ETV Bharat / state

ମୟୂରଭଞ୍ଜରେ ବାତ୍ୟା 'ଦାନା' ମୁକାବିଲା ଯୋଜନା: ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗରେ ବନ୍ୟା ଆଶଙ୍କା

ବାତ୍ୟା ଦାନାକୁ ନେଇ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ । ପ୍ରବଳ ବର୍ଷା ନେଇ ରେଡ ଓ୍ବାର୍ଣ୍ଣିଂ ପରେ ସମ୍ଭାବ୍ୟ ବନ୍ୟା ମୁକାବିଲା ଏବଂ ଜିରୋ କାଜୁଆଲଟି ଉପରେ ଫୋକସ ।

ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନର ତତ୍ପରତା
ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନର ତତ୍ପରତା (ETV Bharat odisha)
author img

By ETV Bharat Odisha Team

Published : 2 hours ago

ରାଇରଙ୍ଗପୁର (ମୟୂରଭଞ୍ଜ): ସମ୍ଭବ୍ୟ ବାତ୍ୟା ‘ଦାନା’କୁ ନେଇ ମୟୂରଭଞ୍ଜ ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ତତ୍ପର ହୋଇଛି । ମୁକାବିଲା ପାଇଁ ଓ ପୂର୍ବ ପ୍ରସ୍ତୁତି ପାଇଁ ଜିଲ୍ଲାପାଳ ହେମକାନ୍ତ ସୟ ଆଭାସୀ ମାଧ୍ୟମରେ ସମୀକ୍ଷା କରିଛନ୍ତି । ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଥିବା ବେଳେ ଅକ୍ଟୋବର ୨୪ ଓ ୨୫ ତାରିଖ ଦିନ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ଼ ୱାର୍ଣ୍ଣିଂ ପାଣିପାଗ ବିଭାଗ ଜାରି କରିଛି । ତେଣୁ ଜିଲ୍ଲାରେ ସମସ୍ତ ପ୍ରକାର ଆପଦକାଳୀନ ପ୍ରସ୍ତୁତି ବ୍ୟବସ୍ଥା ପ୍ରତି ଧ୍ୟାନ ଦେବାକୁ ଆଲୋଚନା କରାଯାଇଛି ।

ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ:-

ବାତ୍ୟାକୁ ନେଇ ଅକ୍ଟୋବର ୨୩ରେ ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ହୋଇଛି । ଅକ୍ଟୋବର ୨୩ବେଳକୁ ବୃଷ୍ଟିପାତର ପ୍ରଭାବ ଥିବା ବେଳେ ୟେଲୋ ୱାର୍ଣ୍ଣିଂ ଜାରି ରହିଛି । ତେବେ ଗସ୍ତ କାର୍ଯ୍ୟକ୍ରମ ବାତିଲ ନେଇ ବର୍ତ୍ତମାନ ସୁଦ୍ଧା କୋଣସି ଖବର ଆସିନାହିଁ ବୋଲି ଜିଲ୍ଲାପାଳ କହିଛନ୍ତି । ଏଥି ସହିତ ଜିଲ୍ଲାର ବାତ୍ୟା ଓ ବନ୍ୟାେ ପ୍ରଭାବିତ ହେବାର ଆଶଙ୍କା ରହିଛି । ବିଭିନ୍ନ ତହସିଲ, ବ୍ଲକ ଏବଂ ଗ୍ରାମ ପଞ୍ଚାୟତରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜରୁରୀକାଳୀନ ବ୍ୟବସ୍ଥାକୁ ଦୃଷ୍ଟି ଦିଆଯାଇଛି ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନର ତତ୍ପରତା (ETV Bharat odisha)
  • ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ତତ୍ପର
  • ଜିରୋ କାଜୁଆଲଟିକୁ ଜିଲ୍ଲାପାଳଙ୍କ ଗୁରୁତ୍ୱ
  • ସ୍ଥିତି ନେଇ ଜିଲ୍ଲାପାଳଙ୍କ ଆଭାସୀ ମାଧ୍ୟମ (ଭର୍ଚୁଆଲ)ରେ ସମୀକ୍ଷା
  • ବାତ୍ୟା ନେଇ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ
  • ବର୍ଷା ପରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି !

