ETV Bharat / state

6 ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ସିଇଓ - Lok Sabha Election 2024 - LOK SABHA ELECTION 2024

Election preparations: 6 ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ଭୁବନେଶ୍ବର ଗୋପବନ୍ଧୁ ପ୍ରାଶାସନିକ ଏକାଡେମୀରେ ହୋଇଛି ସମୀକ୍ଷା ବୈଠକ । ଅଧିକ ପଢ଼ନ୍ତୁ

Election preparations
Election preparations
author img

By ETV Bharat Odisha Team

Published : Apr 22, 2024, 9:49 PM IST

ଭୁବନେଶ୍ବର: ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି 6ଟି ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ଭୁବନେଶ୍ବର ଗୋପବନ୍ଧୁ ପ୍ରାଶାସନିକ ଏକାଡେମୀରେ ହୋଇଛି ସମୀକ୍ଷା ବୈଠକ । ବୈଠକରେ ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ 6ଟି ଜିଲ୍ଲା ଅଧିନରେ ଆସୁଥିବା ସମସ୍ତ ସଂସଦୀୟ ନିର୍ବାଚନ କ୍ଷେତ୍ର ଓ ବିଧାନସଭା ନିର୍ବାଚନ କ୍ଷେତ୍ରରେ ନିର୍ବାଚନ ପ୍ରସ୍ତୁତି ବିଷୟରେ ବ୍ୟାପକ ଆଲୋଚନା ହୋଇଛି ।

ମୁକ୍ତ, ଅବାଧ, ସ୍ବଚ୍ଛ, ନିରପେକ୍ଷ, ଶୃଙ୍ଖଳାଯୁକ୍ତ, ତ୍ରୁଟିଶୂନ୍ୟ ତଥା ସମସ୍ତଙ୍କ ଅଂଶଗ୍ରହଣ ଲକ୍ଷ୍ୟ ରହିଛି । ଗଣତନ୍ତ୍ରର ମହାନ ପର୍ବ ସାଧାରଣ ନିର୍ବାଚନକୁ ସଫଳ କରାଇବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ଅଙ୍ଗୀକାରବଦ୍ଧତା ବିଷୟରେ ସ୍ପଷ୍ଟ ମତ ରଖିଛନ୍ତି । ବୈଠକରେ ୬ ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀମାନେ ପିପିଟି ପ୍ରେଜେଣ୍ଟେସନ ମାଧ୍ୟମରେ ସଂପୃକ୍ତ ଜିଲ୍ଲାଗୁଡ଼ିକର ନିର୍ବାଚନ ପ୍ରସ୍ତୁତି ବିଷୟରେ ସବିଶେଷ ତଥ୍ୟ ରଖିଛନ୍ତି । ସେସବୁ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି । ସେହିପରି 6 ଜିଲ୍ଲାର ଆରକ୍ଷୀ ଅଧୀକ୍ଷକ ପିପିଟି ପ୍ରେଜେଣ୍ଟେସନ୍‌ ମାଧ୍ୟମରେ ନିଜ ନିଜ ଜିଲ୍ଲାର ଆଇନଶୃଙ୍ଖଳାଜନିତ ପ୍ରସ୍ତୁତି, ଜବତ ବ୍ୟବସ୍ଥା, ଯାଞ୍ଚ ବ୍ୟବସ୍ଥା ବିଷୟରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମୁଖରେ ସମସ୍ତ ତଥ୍ୟ ରଖିଛନ୍ତି । ଏହି ସମସ୍ତ ତଥ୍ୟର ତର୍ଜମା କରି ମୁଖ୍ୟ ନିର୍ବାଚନ ଅଧିକାରୀ ବୁଥସ୍ତରରୁ ତ୍ରୁଟିଶୂନ୍ୟ ନିର୍ବାଚନ ପରିଚାଳନା କରିବା ପାଇଁ ଉପସ୍ଥିତ ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ, ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ବରିଷ୍ଠ ପୋଲିସ ଅଧିକାରୀ ଓ ରିଟର୍ଣ୍ଣିଂ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

