ETV Bharat / state

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷାରେ ଭାସିବ ଓଡ଼ିଶା ! - Odisha Weather

Odisha Weather Update: ସୃଷ୍ଟି ହୋଇଛି ଲଘୁଚାପ । ଆଗାମୀ ୫ରୁ ୭ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା । ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି । ଅଧିକ ପଢ଼ନ୍ତୁ

author img

By ETV Bharat Odisha Team

Published : Jul 15, 2024, 6:26 PM IST

Low Pressure
Low Pressure (ETV Bharat Odisha)

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଦକ୍ଷିଣ ଓଡ଼ିଶା ଉପକୂଳ ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ତତସଂଲଗ୍ନ ଉତ୍ତର-ପଶ୍ଚିମ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ବାୟୁମଣ୍ଡଳର ୭.୬ କିଲୋମିଟର ଯାଏଁ ବ୍ୟାପିଛି । ଏହାର ପ୍ରଭାବ ଓଡିଶା ଉପରେ କେତେ ରହିବା ତାହା ସ୍ପଷ୍ଟ ହୋଇନଥିବା ବେଳେ ପ୍ରଭାବରେ ବର୍ଷା ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Low Pressure (ETV Bharat Odisha)

ତେବେ ଚଳିତ ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହେବ ସିରିଜ ଲଘୁଚାପ । ଗୋଟିଏ ଲଘୁଚାପ ଆଜି ସୃଷ୍ଟି ହୋଇଥିବା ବେଳେ ଆଉ ଏକ ଲଘୁଚାପ ୧୯ ତାରିଖରେ ସୃଷ୍ଟି ହେବ ବୋଲ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ୨ଟି ଲଘୁଚାପର ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଅର୍ଥାତ ୧୬ ତାରିଖରେ ବର୍ଷାର ପରିମାଣ ସାମାନ୍ୟ କମ ରହିବା ସହ ୧୭ରୁ ପୁଣି ବର୍ଷାର ବିସ୍ତୃତି ବଢିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ପରେ ୧୯ ତାରିଖରୁ ପୁଣି ଏକ ଲଘୁଚାପର ସମ୍ଭାବନା ସହ ଅତି ପ୍ରବଳ ବର୍ଷାର ସମ୍ଭାବନା ରହୁଥିବା ପାଣିପାଗ ବିଭାଗ ପୂର୍ବାନୂମାନ କରିଛି ।

ସେହିପରି ଦ୍ବିତୀୟ ଲଘୁଚାପ କ୍ଷେତ୍ରଟି ୧୯ରୁ ୨୦ ଜୁଲାଇ ବେଳକୁ ଉତ୍ତର ବଙ୍ଗୋପସାଗର ତତ୍ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ । ଏହି ଲଘୁଚାପଟି ପ୍ରଥମ ଲଘୁଚାପ ଅପେକ୍ଷା ଅଧିକ ଶକ୍ତିଶାଳୀ ହୋଇ ଚିହ୍ନିତ ଲଘୁଚାପ କିମ୍ବା ଅବପାତର ରୂପ ନେଇପାରେ । ଏହି କ୍ଷେତ୍ର ପ୍ରଭାବରେ ୨୦ରୁ ୨୨ ତାରିଖ ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି । ଆସୁଥିବା ୨ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ଭରଣା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ପରେ ଲଘୁଚାପଟି ଘନୀଭୂତ ହୋଇ ଅବପାତର ରୂପ ନେବ । ଅବପାତ ପ୍ରଭାବରେ ଜୁଲାଇ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ପୂର୍ବ, ମଧ୍ୟ ଏବଂ ପଶ୍ଚିମ ଭାରତ ଉପରେ ପ୍ରବଳ ବର୍ଷା ହୋଇପାରେ । ପରେ ଜୁଲାଇ ୨୩ ପରେ ବଙ୍ଗୋପସାଗରରେ ଅନ୍ୟ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ।

ଏହା ମଧ୍ୟ ପଢ଼ନ୍ତୁ...ବଙ୍ଗୋପସାଗରରେ ୨ଟି ଲଘୁଚାପ ! ଏହି ଦିନଠୁ ପ୍ରବଳରୁ ଅତି ପ୍ରବଳ ବର୍ଷା - Odisha Weather

ସେପଟେ ଜୁନ ୧ ରୁ ରାଜ୍ୟରେ ଏବେ ସୁଦ୍ଧା ୨୫୯.୬ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ୨୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ବର୍ତ୍ତମାନ ସୁଧା ୩୫୭.୪ ମିମି ବର୍ଷା ରହିବା କଥା । ବାଲେଶ୍ୱରରେ ସର୍ବାଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ତେବେ ଆଜି ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଦେଇଛି ବିଭାଗ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡାରେ ଅତି ପ୍ରବଳ ଓ ନୂଆପଡା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ପୁରୀର ନିମାପଡା ଠାରେ ସର୍ବାଧିକ ୯୫.୬ ମିମି ବର୍ଷା ହେଇଛି । ସେହିପରି ସର୍ବାଧିକ ୩୫ .୪ ଡିଗ୍ରୀ ତାପମାତ୍ରା ପାରଳାଖେମୁଣ୍ଡିରେ ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.