ETV Bharat / state

ୱାର୍ଲ୍ଡ ସ୍କିଲ ସେଣ୍ଟରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିଭିନ୍ନ ପ୍ରକଳ୍ପର କଲେ ଶୁଭାରମ୍ଭ - CM Inaugurated Projects

author img

By ETV Bharat Odisha Team

Published : Jul 15, 2024, 10:49 PM IST

CM Moahan Majhi Inaugurated Projects: ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହ କୌଶଳ ରଥର ଶୁଭାରମ୍ଭ କରିଛନ୍ତି । ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ କ'ଣ ପଦକ୍ଷେପ ନିଆଯାଉଛି ଜାଣନ୍ତୁ ।

CM Inaugurated Projects
CM Inaugurated Projects (ETV Bharat Odisha)

ଭୁବନେଶ୍ବର: ୱାର୍ଲ୍ଡ ସ୍କିଲ ସେଣ୍ଟରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହ କୌଶଳ ରଥର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋସିପ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ଅସ୍ପାୟାର ଯୋଜନା, ନୂଆ ଓଡିଶା ଜିଲ୍ଲା ଦକ୍ଷତା କେନ୍ଦ୍ର ଏବଂ କୌଶଳ ରଥର ଶୁଭାରମ୍ଭ କଲେ । ମୁଖ୍ୟମନ୍ତ୍ରୀଙ୍କ ସହ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ । ଦକ୍ଷ ଓଡ଼ିଶା ଓ ବିକଶିତ ଓଡ଼ିଶାରେ ଦିଗରେ ମୋହନ ସରକାର ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, "ଓଡି଼ଶାକୁ ଦକ୍ଷ ମାନବ ସମ୍ବଳର କେନ୍ଦ୍ରରେ ପରିଣତ କରିବା ପାଇଁ ଆମ ସରକାର ପ୍ରତିଶୃତିବଦ୍ଧ । ଦକ୍ଷତା ବିକାଶ ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରାଯାଇଛି । ଆଗାମୀ ୨-୩ ବର୍ଷ ମଧ୍ୟରେ ଆମର ଯୁବପିଢି ସେମାନଙ୍କର ଆଗ୍ରହ ଆଧାରରେ ଦକ୍ଷତା ପାଠ୍ୟକ୍ରମରେ ପ୍ରବେଶ କରିପାରିବେ । ଶିଳ୍ପର ଚାହିଦା ଅନୁଯାୟୀ ଯୋଗ୍ୟତା ହାସଲ କରି ନିଯୁକ୍ତି ପାଇପାରିବେ । ସେମାନେ ଓଡିଶାର ଭବିଷ୍ୟତ । ସେମାନଙ୍କ ଦକ୍ଷତା ଓ ପ୍ରତିଭା ଜରିଆରେ ଓଡି଼ଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ ।"

ସେ ଆହୁରି କହିଛନ୍ତି, "ଆଗାମୀ ବଜେଟରେ ଆମେ ଦକ୍ଷତା କ୍ଷେତ୍ରରେ ଗୁଣାତ୍ମକ ଉନ୍ନତି ଉପରେ ଗୁରୁତ୍ବ ଦେଉଛୁ ।" ଆଜି ଏହି ସ୍ୱତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଆତିଥେୟତା କ୍ଷେତ୍ରରେ ପ୍ରଶିକ୍ଷଣ ପାଇଁ ପ୍ରଥମ କୌଶଳ ଭବନ ଉଦଘାଟିତ ହୋଇଥିଲା । ଏହା ସହିତ ଆଉ ୯ଟି କୌଶଳ କେନ୍ଦ୍ର ଖୋଲାଯିବ । ଏହାଦ୍ବାରା ଆମ ଯୁବକମାନେ ଆତିଥେୟତା ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ତାଲିମ ପାଇବାର ସୁଯୋଗ ପାଇବେ । ଓଡି଼ଶାକୁ ପର୍ଯ୍ୟଟନର ଏକ ହବ୍‌ ଭାବେ ପ୍ରତିଷ୍ଠା କରିବା କ୍ଷେତ୍ରରେ ଏହି କୌଶଳ ଭବନ ଗୁଡିକ ଦକ୍ଷ ମାନବ ସମ୍ବଳର ଚାହିଦା ପୂରଣ କରିବାରେ ସକ୍ଷମ ହେବେ । ସେହିପରି ଦକ୍ଷତାରେ ଗୁଣବତ୍ତା ହାସଲ କରି ଯୁବବର୍ଗଙ୍କୁ ନିଯୁକ୍ତିଯୋଗ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ‘ସିଏମ- ଆସ୍ପାୟାର’(CM-ASPIRE) ଯୋଜନାର ଘୋଷଣା ମଧ୍ୟ କରିଥିଲେ।"

