ETV Bharat / state

ଏଣିକି ବିନା ସୁଧରେ ୧୦ଲକ୍ଷ ଯାଏଁ ଋଣ; ଫେଡେରେସନ ଲିଡର, CRPଙ୍କ ପାଇଁ ଖୁବଶୀଘ୍ର ଖୁସି ଖବର: ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Feb 27, 2024, 7:45 PM IST

Mission Shakti To Get Interest Free Loans: ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧାରେ 10 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ମିଳିବ । ମିଶନ ଶକ୍ତି ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ମିଳିବ। ୟୁନିଫର୍ମ ଓ ବ୍ଲେଜର ପାଇଁ ବି ସହାୟତା ମିଳିବ । ଫେଡେରେସନ ଲିଡର ଓ କମ୍ୟୁନିଟି ସପୋର୍ଟ ଷ୍ଟାଫ ପାଇଁ ଖୁବ ଶୀଘ୍ର ଖୁସି ଖବର ଘୋଷଣା କରିବେ ସରକାର । ଆଜି ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି । ଅଧିକ ପଢନ୍ତୁ

Naveen Patnaik
Naveen Patnaik

ଭୁବନେଶ୍ବର: ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧାରେ 10 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ମିଳିବ । ମିଶନ ଶକ୍ତି ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ମିଳିବ। ୟୁନିଫର୍ମ ଓ ବ୍ଲେଜର ପାଇଁ ବି ସହାୟତା ମିଳିବ । ଫେଡେରେସନ ଲିଡର ଓ କମ୍ୟୁନିଟି ସପୋର୍ଟ ଷ୍ଟାଫ ପାଇଁ ଖୁବ ଶୀଘ୍ର ଖୁସି ଖବର ଘୋଷଣା କରିବେ ସରକାର। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠି ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ବ୍ୟବସ୍ଥା, ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ଏବଂ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି।

ଅଧିକ ପଢନ୍ତୁ- ମିଶନ ଶକ୍ତି କାଫେ: ମିଳୁଛି ସ୍ଵାଦିଷ୍ଟ ଖାଦ୍ୟ, ମହିଳାଙ୍କୁ କରିଛି ସ୍ବାବଲମ୍ବୀ

ସେହିପରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୫ ବର୍ଷ ମଧ୍ୟରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଓ Retail Outlet ଖୋଲାଯିବ। ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ମା’ ମାନଙ୍କୁ ଯୋଗାଇ ଦିଆଯିବ। ଓଡିଶାର ରୂପାନ୍ତରରେ ମା’ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରହିଛି । ଏହି ଅବସରରେ ଭୁବନେଶ୍ବରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ। ମା’ ମାନଙ୍କ ସମ୍ମାନ ଓ ଉନ୍ନତି ପାଇଁ ମୋ ସରକାର ନିରନ୍ତର ଭାବେ କାମ କରିଚାଲିଛି। ଏକ ସ୍ବତନ୍ତ୍ର ଜୀବିକା ଅର୍ଜନ ପଦକ୍ଷେପ ମାଧ୍ୟମରେ ମିଶନ ଶକ୍ତି ମା’ ମାନଙ୍କୁ ୮ ହଜାର କୋଟି ଟଙ୍କାର ସରକାରୀ ବିଜିନେସ ସହାୟତା ଯୋଗାଇ ଦିଆଯାଇଅଛି। ମା’ ମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ପାର୍ଟନର ହୋଇଛନ୍ତି। ନୂଆ ଓଡିଶା ଗଠନରେ ସାମିଲ ହୋଇଛନ୍ତି। ଆଜି ମିଶନ ଶକ୍ତି ମା’ ମାନଙ୍କର ଭଲ କାମ ଦେଶ ବିଦେଶରେ ପହଞ୍ଚି ପାରିଛି। ସ୍ବୟଂ ସହାୟକ ଗୋଷ୍ଠିର ମା’ ମାନେ ଦୁବାଇ ଓ ସିଙ୍ଗାପୁରକୁ exposure visit ରେ ଯାଉଥିବାରୁ ଖୁସି ବ୍ୟକ୍ତ କରି କହିଥିଲେ ଯେ ଆଗକୁ ଅଧିକରୁ ଅଧିକ ମା’ ମାନେ ବିଦେଶ ଯିବେ। ସ୍ବୟଂ ସହାୟକ ଗୋଷ୍ଠିର ମା’ ମାନେ SHG ରୁ SME ଆଡକୁ ଆଗଉଥିବାର ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ସ୍ବୟଂ ସହାୟକ ଗୋଷ୍ଠିର ମା’ ମାନେ Corporate ଜଗତ ସହ ଯୋଡି ହୋଇଛନ୍ତି। ବିଜନେସ କରିବା ପାଇଁ ଆଗଉଛନ୍ତି। ସେଥିପାଇଁ ରାଜ୍ୟର ୭୦ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠିର ସଦସ୍ୟା ଓ ୧.୫ ଲକ୍ଷ ଏସଏଚଜି ଲିଡର ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ପାଇଁ ୭୩୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି।

