ETV Bharat / state

କାଲିଠୁ ‘କୃଷି ଓଡିଶା-2025’ ସମାରୋହ, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ - KRUSHI ODISHA 2025

ସାମିଲ ହେବେ ୧୫ ହଜାର କୃଷକ । ପ୍ରଦର୍ଶିତ ହେବ ୨ଶହ ଷ୍ଟଲ୍‌ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରିବେ ଉଦଘାଟନ ।

କାଲିଠୁ ‘କୃଷି ଓଡିଶା-2025’ ସମାରୋହ, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
କାଲିଠୁ ‘କୃଷି ଓଡିଶା-2025’ ସମାରୋହ, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ (ETV Bharat Odisha)
author img

By ETV Bharat Odisha Team

Published : Jan 2, 2025, 11:02 PM IST

ଭୁବନେଶ୍ବର: ଆସନ୍ତାକାଲି(ଶୁକ୍ରବାର) ଠାରୁ ଭୁବନେଶ୍ୱର ବରମୁଣ୍ଡା ପଡିଆରେ 3 ଦିନ ଧରି ଆୟୋଜିତ ହେବ "କୃଷି ଓଡିଶା 2025"। ସାରା ରାଜ୍ୟରୁ 15 ହଜାର ଚାଷୀ ଯୋଗଦେବେ । ଦିନ ପ୍ରାୟ 11ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । ଏହି ମେଳାରେ କୃଷି ଉପକରଣ, ଉନ୍ନତ ପ୍ରଣାଳୀର ଚାଷ ପଦ୍ଧତି, ଉନ୍ନତ କିଷମର ବିହନ ଓ ବିଭିନ୍ନ ପ୍ରକାରର କୃଷି ସମ୍ବନ୍ଧୀୟ ଜ୍ଞାନକୌଶଳ ପ୍ରଦର୍ଶିତ ହେବ । ଯାହା ଚାଷୀ ଆୟ ବୃଦ୍ଧିରେ ସହାୟକ ହେବ । କାର୍ଯ୍ୟକ୍ରମରେ ସାମିଲ ହେବାକୁ ଥିବା ସମସ୍ତ କୃଷକଙ୍କ ପାଇଁ କୃଷି ବିଶେଷଜ୍ଞମାନଙ୍କ ଦ୍ୱାରା ତାଲିମ୍‌ ବ୍ୟବସ୍ଥା ମଧ୍ୟ ରହିଛି ।

  • ମୁଖ୍ୟମନ୍ତ୍ରୀ କରିବେ ଉଦଘାଟନ

ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆସନ୍ତାକାଲିଠାରୁ ୩ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ବରମୁଣ୍ଡା, ବିଜୁପଟ୍ଟନାୟକ ଖେଳ ପଡ଼ିଆରେ ଏହି କାର୍ଯ୍ୟକ୍ରମର ଆୟୋଜନ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଏହାର ଉଦଘାଟନ କରିବେ ଓ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ମଧ୍ୟ ଉପସ୍ଥିତ ରହିବେ । କୃଷି ଓଡ଼ିଶା-୨୦୨୫ ର ବିଷୟବସ୍ତୁ ରହିଛି “ଚିରନ୍ତନ ଖାଦ୍ୟ ପ୍ରଣାଳୀ ପାଇଁ ଏକ ପ୍ରୟାସ” । ଆସନ୍ତାକାଲି ବିଷୟବସ୍ତୁ ରହିବ ଜଳବାୟୁ ଉପଯୋଗୀ ଖାଦ୍ୟ ପଦ୍ଧତି ଓ ଜଳବାୟୁ ତ୍ୱରିତ ଉଦ୍ୟାନକୃଷି । ଦ୍ୱିତୀୟ ଦିବସ ମୃତ୍ତିକା ସ୍ୱାସ୍ଥ୍ୟ, ପ୍ରାକୃତିକ କୃଷି ଓ ଏହାର ମୂଲ୍ୟଶୃଙ୍ଖଳା ଏବଂ ତୃତୀୟ ଦିବସର ବିଷୟ ହେଉଛି ପାଣି ପଞ୍ଚାୟତ ପକ୍ଷ ପାଳନ ସହିତ ଧାରାବାହିକ ଜଳ ଶାସନ ନୀତି ।

