ETV Bharat / state

ସଚିବସ୍ତରୀୟ ବୈଠକ; ଓଡ଼ିଆ ଭାଷା ସମ୍ମିଳନୀ ସଫଳତା ପାଇଁ ଧନ୍ୟବାଦ ଜଣାଇଲେ ମୁଖ୍ୟ ଶାସନ ସଚିବ

author img

By ETV Bharat Odisha Team

Published : Feb 7, 2024, 8:00 AM IST

Secretary Level Meeting: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ । ବିଶ୍ୱ ଓଡିଆ ଭାଷା ସମ୍ମିଳନୀରେ ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟ ଶାସନ ସଚିବ । ଅଧିକ ପଢନ୍ତୁ

ସଚିବ ସ୍ତରୀୟବୈଠକ ଅନୁଷ୍ଠିତ
ସଚିବ ସ୍ତରୀୟବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅନ୍ୟ ସମସ୍ତ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଛନ୍ତି । ଚଳିତ ମାସରେ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଏହି ସମ୍ମିଳନୀରେ ପ୍ରମୁଖ ସହଯୋଗ କରିଥିବା ବିଭିନ୍ନ ବିଭାଗର ସଚିବ ଓ ସଂପୃକ୍ତ କାର୍ଯ୍ୟାଳୟର କର୍ତ୍ତୃପକ୍ଷମାନଙ୍କୁ ବୈଠକରେ ପ୍ରଶଂସା କରାଯାଇଛି ।

ଦଳଗତ ପ୍ରୟାସରେ ସମସ୍ତଙ୍କ ସହଯୋଗରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଛି । ତେଣୁ ସମ୍ମିଳନୀ ଅନେକ ସଫଳତା ଆଣିଦେଇଛି । ଏଥିପାଇଁ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଗତବର୍ଷ ଜାନୁଆରୀ ମାସ ତୁଳନାରେ ଚଳିତ ବର୍ଷ ଜାନୁଆରୀ ମାସ ଶେଷ ସୁଦ୍ଧା ରାଜ୍ୟର ତଥା ବିଭିନ୍ନ ବିଭାଗର ଆର୍ଥିକ ପ୍ରଦର୍ଶନ ଭଲ ରହିଥିବା ବୈଠକରୁ ସୂଚନା ମିଳିଛି । ଗତ ମାସରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସ ଜାତୀୟସ୍ତରୀୟ ପରେଡରେ ଓଡ଼ିଶାର ପ୍ରଜ୍ଞାପନ ମେଢ ପ୍ରଥମ ହୋଇଛି । ବଲାଙ୍ଗୀର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ, ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ସମ୍ବଲପୁରରେ ମା' ସମଲେଇ ପ୍ରକଳ୍ପ ଆଦି ଲୋକାର୍ପଣ ହୋଇଛି । ବଲାଙ୍ଗୀରର ନୃସିଂହନାଥ ଓ ହରିଶଂକର ପୀଠର ପାରିପାର୍ଶ୍ୱିକ ଭିତ୍ତିଭୂମିର ଉନ୍ନତିକରଣ କାର୍ଯ୍ୟ କରାଯାଇଛି । ଏହାସହ ଅନ୍ୟ ବିଭିନ୍ନ ବିଭାଗର ଉଲ୍ଲେଖନୀୟ କାର୍ଯ୍ୟ ସଂପର୍କରେ ଉନ୍ନୟନ କମିଶନର ଅନ୍ୟ ଗର୍ଗ ଉପସ୍ଥାପନ କରିଛନ୍ତି ।

ଏହା ମଧ୍ୟ ପଢନ୍ତୁ: ଭୁବନେଶ୍ୱରରେ ଜାତୀୟ ସବୁଜ ଧାତବ ସମ୍ମିଳନୀ-୨୦୨୪ ଆରମ୍ଭ

ଏହି ବୈଠକରେ ରାଜ୍ୟ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ ଶାଶ୍ୱତ କୁମାର ମିଶ୍ର ନୂତନ ଏମଏସଏମଇ ନୀତି-୨୦୨୩ର କାର୍ଯ୍ୟକାରିତା ନେଇ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡିକ ସମ୍ପର୍କରେ ଉପସ୍ଥାପନ କରିଛନ୍ତି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ଜି ମାଥିଭାତାନନ, ସୂଚନା ଏବଂ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ମତ୍ସ୍ୟ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ କୁମାର ମିଶ୍ର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.