ETV Bharat / state

ଓଡିଶା-ଜେଏନୟୁ ମଧ୍ୟରେ ଏମଓୟୁ; ପ୍ରତିଷ୍ଠା ହେବ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର

author img

By ETV Bharat Odisha Team

Published : Feb 4, 2024, 7:01 PM IST

MOU between Odisha Govt and JNU: ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡିଆ ପାଠ୍ୟକ୍ରମରେ ପ୍ରତିଷ୍ଠା ହେବ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର । ଓଡ଼ିଶା ସରକାର ଓ ଜେଏନ୍‌ୟୁ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ । ଅଧିକ ପଢ଼ନ୍ତୁ

ଓଡିଶା-ଜେଏନ୍‌ୟୁ ମଧ୍ୟରେ ଏମ୍‌ଓୟୁ
ଓଡିଶା-ଜେଏନ୍‌ୟୁ ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ବର: ନୂଆଦିଲ୍ଲୀର ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡିଆ ପାଠ୍ୟକ୍ରମରେ ପ୍ରତିଷ୍ଠା ହେବ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର । ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ପଇଁ ହୋଇଛି ଚୁକ୍ତି ସ୍ୱାକ୍ଷର । ଓଡିଶା ସରକାର ଓ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ, ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ଏବଂ ଜେଏନୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଛନ୍ତି ।

ଓଡିଶା-ଜେଏନ୍‌ୟୁ ମଧ୍ୟରେ ଏମ୍‌ଓୟୁ
ଓଡିଶା-ଜେଏନ୍‌ୟୁ ମଧ୍ୟରେ ଏମ୍‌ଓୟୁ

ଲୋକସେବା ଭବନରେ ଆୟୋଜିତ ହୋଇଛି ଓଡିଶା ସରକାର ଓ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷର ଉତ୍ସବ । ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ଏବଂ ଜେଏନୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣା ପତ୍ର ସ୍ୱାକ୍ଷର କରିଛନ୍ତି । ଓଡିଆ ଭାଷାରେ ପ୍ରଗତିଶୀଳ ଗବେଷଣା ପାଇଁ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ସହଭାଗିତା ଓ ସହଯୋଗିତା, ଆମର ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ତଥା ପ୍ରୋତ୍ସାହନ ପାଇଁ ଉଲ୍ଲେଖନୀୟ ଭିତ୍ତି ନିର୍ମାଣ ଏହି ବୁଝାମଣା ପତ୍ରର ମୁଖ୍ୟ ଉଦ୍ଦେଶ୍ୟ । ଏହି କେନ୍ଦ୍ର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଏକକାଳୀନ ୧୦ କୋଟି ଟଙ୍କା ସହାୟତା ପ୍ରଦାନ କରିବେ ।

ଏହା ମଧ୍ୟ ପଢ଼ନ୍ତୁ...ଟାଟା ପାୱାର ଓ ଦକ୍ଷତା ବିକାଶ ମଧ୍ୟରେ MOU, ଯୁବ ସଶକ୍ତିକରଣ କରିବାକୁ ଉଦ୍ୟମ

ଚୁକ୍ତିନାମା ସ୍ୱାକ୍ଷର ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି ଜେଏନୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ । ମୁଖ୍ୟମନ୍ତ୍ରୀଙ୍କ ରୂପାନ୍ତରିତ କାର୍ଯ୍ୟକ୍ରମ ଦ୍ୱାରା ଓଡିଶାର ଦୃଶ୍ୟମାନ ପରିବର୍ତ୍ତନ ହୋଇଥିବା କହିଛନ୍ତି ଜେଏନୟୁ କୁଳପତି । ସଂଘୀୟ ବ୍ୟବସ୍ଥାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜ୍ୱଳନ୍ତ ଉଦାହରଣ ବୋଲି ସେ କହିଛନ୍ତି । ଓଡ଼ିଆ ଭାଷା ଓ ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପର ମଧ୍ୟ ସେ ପ୍ରଶଂସା କରିଛନ୍ତି । ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡିଆ ପାଠ୍ୟକ୍ରମରେ ପ୍ରତିଷ୍ଠା ହେବାକୁ ଥିବା ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ମଧ୍ୟ ଓଡ଼ିଶାର ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ପ୍ରକୃଷ୍ଟ ସ୍ଥାନ ଭାବେ ବିକଶିତ ହେବ ।

ଇଣ୍ଡୋନେସିଆ ସ୍ୱାଧୀନତା ଆନ୍ଦୋଳନରେ ବିଜୁ ବାବୁଙ୍କ ଅବଦାନ ଅତୁଳନୀୟ ବୋଲି ପ୍ରଫେସର ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ କହିଛନ୍ତି । ବିଜୁ ବାବୁ ଏକାକୀ ଓଡିଶାକୁ ବିଶ୍ୱ ଦରବାରରେ ପରିଚିତ କରାଇଥିଲେ । ବୁଝାମଣା ପତ୍ର ସ୍ୱାକ୍ଷରିତ ସମୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.