ETV Bharat / state

ଫେବୃଆରୀ ୧୫ରୁ ଯୁକ୍ତ ଦୁଇ ପରୀକ୍ଷା, ବଦଳିଲା ପ୍ରଶ୍ନପତ୍ର ଢାଞ୍ଚା; ଜାଣନ୍ତୁ କେଉଁ କେଉଁ ଶିକ୍ଷା କୋଶ୍ଚିନ ପ୍ୟାଟର୍ଣ୍ଣ ବଦଳିଲା ? - Plus two new question pattern

author img

By ETV Bharat Odisha Team

Published : Aug 20, 2024, 10:38 PM IST

Updated : Aug 20, 2024, 10:44 PM IST

Odisha CHSE announces new question pattern and marking distribution for Plus two examinations: ୨୦୨୫ ବାର୍ଷିକ +୨ ପରୀକ୍ଷା ପାଇଁ ବଦଳିଲା କୋଶ୍ଚିନ ପ୍ୟାଟର୍ଣ୍ଣ । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା କୋଶ୍ଚିନ ପ୍ୟାଟର୍ଣ୍ଣ ବଦଳିଲା । ଅଧିକ ପଢନ୍ତୁ

ବଦଳିଲା ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା
ବଦଳିଲା ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା (ETV Bharat Odisha)

ଭୁବନେଶ୍ବର: ଆସନ୍ତା ଫେବୃଆରି ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା । ଏହା ସମେତ ଯୁକ୍ତ ଦୁଇ ଦ୍ବାଦଶ ଶ୍ରେଣୀର ପରୀକ୍ଷାର ଢାଞ୍ଚା ବଦଳିଛି । ଯାହା ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ ଶିକ୍ଷାବର୍ଷରୁ ଏହା ଲାଗୁ କରାଯିବ ବୋଲି ‘ଇଟିଭି ଭାରତ’କୁ ସୂଚନା ଦେଇଛନ୍ତି ସିଏଚ୍‌ଏସ୍‌ଇ ର ପରୀକ୍ଷା ନିୟନ୍ତ୍ରକ।

ଜାଣନ୍ତୁ କେବେ ହେବ ଯୁକ୍ତ ଦୁଇ ପରୀକ୍ଷା-

ସିଏଚ୍‌ଏସ୍‌ଇର ପରୀକ୍ଷା ନିୟନ୍ତ୍ରକ ଇଟିଭି ଭାରତକୁ କହିଛନ୍ତି, "ଫେବୃଆରୀ ୧୫ ତାରିଖରୁ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବା। ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୫ ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ତାରିଖ ମଧ୍ୟରେ ଶେଷ ହେବ। ତେବେ ୨୦୨୫ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ ଚଳିତ ମାସରୁ ଆରମ୍ଭ କରିବା ପାଇଁ ସିଏଚ୍‌ଏସ୍‌ଇ ଯୋଜନା ରଖିଥିଲା । କିନ୍ତୁ ବର୍ତ୍ତମାନ ସମୟରେ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଶେଷ ହୋଇ ନ ଥିବାରୁ ଏହାକୁ ଆଉ କିଛି ଦିନ ପର୍ଯ୍ୟନ୍ତ ଘୁଂଚା ଯାଇଥିଲା। ଯୁକ୍ତ ଦୁଇ ପରୀକ୍ଷା ଫର୍ମ ପୂରଣ ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ।"

ଏହା ବି ପଢନ୍ତୁ- ଅଗଷ୍ଟ ୧୭ରେ ହେବ OTET ପରୀକ୍ଷା, ଜାଣନ୍ତୁ କେମିତି ଡାଉନଲୋଡ କରିବେ ଆଡ଼ମିଟକାର୍ଡ

ବଦଳିଲା ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା-
ଏପଟେ ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନ ପତ୍ର ଢାଞ୍ଚା ରେ ପରିବର୍ତ୍ତନ ନେଇ ସିଏଚ୍‌ଏସ୍‌ଇ କହିଛି, "ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପାର୍ଟନକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି । ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ ଶିକ୍ଷାବର୍ଷରୁ ଏହା ଲାଗୁ କରାଯିବ। "ନୂଆ ପଶ୍ନପତ୍ର କିଭଳି ରହିବ ଏବଂ ମାର୍କ କିପରି ଦିଆଯିବ ସେ ନେଇ ଆଜି ଅର୍ଥାତ ମଙ୍ଗଳବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗତ ଜୁନ୍ ୨୮ ତାରିଖରେ ପରିଷଦର ବୈଠକ ଏହି ନିଷ୍ପତି ନିଆଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

କେଉଁ ମାନେ ଦେବେ କେତେ ମାର୍କର ପରୀକ୍ଷା-
ସିଏଚ୍‌ଏସ୍‌ଇର ବିଜ୍ଞପ୍ତି ଅନୁଯାୟୀ, "୨୦୨୫ ରେ ଯୁକ୍ତଦୁଇ ବାର୍ଷିକ ପରୀକ୍ଷା ଦେବାକୁ ଥିବା ରେଗୁଲାର ଛାତ୍ରୀଛାତ୍ର (୨୦୨୩ରେ ନାମଲେଖାଇଥିବା ଛାତ୍ରାଛାତ୍ର) ଙ୍କ ପାଇଁ ଏହି ନୂତନ ପ୍ରଶ୍ନପତ୍ର ଢାଞ୍ଚା ଲାଗୁ ହେବ । ପ୍ରାକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ ମାର୍କର ଥିଓରୀ ଓ ୫୦ ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ। ତେବେ ନନ୍‌ପ୍ରାକ୍ଟିକାଲ ବିଷୟ ଗୁଡ଼ିକରେ ୮୦ ମାର୍କର ଥିଓରୀ ଏବଂ ୨୦ ମାର୍କର ଉଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୪୦ ମାର୍କର ଥିଓରୀ ଏବଂ ୧୦ ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ । ପ୍ରାକ୍ଟିକାଲ/ ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ପାସ୍ ହେବା ପାଇଁ ମୋଟ ୮୦ ମାର୍କରୁ ୨୪ ମାର୍କ ଅର୍ଥାତ୍ ୩୦% ରଖିବାକୁ ପଡ଼ିବ । ସେହିଭଳି ୨୦୨୨ ରେ ନାମଲେଖାଇଥିବା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କର କିଭଳି ମାର୍କ ଦିଆଯିବ ସେ ନେଇ ମଧ୍ୟ ଉକ୍‌ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି," ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Last Updated : Aug 20, 2024, 10:44 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.