6 ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ସିଇଓ

ନିର୍ବାଚନ ପରିଚାଳନା କେନ୍ଦ୍ରରେ ମତଦାତା: ଆଦର୍ଶ ନିର୍ବାଚନ ପରିଚାଳନା ପାଇଁ ସି-ଭିଜିଲ, ସୁବିଧା ପୋର୍ଟାଲ, ଏନକୋର ନୋଡାଲ ଆପ୍‌ର ବ୍ୟବହାର ସହ ଭିନ୍ନକ୍ଷମ ଭୋଟର ଓ ବୟୋଜ୍ୟେଷ୍ଠ ଭୋଟରଙ୍କ ସୁବିଧା, ପୋଷ୍ଟାଲ ବାଲାଟ, ନିର୍ବାଚନ ଆଚରଣ ବିଧିର ଯଥାର୍ଥ ଅନୁପାଳନ ଉପରେ ଦୃଷ୍ଟି ରଖିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ପରାମର୍ଶ ଦେଇଛନ୍ତି । ମହିଳା ଓ ଯୁବ ଭୋଟରମାନଙ୍କୁ ମତଦାନ ପାଇଁ ଉତ୍ସାହିତ କରିବାକୁ ସେ ପରାମର୍ଶ ଦେଇଛନ୍ତି । ନିର୍ବାଚନକୁ ଦେଶର ସର୍ବବୃହତ ପର୍ବ ରୂପେ ପାଳନ କରି ଅଧିକରୁ ଅଧିକ ଭୋଟର ଯେପରି ମତଦାନ କରିବେ ସେ ଉପରେ ବିଶେଷ ଆଲୋଚନା ହୋଇଛନ୍ତି । ନିର୍ବାଚନ ପରିଚାଳନାରେ ମତଦାତାଙ୍କୁ କେନ୍ଦ୍ରରେ ରଖି ସମସ୍ତ କାର୍ଯ୍ୟ ସଂପାଦନ କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି ।

ଶୃଙ୍ଖଳାଯୁକ୍ତ ନିର୍ବାଚନ ପରିଚାଳନା ଉପରେ ଆଲୋଚନା: ନିର୍ବାଚନ ପ୍ରସ୍ତୁତିରେ ଆଇନଶୃଙ୍ଖଳା ଦିଗ ଉପରେ ମଧ୍ୟ ବିଶେଷ ଆଲୋଚନା ହୋଇଛି । ପ୍ରତିଟି ବୁଥ ଯେପରି ସୁରକ୍ଷା ବଳୟ ମଧ୍ୟରେ ରହିବ ଓ ଇଭିଏମ-ଭିଭିପାଟ୍‌ ମତଗଣନା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁରକ୍ଷା ମଧ୍ୟରେ ରହିବ ସେ ବିଷୟରେ ଆଲୋଚନା ହୋଇଛି । ନିର୍ବାଚନରେ ଆଦର୍ଶ ଆଚରଣ ବିଧିର ଉଚିତ ଅନୁପାଳନ ପାଇଁ ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ, ଅବକାରୀ, ଜିଏସଟି, ପରିବହନ, ଜଙ୍ଗଲ ବିଭାଗ ସମନ୍ବିତ ଭାବରେ କାର୍ଯ୍ୟ କରିବାକୁ ସିଇଓ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମଧ୍ୟରେ ଓଡ଼ିଶାରେ ବିନା କୌଣସି ଜନଜୀବନ ହାନିରେ ଉଚ୍ଚ ମତଦାନ ହାରକୁ ବଜାୟ ରଖିବା ସହ ତ୍ରୁଟିଶୂନ୍ୟ ନିର୍ବାଚନ ପ୍ରକ୍ରିୟାର ଆହ୍ବାନ ବିଷୟରେ ସିଇଓ ଅବଗତ କରାଇଛନ୍ତି । ମତଦାନ ଦିବସ ଓ ମତଗଣନା ଦିବସରେ ଯେପରି ଭାବରେ ବିନା କୌଣସି ବାଧାବିଘ୍ନରେ ସମସ୍ତ କାର୍ଯ୍ୟ ସମ୍ପନ୍ନ ହେବ, ସେଥିପାଇଁ ବିଭିନ୍ନ ବିଭାଗର ସମନ୍ବୟ ଉପରେ ମୁଖ୍ୟ ନିର୍ବାଚନ ଅଧିକାରୀ ଜୋର ଦେଇଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...ଖୋର୍ଦ୍ଧା ଜିଲ୍ଲାରେ ୧୬ ଅତିରିକ୍ତ ମତଦାନ କେନ୍ଦ୍ର ଗଠିତ - 16 Auxiliary Polling Stations

