ETV Bharat / state

ଆହୁରି ୨୪ ଘଣ୍ଟା ବର୍ଷା, ଭିଜିବ ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା - ODISHA WEATHER LATEST UPDATE

ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଲାଗି ରହିବ ବର୍ଷା । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ ।

Low Pressure Rainfall
Low Pressure Rainfall (ETV Bharat Odisha)
author img

By ETV Bharat Odisha Team

Published : 5 hours ago

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ସହ ଏକ ପଶ୍ଚିମା ଝଡ ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଆହୁରି ୨୪ ଘଣ୍ଟା ଭିଜିବ ଓଡ଼ିଶା । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଲାଗି ରହିବ ବର୍ଷା । ପ୍ରବଳ ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ବର୍ଷା କମିବା ପରେ ଶୀତ ବଢିବ । ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏସବୁ ଜିଲ୍ଲାରେ ବର୍ଷିବ:

ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ‘ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ଲାଗି ରହିବ । ବିଶେଷ କରି ରାଜ୍ୟର ଉପକୂଳ ଅଞ୍ଚଳ ଜିଲ୍ଲା ଗୁଡ଼ିକରେ ବର୍ଷାର ପରିମାଣ ଅଧିକ ରହିପାରେ । ଏହାସହ ଏହାର ଆଖପାଖ ଜିଲ୍ଲାଗୁଡ଼ିକରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ।

Low Pressure Rainfall (ETV Bharat Odisha)

ଆଗାମୀ ୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ବର, ଝାରସୁଗୁଡ଼ା, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଯାଜପୁର, ଢେଙ୍କାନାଳ, ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ବର୍ଷା ହେବ । ସେହିପରି ଆସନ୍ତାକାଲି ଠାରୁ ବର୍ଷାର ପରିମାଣ କମିବାକୁ ଥିବା ବେଳେ ଦକ୍ଷିଣ ଓଡ଼ିଶା ଯେପରି କି ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଅବପାତର ପ୍ରଭାବ ଅଧିକ ରହିଥିବାରୁ ସମସ୍ତ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ଆସନ୍ତା ୨୪ ଘଣ୍ଟା ପାଇଁ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

୨୪ ଘଣ୍ଟା ପାଇଁ ଆଲର୍ଟ: ମୟୂରଭଞ୍ଜ, ବାଲେଶ୍ବର, ଝାରସୁଗୁଡ଼ା, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଯାଜପୁର, ଢେଙ୍କାନାଳ, ଖୋର୍ଦ୍ଧା ଓ କଟକ

ଏହା ମଧ୍ଯ ପଢ଼ନ୍ତୁ...ଲଘୁଚାପ ବର୍ଷାରେ ଭିଜିଲା ଓଡ଼ିଶା, ପାଚିଲା ଧାନକୁ ନେଇ ଚିନ୍ତାରେ ଚାଷୀ

ଏହା ମଧ୍ଯ ପଢ଼ନ୍ତୁ...୨୪ ଘଣ୍ଟାରେ ପ୍ରବଳ ବର୍ଷିବ, ୪ ଜିଲ୍ଲାକୁ ୟେଲୋ ଆଲର୍ଟ

୪୮ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡ଼ି:

ସେପଟେ ବର୍ଷା କମିବା ପରେ ଘନ କୁହୁଡି ଦୃଶ୍ୟମାନ ହେବ । ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବାର ସମ୍ଭାବନା ରହିଛି । ୨୩ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଜିଲ୍ଲାରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ଦୃଶ୍ୟମାନ ଦୂରତା ରହିବ । ପଶ୍ଚିମା ଝଡ ପ୍ରଭାବରେ ନୂଆ ବର୍ଷ ପର୍ଯ୍ୟନ୍ତ ମେଘୁଆ ପାଗ ରହିବା ସହ ୩ ଦିନ ପରେ ରାଜ୍ୟରେ ଶୀତ ବଢିବ । ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଦିନ ଏବଂ ରାତିର ତାପମାତ୍ରା କମିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ବର୍ଷା ପାଗ ପାଇଁ ବର୍ତ୍ତମାନ ରାଜ୍ୟରେ ଦିନର ତାପମାତ୍ରା ୪ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରଣପୁରରେ ସର୍ବାଧିକ ୧୦୮.୪ ମିଲିମିଟର ବର୍ଷା ହୋଇଥିବା ବେଳେ ବେଗୁନିଆରେ ୮୪ ମିମି, ପିପିଲି, ଜଟଣୀ ଏବଂ ଖୋର୍ଦ୍ଧାରେ ୭୫ ମିଲିମିଟର ଲେଖାଏଁ ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.