ସେ ଆହୁରି ମଧ୍ୟ କହିଥିଲେ ଯେ ମିଶନ ଶକ୍ତି ମା’ ମାନଙ୍କ ଦ୍ବାରା ତିଆରି ଜିନିଷର ବିକ୍ରି ପାଇଁ ମିଶନ ଶକ୍ତି ବଜାର କରାଯାଉଛି। ଭୁବନେଶ୍ବରରେ ଏକ ଅତ୍ୟାଧୁନିକ ମିଶନ ଶକ୍ତି ବଜାର ଆଜି ଖୋଲାଯିବ। ଆସନ୍ତା ୫ ବର୍ଷ ମଧ୍ୟରେ ସମଗ୍ର ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଓ Retail Outlet ଖୋଲାଯିବ। ଚଳିତ ବର୍ଷ ମିଶନ ଶକ୍ତି ମା’ ମାନେ ୧୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ପାଇଛନ୍ତି। ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ମା’ ମାନଙ୍କୁ ଯୋଗାଇ ଦିଆଯିବ । ଏଣିକି ଓଡିଶାର ମା’ ମାନେ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ନେଇପାରିବେ । ସମସ୍ତ ସୁଧ ରାଜ୍ୟ ସରକାର ଫେରସ୍ତ କରିବେ । ଏହା ଦ୍ବାରା ମା’ ମାନଙ୍କର ଲକ୍ଷ ଲକ୍ଷ ଟଙ୍କା ସଞ୍ଚୟ ହେବ । ଆଜି ମିଶନ ଶକ୍ତି ମା’ ମାନେ ଓଡିଶାର ରୂପାନ୍ତରରେ ଯୋଗଦାନ ଦେଉଛନ୍ତି ବୋଲି ସେ କହିଥିଲେ।

ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ ଓ ଫେଡେରେସନ ଲିଡର ମାନେ ବହୁତ ଭଲ କାମ କରୁଛନ୍ତି । ତାଙ୍କ କାର୍ଯ୍ୟ ଦକ୍ଷତାକୁ ପ୍ରଶଂସା କରି ଖୁବ ଶୀଘ୍ର ସେମାନେ ଖୁସି ଖବର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରି ବରଗଡ ଜିଲ୍ଲା ମା’ ଯମୁନା ଏସଏଚଜି ଓ ଗଞ୍ଜାମ ଜିଲ୍ଲା ମା’ ବିମଳା ଏସଏଚଜିକୁ ଚେକ ପ୍ରଦାନ କରିଥିଲେ।

ଅଧିକ ପଢନ୍ତୁ- ନବ ବର୍ଷ ସେଲିବ୍ରେସନ; ଡିଜେର ତାଳେ ନାଚିଲେ ମିଶନ ଶକ୍ତି ମାଆ

କାର୍ଯ୍ୟକ୍ରମରେ ଯୋଗଦେଇ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ ମହିଳା ସଶକ୍ତିକରଣ ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧାତା ମିଶନ ଶକ୍ତି ମା’ମାନଙ୍କୁ ସ୍ବତନ୍ତ୍ର ପରିଚୟ ଦେଇଛି। ଏସଏଚଜି ସ୍ତରରେ ମହିଳା ନେତୃତ୍ବାଧିନ ଉଦ୍ୟୋଗଗୁଡିକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ବିନା ସୁଧରେ ଋଣ ବ୍ୟବସ୍ଥା ମା’ମାନଙ୍କୁ ଆହୁରି ଅଧିକ ସଶକ୍ତ କରିବ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ମିଶନ ଶକ୍ତି ଉପଦେଷ୍ଟା ଲୋପାମୁଦ୍ରା ବକ୍ସି ପାତ୍ର, ଗୀତାଞ୍ଜଳୀ ବସ୍ତିଆ, ମୁଖ୍ୟ ଶାସନ ସଚିବ ପ୍ରଦିପ କୁମାର ଜେନା ଉପସ୍ଥିତ ଥିଲେ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.