ETV Bharat / state

ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି, ବର୍ଷକୁ ଖର୍ଚ୍ଚ ହେବ ୩୫୦ କୋଟି

Anganwadi Workers Remuneration Increased: ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହିତ ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକାଙ୍କ ବେତନ ବି ବୃଦ୍ଧି ହୋଇଛି । ଅଙ୍ଗନବାଡି କର୍ମୀଙ୍କର ସେବା ବିରତି ପ୍ରୋତ୍ସାହନ ରାଶି ବି ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Feb 29, 2024, 6:32 PM IST

Anganwadi
Anganwadi

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି । ଏହା ସହିତ ଅଙ୍ଗନବାଡି କର୍ମୀଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ହୋଇଛି । ସେହିପରି ସେମାନଙ୍କ ସାମାଜିକ ସୁରକ୍ଷା ଭାବରେ ଅନୁକମ୍ପା ସହାୟତା ମିଳବ । ଏହା ଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ ।

ଅଧିକ ପଢନ୍ତୁ- ପ୍ରତିଶୃତି ପୂରଣ କଲେନି ସରକାର; ଆନ୍ଦୋଳନକୁ ଓହ୍ଲାଇବେ ଅଙ୍ଗନବାଡି ୱାର୍କସ

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ଅଙ୍ଗନବାଡି କର୍ମୀ ତଥା ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହୋଇଛି । ସେହିପରି ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ । ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ । ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪ ଚାରି ମାସର ବର୍ଦ୍ଧିତ ବକେୟା ରାଶି ମାର୍ଚ୍ଚ 5 ତାରିଖରୁ 10 ତାରିଖ ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ । ସେହିପରି ଅଙ୍ଗନବାଡି କର୍ମଚାରୀଙ୍କ ସେବା ନିବୃତ୍ତିରେ ପାଉଥିବା ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରାଯାଇଛି । ଏହା ଏପ୍ରିଲ ପହିଲାରୁ ଲାଗୁହେବ । ବର୍ଦ୍ଧିତ ପ୍ରୋତ୍ସାହନ ରାଶି ବାବଦରେ ଅଙ୍ଗନବାଡି କର୍ମୀମାନେ ପୂର୍ବରୁ ପାଉଥିବା ୪୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା ପାଇବେ । ମିନି ଅଙ୍ଗନବାଡି କର୍ମୀମାନେ ୩୦ ହଜାର ଟଙ୍କା ପରିବର୍ତ୍ତେ ୭୫ ହଜାର ଟଙ୍କା ପାଇବେ । ଅଙ୍ଗନବାଡି ସହାୟିକାମାନେ ୨୦ ହଜାର ଟଙ୍କା ପରିବର୍ତ୍ତେ ୫୦ ହଜାର ଟଙ୍କା ପାଇବେ ।

ସେହିପରି ସାମାଜିକ ସୁରକ୍ଷା ଦିଗରେ ମୃତ୍ୟୁ କିମ୍ବା ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା ନିମନ୍ତେ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ସହାୟିକାମାନଙ୍କୁ ୨ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ରାଶି ପ୍ରଦାନ କରାଯିବ । ଏହି ସୁବିଧା ମଧ୍ୟ ଆସନ୍ତା ଏପ୍ରିଲ ପହିଲାରୁ ଲାଗୁ ହେବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.