ବୁଢ଼ାବଳଙ୍ଗ ଏବଂ ସୁବର୍ଣ୍ଣରେଖା ନଦୀ ଅବବାହିକାରେ ଅବସ୍ଥିତ ଗ୍ରାମଗୁଡିକ ବନ୍ୟା ଦ୍ୱାରା ପ୍ରଭାବିତ ହେବା ସମ୍ଭାବନା ରହିଛି । ଜିଲ୍ଲା ପ୍ରଶାସନ ଏଥିପାଇଁ ପୂର୍ବରୁ ସଚେତନ ହୋଇ ଜନସାଧାରଣଙ୍କୁ ଉପଯୁକ୍ତ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ବ୍ୟବସ୍ଥା କରିବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଆବଶ୍ୟକ ସ୍ଥଳେ ସ୍କୁଲ ଏବଂ କଲେଜ ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇପାରେ ବୋଲି ପ୍ରଶାସନ ସୂଚିତ କରିଛନ୍ତି । ଉଦ୍ଧାର ଓ ସ୍ଥାନାନ୍ତରଣ କାର୍ଯ୍ୟରେ ସହାୟତା ନିମନ୍ତେ ସମସ୍ତ ଅଗ୍ନିଶମ କେନ୍ଦ୍ର ପ୍ରସ୍ତୁତ ରହିବେ ।

ଏହା ମଧ୍ୟ ପଢ଼ନ୍ତୁ...ରାଜ୍ୟ ସରକାର ଖୋଲିଲେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌, ବାତ୍ୟା 'ଦାନା'ର ଟିକିନିକ ଅପଡେଟ ଦେବ ଏସଆରସି

ଏହା ମଧ୍ୟ ପଢ଼ନ୍ତୁ...ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ, ଅଫିସ ଆସିବେ ଅଫିସର, କୃଷି ଓ ରାଜସ୍ବ ମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା

ସମସ୍ତ ବିଡିଓ, ତହସିଲଦାର, ରାଜସ୍ବ ନିରୀକ୍ଷକ ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାର ନିର୍ବାହୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପ୍ରବଣ ଗ୍ରାମ ଓ ବାସସ୍ଥାନ ପାଇଁ ସ୍ଥାନାନ୍ତର ଯୋଜନା ପ୍ରସ୍ତୁତ କରିବା ପାଇଁ ଆଦେଶ ଦିଆଯାଇଛି । ଏଥି ସହିତ ଜଳଯୋଗାଣ, ଆଲୋକୀକରଣ, ପରିମଳ ବ୍ୟବସ୍ଥା ଏବଂ ମୌଳିକ ସୁବିଧା ଉପଲବ୍ଧ ରଖିବା । ଶୁଖିଲା ଖାଦ୍ୟ ଓ ଶିଶୁ ଖାଦ୍ୟ ସମେତ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯିବ । ସମସ୍ତ ଓଡ୍ରାଫ ଟିମ ମୁତୟନ ସମେତ କୌଣସି ଜରୁରୀକାଳୀନ ଅଧିକାରୀ ଏବଂ କର୍ମଚାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ପାଇଁ ମଧ୍ୟ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ତୁରନ୍ତ ରିଲିଫ୍ ଯୋଗାଣ, ବିଶୁଦ୍ଧ ଜଳ ଓ ଖାଦ୍ୟ ଯୋଗାଣ, ଅସ୍ଥାୟୀ ଆଶ୍ରୟସ୍ଥଳୀ ଏବଂ ଚିକିତ୍ସା ବ୍ୟବସ୍ଥା ସୁଗମ କରିବା ଉପରେ ଗୁରୁତ୍ୱ ଦିଆଯାଇଛି ।

  • ବିଡିଓ, ତହସିଲଦାର, ରାଜସ୍ବ ନିରୀକ୍ଷକ ଓ ସହରାଞ୍ଚଳ ନିର୍ବାହୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପ୍ରବଣ ଗ୍ରାମ ଓ ବାସସ୍ଥାନ ପାଇଁ ସ୍ଥାନାନ୍ତର ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ
  • ଜଳ ଯୋଗାଣ, ଆଲୋକୀକରଣ, ପରିମଳ ବ୍ୟବସ୍ଥା ଏବଂ ମୌଳିକ ସୁବିଧା ଉପଲବ୍ଧ ରଖିବାକୁ ପରାମର୍ଶ
  • ଶୁଖିଲା ଖାଦ୍ୟ ଓ ଶିଶୁ ଖାଦ୍ୟ ସମେତ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ସାମଗ୍ରୀ ମହଜୁଦ ବ୍ୟବସ୍ଥା
  • ଓଡ୍ରାଫ ଟିମ ମୁତୟନ ସମେତ କୌଣସି ଜରୁରୀକାଳୀନ ଅଧିକାରୀ ଏବଂ କର୍ମଚାରୀଙ୍କୁ ମୁଖ୍ୟାଳୟ ନ ଛାଡ଼ିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
  • ତୁରନ୍ତ ରିଲିଫ ଯୋଗାଣ, ବିଶୁଦ୍ଧ ଜଳ ଓ ଖାଦ୍ୟ ଯୋଗାଣ, ଅସ୍ଥାୟୀ ଆଶ୍ରୟସ୍ଥଳୀ ଏବଂ ଚିକିତ୍ସା ବ୍ୟବସ୍ଥା ସୁଗମ କରିବା ଉପରେ ଗୁରୁତ୍ୱ

ଇଟିଭି ଭାରତ, ମୟୂରଭଞ୍ଜ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.