ETV Bharat / state

ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଓ ୨ ଉପମୁଖ୍ୟମନ୍ତ୍ରୀ - CM MOHAN TRIBUTE TO GANDHIJI

author img

By ETV Bharat Odisha Team

Published : Jun 29, 2024, 10:48 AM IST

Updated : Jun 29, 2024, 11:41 AM IST

CM MOHAN MAJHI TRIBUTE TO GANDHIJI: ରାଜଘାଟରେ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ । ସରକାର ଗଠନ ପରେ ପ୍ରଥମ ଥର କରିଛନ୍ତି ଦିଲ୍ଲୀ ଗସ୍ତ । ଅଧିକ ପଢନ୍ତୁ

ରାଜଘାଟରେ ଗାନ୍ଧୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଓ ଦୁଇ ଉପମୁଖ୍ୟମନ୍ତ୍ରୀ
ରାଜଘାଟରେ ଗାନ୍ଧୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଓ ଦୁଇ ଉପମୁଖ୍ୟମନ୍ତ୍ରୀ (ETV Bharat Odisha)

ନୂଆଦିଲ୍ଲୀ: ଗୁରୁବାରଠାରୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ଆଜି ରାଜଘାଟ ଯାଇ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଗାନ୍ଧିଜୀଙ୍କ ସମାଧୀ ପୀଠ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସମାଧୀସ୍ଥଳରେ ମଧ୍ୟ ସେମାନେ ପହଞ୍ଚିଥିଲେ । ସେଠାରେ ମଧ୍ୟ ସେମାନେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ରାଜ୍ୟରେ ବିଜେପି ସରକାର ଗଠନ ହେବା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିଛନ୍ତି ।

ସରକାର ଗଠନ ହେବା ପରେ ଗୁରୁବାରଠାରୁ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡାଙ୍କ ସହ ଦିଲ୍ଲୀ ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୁରୁବାର ଓ ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ ଓ ନତୀନ ଗଡକରୀଙ୍କ ପରି ବହୁ କେନ୍ଦ୍ରୀୟ ନେତାଙ୍କୁ ସାକ୍ଷାତ କରି ଆଲୋଚନା କରିଥିଲେ ।

କେନ୍ଦ୍ରରେ ଓ ରାଜ୍ୟରେ ବିଜେପିର ଡବଲ ଇଞ୍ଜିନ ସରକାର ଚାଲିଥିବା ବେଳେ ନିର୍ବାଚନୀ ଘୋଷଣାପତ୍ରର ପ୍ରତିଶ୍ରୁତି ପାଳନ କରିବା ଏବେ ମୋହନ ସରକାର ପାଇଁ ପ୍ରାଥମିକ ଚ୍ୟାଲେଞ୍ଜ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦଳର ତମାମ କେନ୍ଦ୍ରୀୟ ନେତାଙ୍କ ସହ ହୋଇଥିବା ଏହି ଆଲୋଚନାରେ ଏକ ବିକଶିତ ଓଡ଼ିଶା ଗଠନ ପାଇଁ ରୋଡମ୍ୟାପ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦିଆଯାଇଥିବା ଚର୍ଚ୍ଚା ହେଉଛି ।

ଏହା ମଧ୍ୟ ପଢନ୍ତୁ :- ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ - Odisha Cm Meet Narendra Modi

୨୦୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡମ୍ୟାପ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଶପଥ ଗ୍ରହଣ ଉତ୍ସବରେ ଯୋଗଦାନ କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀମାନଙ୍କୁ ରଥଯାତ୍ରା ଅବସରରେ ଓଡ଼ିଶା ଆସିବାକୁ ନିମନ୍ତ୍ରଣ ମଧ୍ୟ କରିଛନ୍ତି । ଗୁରୁବାରଠାରୁ ଆରମ୍ଭ ହୋଇଥିବା ଏହି ଗସ୍ତ ଆଜି ଶେଷ ହେଉଛି । ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିପାରନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jun 29, 2024, 11:41 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.