ETV Bharat / state

ସହର ବିକାଶରେ ନୂଆ ମାଇଲଷ୍ଟୋନ; ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Feb 29, 2024, 6:40 PM IST

New Milestone in Odisha: ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧାର ଶୁଭାରମ୍ଭ କରିଛନ୍ତି । ଅଧିକ ପଢନ୍ତୁ

ସହର ବିକାଶରେ ନୂଆ ମାଇଲଷ୍ଟୋନ; ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ସହର ବିକାଶରେ ନୂଆ ମାଇଲଷ୍ଟୋନ; ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ସହର ବିକାଶରେ ନୂଆ ମାଇଲଷ୍ଟୋନ; ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧାର ଶୁଭାରମ୍ଭ କରିଛନ୍ତି । ପିଇବା ପାଣି ପାଇଁ ଡ୍ରିଙ୍କ ଫ୍ରମ ଟ୍ୟାପ, Pavered ରାସ୍ତା, ସ୍ବରେଜ ବ୍ୟବସ୍ଥା ଓ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆଜି ରାଜ୍ୟର ୪ ସହର କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଯାଇଛି । ଏଥି ସହିତ ରାଜ୍ୟର ୨୬ ସହରରେ ୬୨୬ ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ ହୋଇଛି । ଏହା ଦ୍ବାରା ୨ ଲକ୍ଷ ପରିବାର ଉପକୃତ ହେବେ । ଏଥି ସହିତ ୨୬ ସହର ବସ୍ତିମୁକ୍ତ ହୋଇଛି । ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଛନ୍ତି । ଝାରସୁଗୁଡା, ବ୍ରଜରାଜନଗର ଓ ବେଲପାହାଡ ସହର ସହିତ ଅନେକ ସହରରେ ପାନୀୟ ଜଳ ପ୍ରକଳ୍ପ ଆରମ୍ଭ ହୋଇଛି । ଏହା ମାଧ୍ୟମରେ ୨.୬୫ ଲକ୍ଷ ବାସିନ୍ଦା ଉପକୃତ ହେବେ । ଏଥି ସହିତ ଉନ୍ନତି ଓ ମୁକ୍ତା ଯୋଜନାରେ ବିଭିନ୍ନ ସହରରେ ୩୬୯୯ ନୂଆ Pavered ରାସ୍ତା ଏବଂ ୬୯୬୧ Civic Amenities ପ୍ରକଳ୍ପ ଉତ୍ସର୍ଗ କରାଯାଇଛି ।

ଅଧିକ ପଢନ୍ତୁ- ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ସବୁ ଜିଲ୍ଲାରେ ଖୋଲିବ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ । ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ 5T ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି । ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ । ରାଜ୍ୟର ଡ୍ରିଙ୍କ ଫ୍ରମ ଟ୍ୟାପ କାର୍ଯ୍ୟକ୍ରମ ଓ ସହରାଞ୍ଚଳ ବିକାଶ କ୍ଷେତ୍ରରେ ସାରା ଦେଶ ପାଇଁ ଏକ ମଡେଲ । ବ୍ରହ୍ମପୁର ସହରର ସବୁ ପରିବାର ଆଜିଠୁ ୨୪ X ୭ ଡ୍ରିଙ୍କ ଫ୍ରମ ଟ୍ୟାପ ସୁବିଧା ପାଇଲେ । ଏହା ସହିତ ରାଜ୍ୟର ଆଉ ୮ ସହରରେ ଡ୍ରିଙ୍କ ଫ୍ରମ ଟ୍ୟାପ ସୁବିଧା ମିଳିଲା । ରାଜ୍ୟରେ ବିଶ୍ବସ୍ତରୀୟ ଜନସ୍ବାସ୍ଥ୍ୟ ବ୍ୟବସ୍ଥାର ବିକାଶରେ ଏହା ଏକ ବଡ ପଦକ୍ଷେପ । ଭଲ ପିଇବା ପାଣି ୫୦ ପ୍ରତିଶତ ସ୍ବାସ୍ଥ୍ୟ ସମସ୍ୟା ସମାଧାନ କରିଥାଏ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଗାନ୍ଧିଜୀଙ୍କ ଭାଷାରେ ପରିମଳ ବ୍ୟବସ୍ଥା ସ୍ବାଧୀନତାଠାରୁ ମଧ୍ୟ ଅଧିକ ଜରୁରୀ । ଆଜି କଟକ ଓ ଭୁବନେଶ୍ବର ପାଇଁ ଓଡିଶା Integrated Sanitation Improvement ପ୍ରକଳ୍ପ ଉତ୍ସର୍ଗ ହୋଇଛି । ଏଥି ପାଇଁ ଜାଇକା ସହାୟତାରେ ୪ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏହା ଦ୍ବାରା ଭୁବନେଶ୍ବର ଓ କଟକ ସହରରେ ହୋଇଥିବା ଭୂତଳ ସ୍ବରେଜ ବ୍ୟବସ୍ଥା, ନୂଆ ସ୍ବରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ଓ ବିକଶିତ ଡ୍ରେନେଜ ବ୍ୟବସ୍ଥା ଆମ ସହରର ପରିଚୟକୁ ଆହୁରି ଉଜ୍ଜଳ କରିବ । ମୁକ୍ତା ଯୋଜନାର କାର୍ଯ୍ୟକାରିତା ଉପରେ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଛନ୍ତି । ମୁକ୍ତା ଯୋଜନାରେ ସବୁକାମ ମା’ ମାନଙ୍କ ଦ୍ବାରା କରାଯାଉଛି । ଭଲ ଭାବରେ ଏହିସବୁ କାମ ମା’ମାନେ ତୁଲାଉଛନ୍ତି ।

ମୁଖ୍ୟମନ୍ତ୍ରୀ ରାଜ୍ୟର ୨୪ଟି ସହରରେ ୧୧୬୪ କୋଟି ଟଙ୍କା ମୂଲ୍ୟର ୨୭ଟି ଜଳଯୋଗାଣ ପ୍ରକଳ୍ପ ପାଇଁ ଭିତ୍ତି ରଖିଛନ୍ତି । କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଯୋଗ ଦେଇଛନ୍ତି । କହିଛନ୍ତି ଯେ, ଆଜି ସୁଦ୍ଧା ୨ ଲକ୍ଷ ୩୫ ହଜାର ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କରାଯାଇଛି । ୧୬୩୬ ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି । ଆଜି ୪ ମହାନଗର ନିଗମର ୨୧୪୨୭ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଗଲା । ଏଥି ସହିତ ପାନୀୟ ଜଳ ପ୍ରକଳ୍ପ, ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ, ଉନ୍ନତି ଯୋଜନାରେ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରାଗଲା । ଏହି ସବୁ ପ୍ରକଳ୍ପ ଗୁଡିକ ୫ଟି ଉପକ୍ରମରେ ସମ୍ପନ୍ନ ହୋଇଛି । କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି ମାଥି ଭାଥନନ ସ୍ବାଗତ ଭାଷଣ ଦେଇଛନ୍ତି । ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.