ETV Bharat / state

ଆହୁରି 4 ଦିନ ପ୍ରବଳ ବର୍ଷା; ପାଣିରେ ଭାସିବ ଏସବୁ ଜିଲ୍ଲା, ସତର୍କ କଲା ପାଣିପାଗ ବିଭାଗ - Rain In Odisha

author img

By ETV Bharat Odisha Team

Published : Aug 17, 2024, 5:09 PM IST

Updated : Aug 17, 2024, 5:21 PM IST

Odisha Weather Update: ରାଜ୍ୟରେ ଆଗାମୀ କିଛି ଦିନ ଲାଗି ରହିବ ପ୍ରବଳ ବର୍ଷା । ଲଘୁଚାପ ସକ୍ରିୟ ରହିଥିବା ବେଳେ ପ୍ରବଳ ବର୍ଷା ପାଇଁ ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ଓ ତତସଲଗ୍ନ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି । ଯାହା ପରବର୍ତ୍ତୀ ମୁହୂର୍ତ୍ତରେ ଅଧିକ ଘନୀଭୂତ ହୋଇ ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୱେଲମାର୍କ ଲୋ-ପ୍ରେସରରେ ପରିଣତ ହେବ । ୧୯ ତାରିଖ ବେଳକୁ ଏହା ୱେଲମାର୍କ ଲୋ-ପ୍ରେସର ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଜି ଏସବୁ ଜାଗାରେ ପ୍ରବଳ ବର୍ଷା:

ଆଜି ଅନେକ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଅର୍ଥାତ ୭ରୁ ୨୦ ସେମି ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Odisha Weather Update
Odisha Weather Update (IMD)

ଆଗାମୀ ଦିନ ପାଇଁ ୱାର୍ଣ୍ଣିଂ:

ଆସନ୍ତାକାଲି ଅର୍ଥାତ 18 ତାରିଖରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ପ୍ରବଳ ବର୍ଷାକୁ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହପରି 19 ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଅନ୍ୟପଟେ 20 ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି 21 ଓ 22 ତାରିଖରେ ବର୍ଷାର ପରିମାଣ କମିବାକୁ ଥିବା ବେଳେ କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ ।

Odisha Weather Update
Odisha Weather Update (IMD)
ଏବେ ବି ନିଅଣ୍ଟିଆ ବର୍ଷା:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ 680.5 ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୭୬୦.୦ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କଟକ ବାଙ୍କୀରେ ସର୍ବାଧିକ ୮୫.୦୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର; ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ - ODISHA HEAVY RAIN ALERT

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 17, 2024, 5:21 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.