ETV Bharat / state

ଆଜି ଶ୍ରୀଜିଉଙ୍କ ଖସାପଡା ଲାଗି ନୀତି, ସର୍ବସାଧାରଣ ଦର୍ଶନ ବନ୍ଦ - Khasapada Ritual - KHASAPADA RITUAL

Khasapada Ritual: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା ଥିବାରୁ ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ଅଧିକ ପଢନ୍ତୁ

Khasapada Ritual
Khasapada Ritual
author img

By ETV Bharat Odisha Team

Published : Apr 1, 2024, 7:04 AM IST

Updated : Apr 1, 2024, 1:16 PM IST

Khasapada Ritual

ପୁରୀ: ଆଜି(ସୋମବାର) ଚୈତ୍ରମାସ କୃଷ୍ଣପକ୍ଷ ସପ୍ତମୀ ତିଥି । ଆଜିର ଏହି ପବିତ୍ର ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜିଉ ମାନଙ୍କର ଅନୁଷ୍ଠିତ ହୋଇଥାଏ ଖସାପଡା ନୀତି । ଏହା ଏକ ଗୁପ୍ତ ନୀତି । ତେଣୁ ଆଜି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ହି ସୂଚନା ଦିଆଯାଇଛି ।

କଥାରେ ଅଛି ଶ୍ରୀମନ୍ଦିରରେ ବାର ମାସରେ ତେର ପର୍ବ ପାଳନ ହେଇଥାଏ । ଶ୍ରୀମନ୍ଦିରର ବିଭିନ୍ନ ପରମ୍ପରା ମଧ୍ୟରୁ ଶ୍ରୀଜିଉଙ୍କ ଖସାପଡା ନୀତି ଅନ୍ୟତମ । ଏହା ଏକ ଗୁପ୍ତ ସେବା ହେଇଥିବାରୁ ନୀତି ସମୟରେ ଦର୍ଶନରୁ ବଞ୍ଚିତ ରହିବେ ଶ୍ରଦ୍ଧାଳୁ । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଶ୍ରୀପୟର ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହି ନୀତି ପାଇଁ ପୂର୍ବ ଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି ।

ଏହା ମଧ୍ୟ ପଢନ୍ତୁ-ଶ୍ରୀକ୍ଷେତ୍ରରେ ଦୋଳ ଉତ୍ସବ ଅନୁଷ୍ଠିତ, ବଡଦାଣ୍ଡରେ ଭକ୍ତଙ୍କ ସହ ଫଗୁ ଖେଳିଲେ ମହାପ୍ରଭୁ

ତେବେ ଏହି ନୀତି ଦଇତାପତି ସେବାୟତମାନଙ୍କର ଗୋଷ୍ଠୀଗତ ଏବଂ ଗୁପ୍ତ ସେବା ଅଟେ । ବର୍ଷକୁ ୨ ରୁ ୩ ଥର ଏହି ଗୁପ୍ତ ସେବା ଅନୁଷ୍ଠିତ ହୋଇଥାଏ । ଗୁଣ୍ଡିଚା ଯାତ୍ରା ସରିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ଶ୍ରୀଅଙ୍ଗ ଶ୍ରୀପୟର ସୁରକ୍ଷା ପାଇଁ ଏହି ଖସାପଡା ନୀତି ଅନୁଷ୍ଠିତ ହୋଇଥାଏ । ସେହିପରି ଦିଅଁମାନେ ଦୋଳ ପୂର୍ଣ୍ଣିମାରେ ହୋଲି ଖେଳିବା ଯୋଗୁଁ ତାଙ୍କ ଶ୍ରୀଅଙ୍ଗର କେତେକ ଅଂଶ କ୍ଷତବିକ୍ଷତ ହୋଇଯାଇ ଥାଏ । ତେଣୁ ଏଥିପାଇଁ ମଧ୍ୟ ଖସାପଡା ନୀତି ହୋଲି ପରେ ଅନୁଷ୍ଠିତ ହୋଇଥାଏ । ଏହି ନୀତି ସମ୍ପୂର୍ଣ୍ଣ ହେବା ପାଇଁ ୪ ଘଣ୍ଟା ସମୟ ଲାଗିଥାଏ । ଖସାପଡା ନୀତି ସମ୍ପୂର୍ଣ୍ଣ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥାଏ। ଖସାପଡା ନୀତି ସରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଚାଲୁ ରହିବ ।

ଇଟିଭି ଭାରତ, ପୁରୀ

Last Updated : Apr 1, 2024, 1:16 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.