ଗ୍ରୀଷ୍ମ ପ୍ରବାହ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ମତଦାନ କେନ୍ଦ୍ରରେ ବିଶେଷ ବ୍ୟବସ୍ଥା କରାଯିବ । ପ୍ରତିଟି ମତଦାନ କେନ୍ଦ୍ରରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ, ମହିଳା ଓ ପୁରୁଷଙ୍କ ପାଇଁ ସ୍ବତନ୍ତ୍ର ଶୌଚାଳୟ, ଧାଡ଼ିବାନ୍ଧିବା ପାଇଁ ଛାଇ, ଚୌକି ଓ ପ୍ରତୀକ୍ଷା କକ୍ଷର ବ୍ୟବସ୍ଥା ରହିବ । ନିରବଚ୍ଛିନ୍ନ ବିଦ୍ୟୁତ ବ୍ୟବସ୍ଥା ସହ ପଙ୍ଖା ରହିବ । ସମସ୍ତ ମତଦାନ କେନ୍ଦ୍ରରେ ଜଣେ ଲେଖାଏଁ ଆଶା କର୍ମୀ ରହିବେ । ସେମାନଙ୍କ ପାଖରେ ଅଂଶୁଘାତ ମୁକାବିଲା ପାଇଁ ଅତ୍ୟାବଶ୍ୟକ ଔଷଧପତ୍ର ରହିବ । ପ୍ରତିଟି ସେକ୍ଟର ଅଫିସରଙ୍କ ସହ ଜଣେ ପାରା-ମେଡିକାଲ କର୍ମୀ ମଧ୍ୟ ରହିବେ । ଯଦି ଦୈବାତ୍‌ କେହି ଅଂଶୁଘାତର ଶିକାର ହୁଅନ୍ତି, ତେବେ ତାଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ପହଞ୍ଚାଯିବ । ଏଥିପାଇଁ ମତଦାନ ଦିବସଗୁଡ଼ିକରେ ଅଧିକ ସଂଖ୍ୟକ ଆମ୍ବୁଲାନ୍ସ ମହଜୁଦ ରଖାଯିବ ।

ସୂଚନା-ଶିକ୍ଷା-ପ୍ରଚାର ମାଧ୍ୟମରେ ଅଂଶୁଘାତ ସତର୍କତା ବାର୍ତ୍ତା ଜନସାଧାରଣଙ୍କ ପାଖକୁ ପହଞ୍ଚାଇ ଦିଆଯିବ । ଏହାସହ ପ୍ରତିଟି ବୁଥରେ ଜଳଛତ୍ର ଖୋଲାଯିବା ସହିତ ଓଆର୍‌ଏସ୍‌ ଉପଲବ୍ଧ କରାଯିବ । ପ୍ରିଜାଇଡିଂ ଅଫିସର ଓ ପୋଲିଂ ଅଫିସରମାନଙ୍କ ଦ୍ବିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ସମୟରେ ସେମାନଙ୍କୁ ଅଂଶୁଘାତ ସମ୍ବନ୍ଧୀୟ ସଚେତନତା ପ୍ରଶିକ୍ଷଣ ଡାକ୍ତରମାନେ ଦେବେ । ଏହି ସମସ୍ତ ବ୍ୟବସ୍ଥା ମାଧ୍ୟମରେ ମତଦାତାମାନଙ୍କୁ ମତଦାନର ଏକ ସ୍ମରଣୀୟ ଅନୁଭବ ଦେବାପାଇଁ ନିରନ୍ତର ଉଦ୍ୟମ କରାଯାଉଛି ବୋଲି ସେ ମତ ଦେଇଛନ୍ତି । ଏହି କ୍ରମରେ ନିର୍ବାଚନ ପ୍ରକ୍ରିୟାରେ ସାମିଲ ହେଉଥିବା ସମସ୍ତ ଅଧିକାରୀଙ୍କ ପାଇଁ ଉଚିତ ବ୍ୟବସ୍ଥା କରାଯିବା ବିଷୟରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ।