କାଲିଠୁ ‘କୃଷି ଓଡିଶା-2025’ ସମାରୋହ, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ (ETV Bharat Odisha)
  • ପୋଷଣଯୁକ୍ତ ଖାଦ୍ୟ ପଦ୍ଧତି ସହ ସ୍ଥାନୀୟ ଅର୍ଥନୀତିକୁ ଗୁରୁତ୍ବ

ଓଡ଼ିଶାରେ ପୋଷଣଯୁକ୍ତ ଖାଦ୍ୟ ପଦ୍ଧତି ସହିତ ସ୍ଥାନୀୟ ଅର୍ଥନୀତିକୁ ସଶକ୍ତ କରିବା ସହିତ ଉଭୟ ପରିବେଶ ଓ ସ୍ୱାସ୍ଥ୍ୟ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଏହାର ମୂଳ ଲକ୍ଷ୍ୟ । ପାରସ୍ପରିକ ସଂଯୁକ୍ତ ଲକ୍ଷ୍ୟ ମାଧ୍ୟମରେ ଖାଦ୍ୟ ନିରାପତ୍ତା ବୃଦ୍ଧି କରିବା ପାଇଁ ପ୍ରୟାସ କରାଯାଉଛି । ସରକାରଙ୍କ ଦ୍ୱାରା ଆୟୋଜିତ ଏହି ୩ ଦିନର କାର୍ଯ୍ୟକ୍ରମ ରାଜ୍ୟର ଯୁବବର୍ଗଙ୍କୁ କୃଷି, ଉଦ୍ୟାନକୃଷି, ଖାଦ୍ୟ ପ୍ରକ୍ରିୟାକରଣ, ମତ୍ସ୍ୟ ଓ ପ୍ରାଣୀ ପାଳନ କ୍ଷେତ୍ରରେ ନିଜର କ୍ୟାରିଅର ଗଢ଼ିବାକୁ ପ୍ରୋତ୍ସାହିତ କରିବ ।

ଏହା ମଧ୍ୟ ପଢନ୍ତୁ:-

ଦୁଇଗୁଣ ହେଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଖସୁଛି ପାରଦ, ସପ୍ତାହେ ଯାଏଁ ଥରିବ ଓଡ଼ିଶା

  • ରାଜ୍ୟର ୧୫ ହଜାର କୃଷକ ହେବେ ସାମିଲ୍‌

ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧୫ ହଜାର କୃଷକ, କୃଷିଜୀବୀ ମହିଳା, ସ୍ୱୟଂ ସହାୟିକା ଗୋଷ୍ଠୀ, କୃଷକ ଉତ୍ପାଦକ ଗୋଷ୍ଠୀ, ଅଣସରକାରୀ ଗୋଷ୍ଠୀ, ପାଣି ପଞ୍ଚାୟତ ସଭ୍ୟ, କୃଷି ଉଦ୍ୟୋଗୀ, ରପ୍ତାନୀକାରୀ, ଛାତ୍ରଛାତ୍ରୀ ଓ ଗବେଷକବୃନ୍ଦ ଏଥିରେ ଅଂଶଗ୍ରହଣ କରିବେ । ରାଜ୍ୟର ୪ଟି ବିଭିନ୍ନ ସରକାରୀ ବିଭାଗ, କେନ୍ଦ୍ର ସରକାର, ଭାରତୀୟ କୃଷି ଗବେଷଣା ପରିଷଦ, ସି.ଜି.ଆଇ.ଏ.ଆର. ପ୍ରତିଷ୍ଠାନ, ବେସରକାରୀ ସଂଗଠନ, ସମନ୍ୱୟରେ ୧୩ ଗୋଟି ବୈଷୟିକ ଅଧିବେଶନର ମଧ୍ୟ ଆୟୋଜନ କରାଯାଉଛି । କୃଷକ ବୈଜ୍ଞାନିକ ଆଲୋଚନା ଚକ୍ର, ସେମିନାର କାର୍ଯ୍ୟକ୍ରମ ରହିଛି । କୃଷକ ସମୃଦ୍ଧି କେନ୍ଦ୍ର, ଅନୁଭୂତି ଶିକ୍ଷା କେନ୍ଦ୍ର, କୃଷି ଯନ୍ତ୍ରପାତି ପ୍ରଦର୍ଶନ କରାଯିବ । ୨୦୦ରୁ ଅଧିକ ଷ୍ଟଲରେ ବିଭିନ୍ନ କୃଷିଜାତ ଦ୍ରବ୍ୟ ଓ କୃଷି ଯନ୍ତ୍ରପାତି ପ୍ରଦର୍ଶନ କରାଯିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.