ETV Bharat / state

ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ - Odisha Cm Meet Narendra Modi

author img

By ETV Bharat Odisha Team

Published : Jun 28, 2024, 10:47 AM IST

CM Mohan and Two Deputy CM Meet Modi:୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଦିଲ୍ଲୀ ଗସ୍ତ ହେଇଥିବା ବେଳେ ଏହି ସମୟରେ ସେ ପ୍ରଥମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ସମସ୍ତଙ୍କୁ ରଥାଯାତ୍ରାରେ ସାମିଲ ହେବାକୁ ନିମନ୍ତ୍ରଣ କରିଛନ୍ତି । ଅଧିକ ପଢନ୍ତୁ,

ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ
ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ (ETV Bharat Odisha)

ଭୁବନେଶ୍ୱର: ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା । ନୂଆଦିଲ୍ଲୀରେ ଗୁରୁବାର ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକଡଙ୍କୁ ଓଡିଶାର ୩ ନେତା ସୌଜନ୍ୟମୂଳକ ସାକ୍ଷାତ ଓ ଆଲୋଚନା କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ଉଭୟ ରାଷ୍ଟ୍ରପତି ଓ ଉପ ରାଷ୍ଟ୍ରପତିଙ୍କୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ଓଡ଼ିଶା ଆସିବାକୁ ଅନୁରୋଧ କରିଛନ୍ତି । ସେହିପରି ଶୁକ୍ରବାର ଦିନ(ଆଜି) କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ରାଜ୍ୟସଭାରେ ଗୃହ ନେତା ଜେପି ନଡ୍ଡା ଓ ଅନ୍ୟ ବରିଷ୍ଠ ନେତ୍ରୁବୃନ୍ଦଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି ।

ସେପଟେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି । ଶପଥ ଗ୍ରହଣ ଉତ୍ସବକୁ ପ୍ରଧାନମନ୍ତ୍ରୀ ନିଜେ ଆସିଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଗାମୀ ଦିନରେ ଓଡ଼ିଶା ଗସ୍ତ କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ, ସଡ଼କ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏବଂ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି ।

ଏହି ଆଲୋଚନାରେ ଏକ ବିକଶିତ ଓଡିଶା ଗଠନ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦିଆଯାଇଛି । ୨୦୩୬ ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡ ମ୍ୟାପ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଛି । ମୁଖ୍ୟମନ୍ତ୍ରୀ ଏହି ସବୁ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ରଥଯାତ୍ରା ପାଇଁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି ।

ଏହା ମଧ୍ୟ ପଢନ୍ତୁ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀଙ୍କୁ ଭେଟିଛନ୍ତି ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ବୁଧବାରରୁ ତିନି ଦିନଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଗୁରୁବାର ଦିନ ପ୍ରଥମେ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ଭେଟି ରାଜ୍ୟ ସ୍ଵାର୍ଥ ସମ୍ପର୍କରେ ଆଲୋଚନା କରିଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟି ଆସନ୍ତା ବଜେଟରେ ଓଡ଼ିଶାକୁ ଗୁରୁତ୍ୱ ଦେବାକୁ ଅନୁରୋଧ କରିଥିବା ଜଣାପଡ଼ିଛି ।

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.