ETV Bharat / state

ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - Odisha Weather - ODISHA WEATHER

Odisha Weather Update: ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଧିକ ପଢ଼ନ୍ତୁ

ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନାକୁ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By ETV Bharat Odisha Team

Published : Apr 10, 2024, 8:23 PM IST

ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନାକୁ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟବାସୀଙ୍କୁ ଗ୍ରୀଷ୍ମ ପ୍ରକୋପରୁ ତ୍ରାହି ମିଳିଛି । କାଳବୈଶାଖୀ ତାତିରୁ ଆଶ୍ବସ୍ତି ଦେଇଛି । ବର୍ତ୍ତମାନ ରାଜ୍ୟରେ ପାଣିପାଗ ସ୍ୱାଭାବିକ ସ୍ଥିତିରେ ରହୁଥିବା ବେଳେ ପାରଦ ତଳମୁହାଁ ରହିଛି । ଖରା ଛାଇର ଲୁଚକାଳି ଭିତରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବର୍ତ୍ତମାନ ରାଜ୍ୟରେ ପାଣିପାଗ ପ୍ରାଭାବ ନଖଥିବା ବେଳେ କେତେକ ଅଞ୍ଚଳରେ ବାୟୁ ଚଳାଚଳ ପ୍ରଭାବରେ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନାକୁ ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ନୂଆପଡା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା ଓ କୋରାପୁଟ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କଟକ, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡା, ମାଲକାନଗିରି, ଗଜପତି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି କନ୍ଧମାଳ ଓ ନୂଆପଡାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।

ସେପଟେ କାଳବୈଶାଖୀ ବର୍ଷା ପ୍ରଭାବରେ ଆସନ୍ତା 4 ଦିନ ପର୍ଯ୍ୟନ୍ତ ତାତିରୁ ତ୍ରାହି ମିଳିବ ଓ କାଁଭାଁ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପରେ ୧୩ ତାରିଖ ପରଠାରୁ ରାଜ୍ୟରେ ପୁଣି ତାତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅର୍ଥାତ ୧୩ ତାରିଖ ପରଠାରୁ ରାଜ୍ୟରେ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁର ପ୍ରଭାବ ବୃଦ୍ଧି ସହ ପୁଣି ଦିନର ତାପମାତ୍ରାରେ ଦୃଷ୍ଟାନ୍ତ ମୂଳକ ବୃଦ୍ଧି ସମ୍ଭାବନା ରହିଥିବା ପୂର୍ବାନୁମାନ କହିଛି ପାଣିପାଗ ବିଭାଗ । ବିଶେଷ କରି ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର ଅଞ୍ଚଳରେ ୪୦ଡ଼ିଗ୍ରୀ ଛୁଇଁବା ଆଶଙ୍କା ରହିଛି । ଏାହକୁ ଲକ୍ଷ୍ୟ କରି ପାଣିପାଗ ବିଭାଗ ପକ୍ଷରୁ ସଚେତନତା ଜାରି କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ତାତିରୁ ଆଶ୍ବସ୍ତି ଆଣିଛି କାଳବୈଶାଖୀ ବର୍ଷା, ପୁଣି ୧୩ରୁ ବଢିବ ତାତି - WEATHER UPDATE

ଗତ ୨୪ ଘଣ୍ଟାରେ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଥିବା ବେଳେ ସର୍ବାଧିକ ୧୭.୦୦ ମିମି ବର୍ଷା କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ରେକର୍ଡ ହୋଇଛି । ସେହିପରି ନୂଆପଡ଼ାରେ 13.02 ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ମାଲକାନଗିରିରେ ୩୯.୨ ଡିଗ୍ରୀ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି । ସେହପରି ଭୁବନେଶ୍ବରରେ 36.5 ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.