ETV Bharat / state

ଉତ୍ତର ଓ ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ ଗଠନ ପାଇଁ ଟାସ୍କଫୋର୍ସ: ମୁଖ୍ୟମନ୍ତ୍ରୀ - CM Mohan Majhi

author img

By ETV Bharat Odisha Team

Published : Jun 25, 2024, 7:56 PM IST

North and South Odisha Development Council: ଯୋଜନା ଓ ସଂଯୋଜନ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମ ଓଡିଶା ବିକାଶ ପରିଷଦ ପରି ରାଜ୍ୟରେ ଗଠନ ହେବ ଉତ୍ତର ଓ ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ । ଟାସ୍କଫୋର୍ସ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଅଧିକ ପଢ଼ନ୍ତୁ

North and South Odisha Development Council
North and South Odisha Development Council (ETV Bharat Odisha)

ଭୁବନେଶ୍ବର: ପଶ୍ଚିମ ଓଡିଶା ବିକାଶ ପରିଷଦ ପରି ରାଜ୍ୟରେ ଗଠନ ହେବ ଉତ୍ତର ଓ ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ । ଏଥିପାଇଁ ଟାସ୍କଫୋର୍ସ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ରାଜ୍ୟରେ ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଡିଏମ୍‌ଏଫ୍‌ ପାଣ୍ଠି ବିନିଯୋଗରେ ଖଣି ଜିଲ୍ଲା ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ମୋହନ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, "ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ ଆଶା ଆକାଂକ୍ଷା ଅଛି । ଏହା ସହିତ ରାଜ୍ୟ ଯୋଜନା ବଜେଟରେ ଏହା ପ୍ରତିଫଳିତ ହେବା ଆବଶ୍ୟକ ।" ତେଣୁ ଏକ ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଯୋଜନା ଗୁଡିକ ଯେପରି ତୃଣମୂଳସ୍ତରରେ ଠିକ ଭାବରେ ପହଞ୍ଚିବ ଓ ଲୋକ ଏହାର ସୁଫଳ ପାଇବେ ସେ ଉପରେ ଗୁରୁତ୍ଵ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ବୈଠକରେ ମୁଖ୍ୟମନ୍ତ୍ରୀ ଖଣିଜ ପାଣ୍ଠିର ସୁବିନିଯୋଗ ଉପରେ ଗୁରୁତ୍ବ ଦେଇଛନ୍ତି । ଏହି ପାଣ୍ଠି ସହାୟତାରେ ଖଣି ଅଞ୍ଚଳର ଜିଲ୍ଲା ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷ କରି ଜିଲ୍ଲାସ୍ଥିତ ମେଡିକାଲ କଲେଜ ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ଉପରେ ସେ ଗୁରୁତ୍ଵ ଦେଇଛନ୍ତି । ଦଳର ସଂକଳ୍ପ ଅନୁଯାୟୀ ପଶ୍ଚିମ ଓଡିଶା ବିକାଶ ପରିଷଦ ପରି ସରକାର ଉତ୍ତର ଓଡ଼ିଶା ଉନ୍ନୟନ ପରିଷଦ ଓ ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ ଗଠନ କରିବେ । ଏଥିପାଇଁ ଟାସ୍କଫୋର୍ସ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଅନୁଧ୍ୟାନ କରି ପ୍ରସ୍ତାବ ଦେବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...ରାଜଧାନୀ ହେବ ଅପରାଧମୁକ୍ତ; ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍‌ ଲାଇଟ୍‌: ଗୃହ ଓ ନଗର ଉନ୍ନୟନ - Traffic Jam in Bhubaneswar

ସେହିପରି ସଂକଳ୍ପ ପତ୍ରର ସବୁ ପ୍ରମୁଖ ପ୍ରତିଶ୍ରୁତି ଗୁଡ଼ିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଚିତ୍ରା ଅରୁମଗମ ଓ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କୁ ବିଭାଗର କାର୍ଯ୍ୟାବଳୀ ସମ୍ବନ୍ଧରେ ବିଷଦ ଭାବରେ ଅବଗତ କରାଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.