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯୁବକ ଯୁବତୀମାନଙ୍କୁ ନିଯୁକ୍ତି ଯୋଗ୍ୟ କରିବା ପାଇଁ ଦକ୍ଷତାରେ ଗୁଣବତ୍ତା ହାସଲ ଖୁବ ଗୁରୁତ୍ବପୂର୍ଣ୍ଣ। ଶିଳ୍ପ ଗୁଡିକର ଆବଶ୍ୟକତା ଅନୁଯାୟୀ ଉନ୍ନତମାନର ଦକ୍ଷତା ହାସଲ କରିପାରିବ । ଭାରତ ସରକାରଙ୍କ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ ଦ୍ବାରା ସ୍ଥାପିତ ମଡେଲ କ୍ୟାରିୟର ସେଣ୍ଟରଗୁଡିକୁ ସୁଦୃଢ କରିବା, ଯୁବକଯୁବତୀମାନଙ୍କ ପାଇଁ ନିଯୁକ୍ତି ଯୋଗ୍ୟ ଦକ୍ଷତା ସୃଷ୍ଟି କରିବା, ଉଦ୍ଭାବନ ଏବଂ ଗବେଷଣାର ଭାବନା ସୃଷ୍ଟି କରିବା ଲକ୍ଷ୍ୟ ରହିଛି । ଏହାସହ ଓଡିଆ ଯୁବକଯୁବତୀମାନଙ୍କୁ ବିଦେଶର ସର୍ବୋତ୍ତମ ଅନୁଷ୍ଠାନରେ ଉଚ୍ଚ ବୈଷୟିକ ଶିକ୍ଷା ଗ୍ରହଣ କରିବାର ସୁଯୋଗ ଦେବା ଉପରେ ଗୁରୁତ୍ବ ଦିଆଯିବ। ସେହିପରି ସ୍ଥାନୀୟ ଶିଳ୍ପ (Local Industries)ର ଆବଶ୍ୟକତାକୁ ପୂରଣ କରିବା ଦିଗରେ ସ୍ଥାନୀୟ ନିଯୁକ୍ତିର ଆବଶ୍ୟକତା ରହିଛି। ଏଥିପାଇଁ ଦକ୍ଷତା ବିକାଶ କାର୍ଯ୍ୟକ୍ରମର ବିକେନ୍ଦ୍ରୀକରଣ ଖୁବ ଗୁରୁତ୍ୱପୂର୍ଣ୍ଣ । ଏହି ଲକ୍ଷ୍ୟରେ ଜିଲ୍ଲାସ୍ତରରେ ନୂଆ ଓଡି଼ଶା ଜିଲ୍ଲା ଦକ୍ଷତା କେନ୍ଦ୍ର ଖୋଲା ଯାଉଛି ।"

ଏହା ବି ପଢନ୍ତୁ...ଯୁବକ ଯୁବତୀଙ୍କ ଦକ୍ଷତା ବଢ଼ାଯିବ, ୩୦ ଜିଲ୍ଲାର ଉଚ୍ଚଶିକ୍ଷା ଅନୁଷ୍ଠାନରେ ହେବ ୩୦ଟି ସ୍କିଲହବ; ମନ୍ତ୍ରୀ - minister sampad swain review

ଆଗାମୀ ଦିନରେ ଓଡି଼ଶାକୁ ପୁଞ୍ଜିନିବେଶର ଏକ ହବ୍‌ ଭାବେ ପ୍ରତିଷ୍ଠିତ କରିବା ପାଇଁ ଆମ ସରକାର ପ୍ରତିଶୃତିବଦ୍ଧ । ନୂତନ ଶିଳ୍ପର ଆବଶ୍ୟକତା ସହିତ ଦକ୍ଷତାକୁ ଯୋଡିବା ଦରକାର । ପ୍ରଥମ ଥର ପାଇଁ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପାଇଁ କେବଳ ଜଣେ ହିଁ ମନ୍ତ୍ରୀ ଅଛନ୍ତି। ଏହାଦ୍ବାରା ଶିଳ୍ପ ଓ ଦକ୍ଷତା ମଧ୍ୟରେ ସମ୍ପର୍କ ସୁଦୃଢ ହୋଇପାରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ବିକାଶ ଉପରେ ଗୁରୁତ୍ବ ଆରୋପ କରୁଛନ୍ତି। ତେଣୁ ଆମକୁ ଶିଳ୍ପ ଓ ଦକ୍ଷତାଠାରୁ ଆରମ୍ଭ କରି ସବୁ କ୍ଷେତ୍ରରେ ଥିବା ସମ୍ଭାବନାକୁ
ଦେଖି ଆବଶ୍ୟକ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ପଡ଼ିବ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.