ETV Bharat / state

ପଦ୍ମଶ୍ରୀ, ଜ୍ଞାନପୀଠ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ବିଭିନ୍ନ ପୁରସ୍କାର ବିଜେତା ହେବେ ସମ୍ବର୍ଦ୍ଧିତ

Odia Language Conference: ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ତାରିଖରୁ ତିନି ଦିନ ଧରି ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେବ । ଏଥିରେ ଦେଶ ବିଦେଶର ଐତିହାସିକ, ଭାଷାବିତ, ଗବେଷକ, ବୁଦ୍ଧିଜୀବୀ ଏବଂ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷ ଯୋଗ ଦେବେ । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Jan 27, 2024, 9:56 PM IST

ପଦ୍ମଶ୍ରୀ, ଜ୍ଞାନପୀଠ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ବିଭିନ୍ନ ପୁରସ୍କାର ବିଜେତା ହେବେ ସମ୍ବର୍ଦ୍ଧିତ
ପଦ୍ମଶ୍ରୀ, ଜ୍ଞାନପୀଠ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ବିଭିନ୍ନ ପୁରସ୍କାର ବିଜେତା ହେବେ ସମ୍ବର୍ଦ୍ଧିତ

ଭୁବନେଶ୍ବର: ଆସନ୍ତା ମାସ ପ୍ରଥମ ସପ୍ତାହରେ ଆୟୋଜିତ ହେବାକୁ ଯାଉଛି ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ସମ୍ମିଳନୀରେ ପଦ୍ମଶ୍ରୀ, ଜ୍ଞାନପୀଠ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ବିଭିନ୍ନ ପୁରସ୍କାର ବିଜେତା ହେବେ ସମ୍ବର୍ଦ୍ଧିତ । ଏନେଇ ରାଜ୍ୟ ସରକାର ପକ୍ଷରୁ ବିଧିବଦ୍ଧ ନିଷ୍ପତ୍ତି ନିଆଯାଇଛି ।

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ତାରିଖରୁ ତିନି ଦିନ ଧରି ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେବ । ଏଥିରେ ଦେଶ ବିଦେଶର ଐତିହାସିକ, ଭାଷାବିତ, ଗବେଷକ, ବୁଦ୍ଧିଜୀବୀ ଏବଂ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷ ଯୋଗ ଦେବେ । ଓଡ଼ିଆ ଭାଷାର ମହନୀୟ ଅତୀତ ଓ ଭବିଷ୍ୟତର ପ୍ରାସଙ୍ଗିକତା ସମ୍ପର୍କରେ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରିବେ । ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ପକ୍ଷରୁ ବହୁ ପଦକ୍ଷେପ ନିଆ ଯାଇଛି । ଭାଷା, ସାହିତ୍ୟ, କଳାକୃତି କ୍ଷେତ୍ରରେ ଅବଦାନ ଥିବା ତଥା ବିଭିନ୍ନ ପୁରସ୍କାର ବିଜେତା ଓ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧନା କରାଯିବାର କାର୍ଯ୍ୟକ୍ରମ ରହିଛି ।

ଅଧିକ ପଢନ୍ତୁ- ଫେବୃଆରୀ ୩ରୁ ୫ ପର୍ଯ୍ୟନ୍ତ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ମହାନ ଐତିହାସିକ ପଦ୍ମଶୀ ହରମାନ କୁଲକେଙ୍କ ସମେତ ପଦ୍ମ ପୁରସ୍କାର ବିଜେତା ୫୮ ଜଣଙ୍କୁ ସମ୍ବର୍ଦ୍ଧିତ କରାଯିବ । ସେହିଭଳି ଜ୍ଞାନପୀଠ ପୁରସ୍କାର ପାଇଥିବା ଏବଂ ଜୀବନବ୍ୟାପୀ ସାଧନା ନିମନ୍ତେ ମଧ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ ମାନଙ୍କୁ ପୁରସ୍କୃତ କରାଯିବ । ଏତଦବ୍ୟତୀତ କେନ୍ଦ୍ର ସାହିତ୍ୟ ଏକାଡେମୀ, ସରସ୍ବତୀ ସମ୍ମାନ ଓ ମୂର୍ତ୍ତିଦେବୀ ପୁରସ୍କାରପ୍ରାପ୍ତ ବିଜେତାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ । ଅନ୍ୟପକ୍ଷରେ ଜୟଦେବ, ଧର୍ମପଦ, ଅତିବଡ଼ି ଜଗନ୍ନାଥ ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଏବଂ ବ୍ୟାସକବି ଫକୀର ମୋହନ ଭାଷା ସମ୍ମାନ ପ୍ରାପ୍ତ ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ ।

ଏହି ସମ୍ମିଳନୀକୁ ଆହୁରି ବ୍ୟାପକ କରିବା ପରିପ୍ରେକ୍ଷୀରେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର, ପ୍ରଥମ ପ୍ରିଣ୍ଟିଂ ପ୍ରେସ ଓ ବିଭିନ୍ନ କଳାକୃତି ଆଦି ରେଭେନ୍ସା ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶିତ ହେବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଓ କଳାକୃତିକୁ ପ୍ରୋତ୍ସାହିତ କରିବାକୁ ସମ୍ମିଳନୀରେ ବ୍ୟାପକ ଆୟୋଜନ କରାଯାଉଛି । ଏଥିରେ ସବୁ ବର୍ଗର ବ୍ୟକ୍ତିବିଶେଷ ସାମିଲ ହୋଇ ଓଡ଼ିଆ ଭାଷାର ପ୍ରଚାର ପ୍ରସାର କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇବେ । ଏଠାକୁ ଆସି ଓଡ଼ିଆ ଭାବେ ନିଜକୁ ଗର୍ବ ଅନୁଭବ କରିବା ସହ ଅଭୁଲା ସ୍ମୃତି ନେଇଯିବେ ଏଥିନିମନ୍ତେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.