ETV Bharat / state

ଓଡ଼ିଶାରେ UAEର କନସୁଲେଟ, ନୌବାଣିଜ୍ୟ ଓ ଆନ୍ତର୍ଜାତିକ ପର୍ଯ୍ୟଟନ କେନ୍ଦ୍ର ସ୍ଥାପନ ଉପରେ ଗୁରୁତ୍ୱ - Mohan Meets Jaishankar Nadda

author img

By ETV Bharat Odisha Team

Published : Jun 29, 2024, 10:26 PM IST

Mohan Majhi Meets Jaishankar-JP Nadda: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତର ଶେଷ ଦିନ । ଏହି ଅବସରରେ ଏସ.ଜୟ ଶଙ୍କର ଏବଂ ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କ ସହିତ ଓଡ଼ିଶାର ବିଭିନ୍ନ ସ୍ବାର୍ଥ ସମ୍ବଳିତ ପ୍ରସ୍ତାବ ଉପରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

MOHAN MEETS JAISHANKAR
MOHAN MEETS JAISHANKAR (ETV Bharat Odisha)

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ନୂଆଦିଲ୍ଲୀ ଗସ୍ତର ଆଜି ଚତୁର୍ଥ ତଥା ଅନ୍ତିମ ଦିନ । ତିନି ନେତା ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଗାନ୍ଧିଜୀଙ୍କ ଆଦର୍ଶ ଯୁଗ ଯୁଗ ପାଇଁ ସାରା ବିଶ୍ବକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ଅଟଳ ବିହାରୀ ବାଜପେୟୀ ଭାରତର ଗଣତନ୍ତ୍ରର ସୁରକ୍ଷା ଓ ଆଧୁନିକ ଭାରତ ଗଠନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ସ୍ମରଣୀୟ ହୋଇ ରହିଛନ୍ତି ବୋଲି ସେ କହିଛନ୍ତି ।

CM Meets Union Minister
CM Meets Union Minister (ETV Bharat Odisha)

UAEର କନସୁଲେଟ ଖୋଲିବା ଉପରେ ଗୁରୁତ୍ବ: ଗସ୍ତର ଶେଷ ଦିନର ପ୍ରଥମେ ତିନି ନେତା ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟ ଶଙ୍କର ଏବଂ ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କ ସହିତ ଓଡ଼ିଶାର ବିଭିନ୍ନ ସ୍ବାର୍ଥ ସମ୍ବଳିତ ପ୍ରସ୍ତାବ ଉପରେ ଆଲୋଚନା କରିଛନ୍ତି । ଜୟ ଶଙ୍କରଙ୍କ ସହ ଆଲୋଚନାରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ UAEର କନସୁଲେଟ ଖୋଲିବା ଉପରେ ଗୁରୁତ୍ବ ଦେଇଛନ୍ତି । ଦୁବାଇରେ ଓଡ଼ିଶାର ଅନେକ ଲୋକ କାମ କରୁଥିବାରୁ ଓ ଦୁବାଇ ସହିତ ବ୍ୟବସାୟିକ ସଂପର୍କ ବୃଦ୍ଧି ପାଇଁ ଏହା ବିଶେଷ ସହାୟକ ହେବ ବୋଲି ସେ କହିଛନ୍ତି । ଓଡିଶାର ୮ ଜଣ ବ୍ୟକ୍ତି ଦୁବାଇରେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବା ଓ ରାଜ୍ୟକୁ ଫେରି ପାରୁନଥିବା କଥା ଉଠାଇ ଏଥିରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ସେ ସହଯୋଗ କାମନା କରିଛନ୍ତି । ଏସବୁ ସଂପର୍କରେ ଗୁରୁତ୍ବ ଦିଆଯାଇ ଆଶୁ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ଜୟଶଙ୍କର ପ୍ରତିଶ୍ରୁତି ଦେଇଛନ୍ତି ।

