ETV Bharat / state

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ - CM Mohan meet President

author img

By ETV Bharat Odisha Team

Published : Jun 27, 2024, 3:04 PM IST

CM Mohan and two Deputy CM meet President: ଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତିଙ୍କୁ ଭେଟି ଓଡ଼ିଶାର ସ୍ଵାର୍ଥ ସମ୍ପର୍କରେ ଆଲୋଚନା କରିଛନ୍ତି । ଅଧିକ ପଢନ୍ତୁ

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ
ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ (@rashtrapatibhvn)

ଭୁବନେଶ୍ବର: ଦିଲ୍ଲୀରେ ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡା । ଆଜି(ଗୁରୁବାର) ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ରାଜ୍ୟ ସ୍ଵାର୍ଥ ସମ୍ପର୍କରେ ଆଲୋଚନା କରିଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମଧ୍ୟ ଭେଟିଛନ୍ତି । ଅପରାହ୍ନ ସାଢେ 4ଟା ସମୟରେ ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।

୩ ନେତା ଅର୍ଥମନ୍ତ୍ରୀଙ୍କ ଘରୁ ବାହାରି ଲୋକ କଲ୍ୟାଣ ମାର୍ଗରେ ଥିବା ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯିବେ । ଏହାପରେ ସାଢ଼େ 5ଟା ସମୟରେ ପରିବହନ ମନ୍ତ୍ରୀ ନୀତିନ ଗଡ଼କାରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ସନ୍ଧ୍ୟା 7ଟାରେ ଉପରାଷ୍ଟ୍ରପତି ଜଗଦୀପ ଧନକଡ ଓ ପରେ ସାଢ଼େ 8 ବେଳେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବେ ।

ଏହା ମଧ୍ୟ ପଢନ୍ତୁ: ଜନ୍ମମାଟିରେ ଭାବବିହ୍ବଳ ମୁଖ୍ୟମନ୍ତ୍ରୀ, କହିଲେ ସୁନାର କେନ୍ଦୁଝର ସହ ଓଡିଶାକୁ ନମ୍ବର ଓ୍ବାନ ରାଜ୍ୟରେ ପରିଣତ କରିବି - CM Mohan Majhi gets emotional

ସେହିପରି ଆସନ୍ତାକାଲି (ଶୁକ୍ରବାର) ମଧ୍ୟ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ପରି ପ୍ରମୁଖ ମନ୍ତ୍ରୀମାନଙ୍କ ସହିତ ଭେଟିବେ । ରାଜ୍ୟସଭାରେ ଗୃହର ନେତା ଜେପି ନଡ୍ଡା ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଶେଷ କରି ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ । ଏହା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ । କେନ୍ଦ୍ରର ଆସନ୍ତା ବଜେଟରେ ଓଡ଼ିଶା ପାଇଁ ଅଧିକ ଅର୍ଥ ପ୍ରାବଧାନ କରିବାକୁ ଅନୁରୋଧ କରିବେ ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଗତକାଲି(ବୁଧବାର) ଠାରୁ ମୁଖ୍ୟମନ୍ତ୍ରୀ ମୋହନଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଦିଲ୍ଲୀ ଗସ୍ତ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.