ETV Bharat / state

ଆକ୍ସନ ମୁଡରେ ନୂଆ ମୁଖ୍ୟ ଶାସନ ସଚିବ; ବିଭିନ୍ନ ବିଭାଗର ସଚିବଙ୍କୁ ଦେଲେ ଗୁରୁମନ୍ତ୍ର - Chief Secretary Manoj Ahuja

author img

By ETV Bharat Odisha Team

Published : Jul 1, 2024, 5:35 PM IST

Chief Secretary Manoj Ahuja meeting: ନବନିଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଦାୟିତ୍ବ ନେବାର ଦ୍ଵିତୀୟ ଦିନରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ବୈଠକ କରିଛନ୍ତି । ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମଗୁଡିକର କାର୍ଯ୍ୟାନ୍ବୟନ ଉପରେ ସେ ଗୁରୁତ୍ବାରୋପ କରିଛନ୍ତି । ଅଧିକ ପଢ଼ନ୍ତୁ

Chief Secretary Manoj Ahuja meeting
Chief Secretary Manoj Ahuja meeting (ETV Bharat Odisha)

ଭୁବନେଶ୍ବର: ନୂତନ ଭାବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଦାୟିତ୍ବ ଗ୍ରହଣ କରିଛନ୍ତି । ଦାୟିତ୍ବ ନେବାର ଦ୍ଵିତୀୟ ଦିନରେ ଆଜି ସେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ବୈଠକ କରିଛନ୍ତି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ପ୍ରାରମ୍ଭିକ ବୈଠକରେ ସେ ଯୋଗ ଦେଇଛନ୍ତି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ବାଗତ ଅଭିଭାଷଣ ରଖିବା ସହ ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସମ୍ପର୍କରେ ମଧ୍ୟ ଆଲୋକପାତ କରିଛନ୍ତି ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ ଯେ, ଓଡ଼ିଶାରେ ପ୍ରଶାସନିକ ବ୍ୟବସ୍ଥାର ସୁନାମ ରହିଛି । ନବ ଗଠିତ ସରକାରଙ୍କର ରହିଛି ନିର୍ବାଚନ ଇସ୍ତାହାର । ଏହାକୁ ଆଖି ଆଗରେ ରଖି ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମଗୁଡିକର କାର୍ଯ୍ୟାନ୍ବୟନ ଉପରେ ସେ ଗୁରୁତ୍ବାରୋପ କରିଛନ୍ତି । ସମସ୍ତ ଯୋଜନାର କାର୍ଯ୍ୟକାରିତା ପାଇଁ ଯେପରି ଫଳପ୍ରଦ ପ୍ରୟାସ ରହିବ, ସେ ସଂପର୍କରେ ସେ ବହୁ ଗଠନମୂଳକ ପରାମର୍ଶ ଦେଇଛନ୍ତି । ବୈଠକରେ ଆଗାମୀ ବଜେଟ ଉପସ୍ଥାପନ, ପୁରୀ ରଥଯାତ୍ରାର ସୁପରିଚାଳନା, ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମନୋଜ ଓ ନୀକୁଞ୍ଜ, ଗତକାଲି ଉଭୟ ପାଇଥିଲେ ନୂଆ ଦାୟିତ୍ବ - CS meet cm mohan majhi

ବିଭିନ୍ନ ବିଭାଗର କାର୍ଯ୍ୟରେ ଯୋଜନା ଓ କାର୍ଯ୍ୟକ୍ରମର କାର୍ଯ୍ୟକାରିତାରେ ଛୋଟ ଛୋଟ ସମସ୍ୟା ରହୁଛି । କାର୍ଯ୍ୟକୁ ବିଳମ୍ବିତ ନକରି ଶୀଘ୍ର ଶେଷ କରାଯିବ । କାର୍ଯ୍ୟରେ ସୃଜନଶୀଳତା, ସ୍ବଚ୍ଛତା ଓ ସୁପ୍ରଶାସନ ଦିଗରେ ମୁଖ୍ୟ ଶାସନ ସଚିବ ଗୁରୁତ୍ବାରୋପ କରିଛନ୍ତି । ବିଭିନ୍ନ ବିଭାଗ ଦାୟିତ୍ବରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା କରିଛନ୍ତି । ସଚିବମାନେ ବିଭିନ୍ନ କାର୍ଯ୍ୟରେ ଅଭିନବତ୍ବ ଆଣିବା, ବୈଷୟିକ ଜ୍ଞାନ କୌଶଳର ଉପଯୋଗ ଏବଂ ଉତ୍ତରଦାୟିତ୍ବ ପ୍ରତି ସେ ଗୁରୁତ୍ବାରୋପ କରିଛନ୍ତି । ବିଭିନ୍ନ କାର୍ଯ୍ୟ ସୂଚାରୁରୂପେ ସଂପାଦନ କରିବା ପାଇଁ ନୂତନ ମୁଖ୍ୟ ଶାସନ ସଚିବ ସମସ୍ତ ସଚିବ ମାନଙ୍କର ସହଯୋଗ କାମନା କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.