ETV Bharat / state

ରଥଯାତ୍ରା ପାଇଁ ଗଡିବ ୩୧୫ ସ୍ୱତନ୍ତ୍ର ଟ୍ରେନ, ୧୫ ହଜାର ତୀର୍ଥଯାତ୍ରୀ ବିଶ୍ରାମ ନେବା ଭଳି ପ୍ରସ୍ତୁତ ହୋଇଛି ଶେଡ - Special Trains To Puri

author img

By ETV Bharat Odisha Team

Published : Jun 28, 2024, 10:34 PM IST

Special Trains To Puri For Ratha Yatra: ୬ ଜୁଲାଇରୁ ୧୯ ଜୁଲାଇ ପର୍ଯ୍ୟନ୍ତ ତୀର୍ଥଯାତ୍ରୀମାନଙ୍କ ସୁବିଧା ଯାତ୍ରା ପାଇଁ ରଥଯାତ୍ରା ସମୟରେ ପୁରୀକୁ ଏବଂ ପୁରୀ ଠାରୁ ୩୧୫ ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି ରେଳ ମନ୍ତ୍ରଣାଳୟ । ଅଧିକ ପଢ଼ନ୍ତୁ

Ratha Yatra 2024
Ratha Yatra 2024 (ETV Bharat Odisha)

ଭୁବନେଶ୍ବର: ବିଶ୍ବପ୍ରସିଦ୍ଧ ପବିତ୍ର ରଥଯାତ୍ରା ପାଇଁ ଗଡିବ ସ୍ୱତନ୍ତ୍ର ଟ୍ରେନ୍ । ଏନେଇ ରେଳ ମନ୍ତ୍ରଣାଳୟ ୬ ଜୁଲାଇରୁ ୧୯ ଜୁଲାଇ ପର୍ଯ୍ୟନ୍ତ ତୀର୍ଥଯାତ୍ରୀମାନଙ୍କ ସୁବିଧାଜନକ ଯାତ୍ରା ପାଇଁ ପ୍ରଭୁ ଜଗନ୍ନାଥ ରଥଯାତ୍ରା ସମୟରେ ପୁରୀକୁ ଏବଂ ପୁରୀ ଠାରୁ ୩୧୫ ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି । ଚଳିତ ବର୍ଷ ଗୁଣ୍ଡିଚା ଯାତ୍ରାରେ 2 ଦିନ ଧରି ରଥଟଣା ହେବ । ପୂର୍ବ ରଥ ଯାତ୍ରା ଉତ୍ସବରୁ ଅଭିଜ୍ଞତାକୁ ନଜରକୁ ନେଇ ପୂର୍ବତଟ ରେଳପଥ ଓଡିଶାର ବିଭିନ୍ନ ସ୍ଥାନ ସହିତ ପଡୋଶୀ ରାଜ୍ୟରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା କରିଛି ।

ଚଳିତ ବର୍ଷ ଜୁନାଗଡ଼ ରୋଡ, ସମ୍ବଲପୁର, କେନ୍ଦୁଝରଗଡ଼, ପାରାଦ୍ବୀପ, ଭଦ୍ରକ, ଅନୁଗୁଳ, ଗୁଣୁପୁର, ବାଙ୍ଗିରିପୋଷି ବ୍ୟତୀତ ନୂତନ ଭାବେ ବାଦାମପାହାଡ, ରାଉରକେଲା, ବାଲେଶ୍ୱର, ସୋନପୁର ଏବଂ ଦଶପଲ୍ଲା ଠାରୁ ସ୍ୱତନ୍ତ୍ର ଟ୍ରେନ୍ ପୁରୀକୁ ଚଳାଚଳ କରିବ । ଏହା ବ୍ୟତୀତ ସନ୍ଧ୍ୟା ଦର୍ଶନ, ବାହୁଡା ଯାତ୍ରା ଏବଂ ସୁନାବେଶ ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ୍ ଯୋଜନା କରାଯାଇଛି । ଚଳିତ ବର୍ଷ ରଥ ଯାତ୍ରାର ଅଧରପଣା ଉତ୍ସବ ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରେନ ଚଳାଇବାକୁ ପୂର୍ବତଟ ରେଳପଥ ଯୋଜନା କରିଛି । ଏଗୁଡିକ ବ୍ୟତୀତ, ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ରେଳପଥ ପକ୍ଷରୁ ଅଧିକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ମଧ୍ୟ ବ୍ୟବସ୍ଥା କରାଯିବ ।