ମହିଳା କର୍ମଚାରୀଙ୍କ ଉପରେ ବିଶେଷ ଆଲୋଚନା: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଭିତରେ ମଧ୍ୟ ନିର୍ବାଚନ କାର୍ଯ୍ୟ ପରିଚାଳନା ହେବ । ଗ୍ରୀଷ୍ମପ୍ରବାହରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଓ ସୁରକ୍ଷା କର୍ମଚାରୀ ନିଜ ନିଜର ଦାୟିତ୍ବ ସଂପାଦନ କରିବାକୁ ଯାଉଛନ୍ତି । ତେଣୁ ସେମାନଙ୍କ ସୁରକ୍ଷା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । କର୍ମଚାରୀଙ୍କ ରହିବା, ଗମନାଗମନ ଓ ଖାଦ୍ୟ ବିଷୟରେ ଆଲୋଚନା ହୋଇଛି । ନିର୍ବାଚନ କାର୍ଯ୍ୟ ସମୟରେ ସେମାନେ ଅଂଶୁଘାତର ଶିକାର ନହୁଅନ୍ତି ସେଥିପ୍ରତି ଯତ୍ନବାନ ହେବାକୁ ପଡ଼ିବ । ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ମହିଳା କର୍ମଚାରୀଙ୍କ ବିଷୟରେ ସ୍ବତନ୍ତ୍ର ଆଲୋଚନା ହୋଇଛି । ସମସ୍ତ ବୁଥର ସୁରକ୍ଷା ପାଇଁ ସୁ-ଉଚ୍ଚ ପାଚେରିର ବ୍ୟବସ୍ଥା କରାଯାଇଛି । ସଖି ବୁଥରେ ସୁରକ୍ଷା କର୍ମଚାରୀ ମଧ୍ୟ ମହିଳା ରହିବେ । ଓଡ଼ିଶାରେ ନିୟୋଜିତ ନିର୍ବାଚନ କର୍ମଚାରୀଙ୍କ ମଧ୍ୟରେ ପ୍ରାୟ ୩୦% ମହିଳା କର୍ମଚାରୀ ରହିଛନ୍ତି । ଭୋଟର ତାଲିକାରେ ପ୍ରତି ୧୦୦୦ ପୁରୁଷ ଭୋଟର ପିଛା ମହିଳା ଭୋଟରଙ୍କ ସଂଖ୍ୟା ୯୬୧ରୁ ୯୭୪କୁ ବୃଦ୍ଧି ପାଇଛି । ମହିଳାମାନେ ଯେପରି ପ୍ରାଥମିକତା ଭିତ୍ତିରେ ମତଦାନ କରିବେ, ସେଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଏହି ସମସ୍ତ ବ୍ୟବସ୍ଥା ଯେପରି ଉପଯୁକ୍ତ ଭାବରେ ତୃଣମୂଳ ସ୍ତରରେ ଲାଗୁ ହେବ ।

ଏହା ମଧ୍ୟ ପଢ଼ନ୍ତୁ...ଏଥର ବୟସ୍କଙ୍କ ଲାଗି ହୋମ ଭୋଟିଂ ବ୍ୟବସ୍ଥା, ଜାଣନ୍ତୁ କେଉଁ ରାଜ୍ୟରେ କେତେ ରହିଛନ୍ତି ବୟସ୍କ ଭୋଟର - LOK SABHA ELECTION 2024

ଏମାନେ ଥିଲେ ଉପସ୍ଥିତ: ଆଜିର ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ଅତିରିକ୍ତ ପୋଲିସ ଡିଜି ତଥା ରାଜ୍ୟ ପୋଲିସ ନୋଡାଲ ଅଧିକାରୀ ସଞ୍ଜୟ କୁମାର, କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ରଞ୍ଜନ କୁମାର ଦାସ, ପୋଲିସ କମିଶନର ସଞ୍ଜୀବ ପଣ୍ଡା, କେନ୍ଦ୍ରାଞ୍ଚଳ ପୋଲିସ ଆଇଜି ସଞ୍ଜୟ କୁମାର କୌଶଲ ଓ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡାକ୍ତର ଏନ୍‌ ତିରୁମାଲା ନାୟକ, ମୁଖ୍ୟ ନିର୍ବାଚନ ଅଧିକାରୀ ସହ ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ବିଷୟରେ ସମୀକ୍ଷା କରିଛନ୍ତି । ଏହି ଅବସରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ମିହିର ମହାନ୍ତି ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ବିଷୟରେ ସମସ୍ତଙ୍କୁ ଅବଗତ କରାଇଛନ୍ତି ।

ବୈଠକରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା, ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହା, କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ, ନୟାଗଡ଼ ଜିଲ୍ଲାପାଳ ସ୍ବଧାଦେବ ସିଂ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ, ଭୁବନେଶ୍ବର ଡିସିପି ପ୍ରତୀକ ସିଂ, ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଅବିନାଶ କୁମାର, ଜଗତସିଂହପୁର ଆରକ୍ଷୀ ଅଧୀକ୍ଷକ ରାହୁଲ ପିଆର୍‌, କେନ୍ଦ୍ରାପଡ଼ା ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କାଟାରିଆ, ନୟାଗଡ଼ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ, ପୁରୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.