ETV Bharat / state

ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ, ଭେଟିଲେ ମୋହନ, ଆରୋଗ୍ୟ କାମନା କଲେ ନବୀନ - CM Mohan Meets Biswabhusan

author img

By ETV Bharat Odisha Team

Published : Sep 17, 2024, 10:13 PM IST

CM Mohan Majhi Meets Veteran Leader Biswabhusan Harichandan: ପୂର୍ବତନ ଛତିଶଗଡ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ । ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅଧିକ ପଢ଼ନ୍ତୁ

Odisha CM Mohan Majhi Meets Veteran Leader Biswabhusan
Odisha CM Mohan Majhi Meets Veteran Leader Biswabhusan (ETV Bharat Odisha)

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ରର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ । ବିଶ୍ୱଭୂଷଣ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆଜି ସନ୍ଧ୍ୟାରେ ତାଙ୍କୁ ହସ୍ପିଟାଲରେ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହ ବିଶ୍ବଭୂଷଣଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବିଶ୍ବଭୂଷଣଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି ।

CM Mohan Meets Biswabhusan
CM Mohan Meets Biswabhusan (ETV Bharat Odisha)

ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ:

ଓଡ଼ିଶାର ବରିଷ୍ଠ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ ଅଛନ୍ତି । ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ତେଣୁ ତାଙ୍କୁ ପରିବାର ପକ୍ଷରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥତାବଶତଃ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଶ୍ବଭୂଷଣଙ୍କୁ ହସ୍ପିଟାଲରେ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଶ୍ୱଭୂଷଣଙ୍କ ସହ ହାତ ମିଳେଇବା ସହ ମୁଖ୍ୟମନ୍ତ୍ରୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଏହା ମଧ୍ୟ ପଡ଼ନ୍ତୁ...ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମରେ ମୃତ ଅଧିକାରୀଙ୍କୁ ଦାୟିତ୍ବ, ମୋହନ ସରକାରକୁ ଘେରିଲେ ବିରୋଧୀ - Dead official on PM visit duty

ବିଶ୍ୱଭୂଷଣଙ୍କ ଆରୋଗ୍ୟ କାମନା କଲେ ମୋହନ:

ବିଶ୍ୱଭୂଷଣଙ୍କୁ ଏକ ଡାକ୍ତରୀ ଟିମ୍‌ ଚିକିତ୍ସା କରୁଛନ୍ତି । ବିଶ୍ୱଭୂଷଣଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ପରାମର୍ଶ ଦେଇଛନ୍ତି । ସାକ୍ଷାତ ସମୟରେ ବିଶ୍ୱଭୂଷଣଙ୍କ ପୁଅ ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ ।

ଏହା ମଧ୍ୟ ପଢ଼ନ୍ତୁ...ଡେଙ୍ଗୁରେ ଆକ୍ରାନ୍ତ ପରେ ପୁଣି ଅସୁସ୍ଥ ହେଲେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ; ଦିଲ୍ଲୀ AIIMSରେ ଭର୍ତ୍ତି, ସ୍ବାସ୍ଥ୍ୟବସ୍ଥା ସ୍ଥିର - Jual Oram admitted to Delhi AIIMS

ଆଶୁ ଆରୋଗ୍ୟ କାମନା ନବୀନ:

ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ବିଶ୍ଵଭୂଷଣ ହରିଚନ୍ଦନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି । ବିଶ୍ୱଭୂଷଣଙ୍କ ଅସୁସ୍ଥତା ଖବର ପାଇ ନବୀନ ଆଜି ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ ଫୋନ କରିଥିଲେ । ବିଶ୍ୱଭୂଷଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ନବୀନ ସୋସିଆଲ ମିଡ଼ିଆ ଏକ୍ସ (X)ରେ ଲେଖିଛନ୍ତି, "ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥତା କାରଣରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜାଣିବାକୁ ପାଇଲି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପୁଅ ପୃଥ୍ୱୀରାଜ ହରିଚନ୍ଦନଙ୍କ ସହ କଥା ହୋଇ ବୁଝିଲି । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘାୟୁ ଜୀବନ କାମନା କରୁଛି ।"

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.