ETV Bharat / state

ଆଜି ଏହି 5 ଜିଲ୍ଲାରେ ପ୍ରବଳ ବର୍ଷିବ ! ୟେଲୋ ୱାର୍ଣ୍ଣିଂ ଜାରି - Heavy Rainfall Expected In Odisha

author img

By ETV Bharat Odisha Team

Published : Jul 27, 2024, 5:11 PM IST

Updated : Jul 28, 2024, 8:03 AM IST

Odisha Weather Update: ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ତେବେ ଆଗାମୀ କିଛିଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି । ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆଉ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ସମୁଦ୍ର ପତନଠାରୁ ୭.୬ କିଲୋମିଟର ଉପରେ ଅଛି । ୨୪ ଘଣ୍ଟାରେ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାସହ ମୌସୁମୀ ରେଖା ମଧ୍ୟ ସକ୍ରିୟ ରହିଛି । ଫଳରେ ରାଜ୍ୟରେ ବର୍ଷା ଲାଗି ରହିଛି ।

ଆସନ୍ତା 4ଦିନ ପାଇଁ ୟେଲୋ ୱାର୍ଣ୍ଣିଂ:-

ଆଜି (ରବିବାର) ପ୍ରବଳ ବର୍ଷା ହେବାକୁ ଥିବାବେଳେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିପରି 29 ତାରିଖରେ ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଏବଂ 30ତାରିଖରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷେ ଆସନ୍ତା ୩୧ ତାରିଖ ପାଇଁ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଦେବଗଡ଼ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବର୍ଷାରେ ଭିଜୁଛି ଓଡ଼ିଶା:-

ଲଘୁଚାପ ପ୍ରଭାବରେ ଶନିବାର ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ କରିଥିଲା ପାଣିପାଗ ବିଭାଗ । ଶନିବାର ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ବୌଦ୍ଧ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଥିଲା । ପରେ ଲଘୁଚାପ ଝାଡଖଣ୍ଡ ମୁହାଁ ହେଲେ ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବଢିବ ।

ମତ୍ସ୍ୟଜୀବିଙ୍କୁ ସତର୍କ:-

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଏଣୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ମତ୍ସ୍ୟଜୀବିଙ୍କୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ । ସେପଟେ ଆସନ୍ତା ୩୧ ତାରିଖରେ ଆଉ ଏକ ଲଘୁଚାପର ସମ୍ଭାବନା ରହିଥିବା ଆସଙ୍କା କରିଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢ଼ନ୍ତୁ...ଆହୁରି 4 ଦିନ ପ୍ରବଳ ବର୍ଷା; ଆଜି ଏହି 10 ଜିଲ୍ଲା ପାଇଁ ଜାରି ହେଲା ୱାର୍ଣ୍ଣିଂ - Odisha Weather

ନିଅଣ୍ଟିଆ ବର୍ଷା ଭରଣା:-

ଜୁଲାଇ ମାସରେ ସୃଷ୍ଟି ହୋଇଥିବା ସିରିଜ୍ ଲଘୁଚାପ ପ୍ରଭାବରେ ଭରଣା ହୋଇଛି ନିଅଣ୍ଟିଆ ବର୍ଷା । ଗୋଟିଏ ଜିଲ୍ଲାରେ ସ୍ଵାଭାବିକଠାରୁ ଊର୍ଦ୍ଧ୍ବ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ସେହିପରି ବାକି ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ କୋରାପୁଟ ଜିଲ୍ଲା ନନ୍ଦାପୁରରେ ୧୩୬.୦୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jul 28, 2024, 8:03 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.