ETV Bharat / state

ଦ୍ବିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ; ନୟାଗଡ଼ରେ 3897ଟି ମାମଲା ସମାଧାନ - Second National Lok Adalat

author img

By ETV Bharat Odisha Team

Published : May 11, 2024, 10:34 PM IST

National Lok Adalat in Nayagarh: ନୟାଗଡ଼ରେ ଦ୍ବିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତରେ ସମାଧାନ ହେଲା 3897 ମାମଲା । ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ସେପ୍ଟେମ୍ବର ୧୪ ତାରିଖରେ ଅନୁଷ୍ଠିତ ହେବ । ଅଧିକ ପଢ଼ନ୍ତୁ

National Lok Adalat in Nayagarh
National Lok Adalat in Nayagarh (ETV Bharat Odisha)

ନୟାଗଡ଼: ଦ୍ବିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତରେ ସମାଧାନ ହେଲା 3897 ମାମଲା । ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶକ୍ରମେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଦ୍ବିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ବହୁ ମାମଲା ଆଜି ଫଇସଲା ହୋଇଛି । ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ସେପ୍ଟେମ୍ବର ୧୪ ତାରିଖରେ ଅନୁଷ୍ଠିତ ହେବ ବୋଲି ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁ ଜନ ସାଧାରଣଙ୍କୁ ସୂଚନା ଦେବା ସହ ଏହାର ସୁଫଳ ନେବାକୁ ପରାମର୍ଶ ପ୍ରଦାନ କରିଛନ୍ତି ।

ଆଜି ନୟାଗଡ଼ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଦ୍ବିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତରେ ୬ଟି ମୋଟର ଦୁର୍ଘଟଣାଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହିପରି ୬୦ଟି ଦେୱାନି ମାମଲା ଫଇସଲା କରାଯାଇଥିଲା । ଏନଆଇ ଆକ୍ଟ କେସ ୨ଟି ଏବଂ ବିବାହଜନିତ ୨ଟି ମାମଲା ଫଇସଲା କରାଯାଇଥିଲା । ବ୍ୟାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା ୧୩୬ ଜଣ ଋଣ ଗ୍ରହିତାଙ୍କ ଠାରୁ ୪୮,୦୧,୩୯୭ ଟଙ୍କା ଦେବା ପାଇଁ ରାଜିନାମା ସ୍ବାକ୍ଷରିତ କରାଯାଇଛି । ଅନ୍ୟାନ୍ୟ ଫୌଜଦାରୀ ୮୩ଟି ମାମଲା ଫଇସଲା କରାଯାଇ ୪୫୦ ଟଙ୍କା ଆଦାୟ କରଯାଇଥିଲା । ୩୧ଟି ପ୍ରାକ୍‌ ବିଜୁଳି ମାମଲା ଫଇସଲା କରାଯାଇ ୧,୫୬,୭୩୮.୬୨ ଟଙ୍କା ଆଦାୟ କରଯାଇଥିଲା । ସେହିପରି ୩୫୭୬ଟି ରାଜସ୍ବ ମାମଲା ଫଇସଲା କରାଯାଇ ୭,୧୨,୮୬୯ ଟଙ୍କା ଆଦାୟ କରଯାଇଥିଲା ।

ଏହା ମଧ୍ୟ ପଢ଼ନ୍ତୁ...ରାଜ୍ୟର ୨୪୩ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ଜଣଙ୍କ ନାଁରେ ଅପରାଧିକ ମାମଲା, ଶୀର୍ଷରେ ବିଜେପି - ADR Report

ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରାଜଜ୍‌ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ରିଜା ରାୟ, ବରିଷ୍ଠ ଦେୱାନି ଅଦାଲତ ବିଚାରପତି ସତ୍ୟବ୍ରତ ରଣା, ବରିଷ୍ଠ ଦେୱାନି ଅଦାଲତ ବିଚାରପତି (ଏଲ୍‌ଆର ଆଣ୍ଡ ଏଲ୍‌ଟିଭି) ପବିତ୍ର ନନ୍ଦ ପ୍ରଧାନ, ଉପଖଣ୍ଡ ଫୌଜଦାରୀ ବିଚାରପତି ସୌଭାଗ୍ୟ ରଞ୍ଜନ ପ୍ରଧାନ, ଜେଏମଏଫସି ସାବିତ୍ରୀ ଦାସ, ଜେଏମଏଫସି ରାକେଶ କୁମାର ସାହୁ ଏବଂ ସମୃଦ୍ଧି ସାଗରିକା ବାରିକ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିଲେ । ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶୃତିସ୍ନିଗ୍ଧା ଦାସ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁ, ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ (ମହିଳା ଅଦାଲତ) ଡଃ ରୀନତି ମିଶ୍ର ଏବଂ ସିଭିଲ କୋର୍ଟ ରେଜିଷ୍ଟ୍ରାର ଡଃ ନିଶାକର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ନୟାଗଡ଼

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.