ଯାତ୍ରୀଙ୍କ ପାଇଁ ସୁବିଧା: ଯାତ୍ରୀମାନଙ୍କ ସୁବିଧା ପାଇଁ, ପୂର୍ବତଟ ରେଳପଥ ରଥଯାତ୍ରା ଉତ୍ସବ ସମୟ ମଧ୍ୟରେ କିଛି ଦୂର ଦୂରାନ୍ତର ସ୍ୱତନ୍ତ୍ର ଟ୍ରେନରେ ସଂରକ୍ଷିତ କ୍ଲାସ୍ ଯୋଗାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେଇଛି । ରଥଯାତ୍ରା ସମୟରେ ଯାତ୍ରୀଙ୍କ ଯାତାୟାତ ସୁବିଧା ବ୍ୟତୀତ ଯାତ୍ରୀ ପରିସେବା ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି । ଏହା ସମେତ ପୂର୍ବତଟ ରେଳପଥ ଯାତ୍ରୀ ଭିଡ଼ ପରିଚାଳନା, ଟ୍ରେନ୍ ସୂଚନା ପ୍ରଣାଳୀ / ଅନୁସନ୍ଧାନ କାଉଣ୍ଟର, ଭିଡିଓ ୱାଲ୍ ପ୍ରଦର୍ଶନ, ଅତିରିକ୍ତ ଟିକେଟ୍ ବୁକିଂ କାଉଣ୍ଟର ଏବଂ ମୋବାଇଲ୍ ଟିକେଟ୍ କାଉଣ୍ଟର, ୧୫ ହଜାର ତୀର୍ଥଯାତ୍ରୀ ବିଶ୍ରାମ ନେବା ଭଳି ତୀର୍ଥଯାତ୍ରୀ ଅପେକ୍ଷା କ୍ଷେତ୍ର / ଶେଡ୍ ପାଇଁ ମଧ୍ୟ ପୂର୍ବତଟ ରେଳପଥ ପଦକ୍ଷେପ ନେଇଛି ।

ଏହା ମଧ୍ଯ ପଢ଼ନ୍ତୁ...ରଥଯାତ୍ରା ପାଇଁ ଜୋରସୋର ପ୍ରସ୍ତୁତି, ସମୀକ୍ଷା କଲେ ଆଇନ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ - Ratha Yatra 2024

ଏହା ବ୍ୟତୀତ ସୁରକ୍ଷା ବ୍ୟବସ୍ଥା, କ୍ୟାଟରିଂ ସେବା, ମେଡିକାଲ ସୁବିଧା ଏବଂ ଆମ୍ବୁଲାନ୍ସ ଏବଂ ଯାତ୍ରୀ, ବିଶେଷକରି ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ବିଦ୍ୟୁତ୍ ଯୋଗାଣ, ଜଳ ଯୋଗାଣ, ପରିଷ୍କାର ପରିଚ୍ଛନ୍ନତା, ନିରାପତ୍ତା, ପାନୀୟ ଜଳ ଏବଂ ପର୍ଯ୍ୟାପ୍ତ ଶୌଚାଳୟ ଯୋଗାଇବା ପାଇଁ ମଧ୍ୟ ବିଶେଷ ପଦକ୍ଷେପ ଗ୍ରହଣ କରିଛି । ଏନେଇ ପୂର୍ବ ତଟ ରେଳ ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ପୁରୀ ରେଳ ଷ୍ଟେସନରେ ରଥ ଯାତ୍ରା ବ୍ୟବସ୍ଥା ଯାଞ୍ଚ କରି ତୀର୍ଥଯାତ୍ରୀଙ୍କୁ ଦିଆଯାଉଥିବା ସୁବିଧାଗୁଡ଼ିକ ସମ୍ବନ୍ଧରେ ଅବଗତ କରାଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.