ପର୍ଯ୍ୟଟନ କ୍ଷେତ୍ର ଗୁଡ଼ିକର ବିକାଶ ଉପରେ ଆଲୋଚନା: ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ର ଗୁଡ଼ିକର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଛି । ବିଦେଶୀ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟର ବୌଦ୍ଧ ପର୍ଯ୍ୟଟନ କ୍ଷେତ୍ରରେ ଗଲ୍ଫ କୋର୍ସ ପ୍ରତିଷ୍ଠା, ରାଜ୍ୟରେ ଏକ ପ୍ରମୁଖ ନୌବାଣିଜ୍ୟ କେନ୍ଦ୍ର ପ୍ରତିଷ୍ଠା ଓ ଏକ ଆନ୍ତର୍ଜାତୀୟ ପର୍ଯ୍ୟଟନ କେନ୍ଦ୍ର ଖୋଲିବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି । ଏହା ଦ୍ବାରା ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକ ମାନେ ଅଧିକ ସଂଖ୍ୟାରେ ଆସିବାକୁ ଆଗ୍ରହୀ ହେବେ । ବିଶେଷ କରି ବୌଦ୍ଧ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦ୍ଵାରା ଜାପାନ ଓ ଓଡ଼ିଶା ମଧ୍ୟରେ ସାଂସ୍କୃତିକ ଓ ବାଣିଜ୍ୟିକ ସମ୍ପର୍କ ବୃଦ୍ଧି ପାଇବ । ନୌବାଣିଜ୍ୟ କେନ୍ଦ୍ର ପାଇଁ କେନ୍ଦ୍ର ସରକାର ଏକ ବିଶେଷଜ୍ଞ ଟିମ ପଠାଇବାକୁ ନିଷ୍ପତ୍ତି ହୋଇଛି ।

ଏହା ପଢନ୍ତୁ: ରାଜଘାଟରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଓ ୨ ଉପମୁଖ୍ୟମନ୍ତ୍ରୀ

ଦ୍ବିତୀୟ ଏମ୍ସ ଖୋଲିବା ପ୍ରସ୍ତାବ ଉପରେ ଆଲୋଚନା: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସହିତ ଆଲୋଚନାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଯେଉଁସବୁ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମେଡିକାଲ କଲେଜ ଖୋଲାଯାଇନାହିଁ, ସେ ସବୁ ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରିବା ଉପରେ ଗୁରୁତ୍ବ ଦେଇଛନ୍ତି । ରାଜ୍ୟର ସବୁ ଜିଲ୍ଲାରେ ଯେପରି ମେଡିକାଲ କଲେଜ ଖୋଲିବ, ତାକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ପାଇଁ ସେ ଅନୁରୋଧ କରିଛନ୍ତି । ସେହିପରି ସମ୍ବଲପୁରରେ ଦ୍ବିତୀୟ ଏମ୍ସ ଖୋଲିବା ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା ହୋଇଛି । ଏହା ସହିତ ଭୁବନେଶ୍ୱର ସ୍ଥିତ ଏମ୍ସର ସମ୍ପ୍ରସାରଣ ଉପରେ ମଧ୍ୟ ଗୁରୁତ୍ଵ ଦେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ବୈଠକରେ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ବା ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଖୁବଶୀଘ୍ର କାର୍ଯ୍ୟକାରୀ କରିବା ଉପରେ ମଧ୍ୟ ଆଲୋଚନା ହୋଇଛି । ଏହା ଓଡ଼ିଶାର ଗରିବ ଓ ବୟୋଜ୍ୟେଷ୍ଠ ବ୍ୟକ୍ତି ମାନଙ୍କ ପାଇଁ ଖୁବ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହା ମଧ୍ୟ ପଢନ୍ତୁ: ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ

ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା: ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଚାରି ଦିନ ମଧ୍ୟରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଅନେକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଅଧିକ ସହଯୋଗ ଓ ସହଭାଗିତା ଉପରେ ଗୁରୁତ୍ବ ଦେଇ ଆଲୋଚନା କରିଛନ୍ତି । ଏହା ଦ୍ବାରା କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସଂପର୍କ ପ୍ରତିଷ୍ଠା ହେବା ସହିତ ରାଜ୍ୟର ବିକାଶ ତ୍ବରାନ୍ବିତ ହେବ ବୋଲି ସେ ଆଶାପ୍ରକାଶ କରିଛନ୍ତି । ଏଥିସହ ଦିଲ୍ଲୀ ସ୍ଥିତି ଜଗନ୍ନାଥ ମନ୍ଦିର ମଧ୍ୟ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.