharat / state

ସକ୍ରିୟ ମୌସୁମୀ ପ୍ରଭାବରେ ବଢିବ ବର୍ଷାର ପରିମାଣ, 15 ଜିଲ୍ଲାକୁ ୱାର୍ଣ୍ଣିଂ ଜାରି - Intensity Of Rain Will Increase

author img

By ETV Bharat Odisha Team

Published : Aug 4, 2024, 8:47 PM IST

Odisha Rain Update: ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଏହି ଦିନ ୧୫ ଜିଲ୍ଲାକୁ ବିଜୁଳି ଘଡଘଡି ସହ ୭ରୁ ୧୧ ସେମି ବର୍ଷା ସମ୍ଭାବନା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ଅଧିକ ପଢ଼ନ୍ତୁ

Odisha Rain Update
Odisha Rain Update (ETV Bharat Odisha)

ଭୁବନେଶ୍ବର: ଲଘୁଚାପ ସହ ମୌସୁମୀର ସକ୍ରିୟତାକୁ ନେଇ ରାଜ୍ୟରେ ଜାରି ରହିଛି ବର୍ଷା । ଆଗାମୀ ୫ ଦିନଯାଏ ଅନେକ ସ୍ଥାନରେ ହାଲିକାରୁ ମଧ୍ୟମ ଧରଣର ବର୍ଷା ସହ କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିବ । ହେଲେ ଲଘୁଚାପ କ୍ଷେତ୍ର ଓଡ଼ିଶା ଠାରୁ ଯଥେଷ୍ଟ ଦୂରରେ ସକ୍ରିୟ ରହିଥିବାରୁ ଏହାର ପ୍ରଭାବ ରାଜ୍ୟ ଉପରେ ନଥିବାରୁ ଆସନ୍ତାକାଲି ସେଭଳି ବଡ ବର୍ଷା ନଥିବା ବେଳେ ଆଗାମୀ ୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

Odisha Rain Update (ETV Bharat Odisha)

ପ୍ରବଳ ବର୍ଷା ୱାର୍ଣ୍ଣିଂ:

ଆସନ୍ତା ୬ ତାରିଖରେ ୧୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ୭ ରୁ ୧୧ ସେମି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡ଼ା ।

ଆଗାକୁ ବଢ଼ିବ ବର୍ଷା:

ସେହିପରି 7 ତାରିଖରେ ବର୍ଷାର ପରିମାଣ ଆହୁରି ବଢ଼ିବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରାଯାଇଛି । ସମ୍ବଲପୁର, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ, କଟକ ଓ ଦେବଗଡ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ବଲାଙ୍ଗୀର, ବରଗଡ଼, କନ୍ଦମାଳ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାରୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ 8 ଓ 9 ତାରିଖରେ ଅନେକ ସ୍ଥାନରେ ପ୍ରବଳ ବର୍ଷାକୁ ନେଇ ସତର୍କ ସୂଚନା ଦେଇଛି ପାଣିପାଗୱ ବିଭାଗ ।

ଏବେ ବି ନିଅଣ୍ଟିଆ ବର୍ଷା:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୫୩୭.୧ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୨ ଜିଲ୍ଲାରେ ଅଧିକ ବର୍ଷା ଓ ୧୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଝାରସୁଗୁଡା ଲକ୍ଷଣପୂରରେ ସର୍ବାଧିକ ୩୭.୮ ମିମି ବର୍ଷା ରେକର୍ଡ ହୋଇଛି ।

ଏହା ମଧ୍ୟ ପଢ଼ନ୍ତୁ...ପୁଣି ଏକ ଘୁର୍ଣ୍ଣିବଳୟ ! ଏହି ଦିନ ଠାରୁ ବଢ଼ିବ ବର୍ଷା - Rain In Odisha

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.