ETV Bharat / state

୧୩ ଜିଲ୍ଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର, ଖର୍ଚ୍ଚ ହେବ ୪୬୦୦ କୋଟି - ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ

Instream Storage Structure: ରାଜ୍ୟର ୧୩ ଜିଲ୍ଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ପଡ଼ିଲା ଭିତ୍ତିପ୍ରସ୍ତର । ଉପକୃତ ହେବ ଚାଷୀ ଭାଇଭଉଣୀ । ଅଧିକ ପଢନ୍ତୁ

Odisha CM Naveen
Odisha CM Naveen
author img

By ETV Bharat Odisha Team

Published : Jan 20, 2024, 3:56 PM IST

ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ଶନିବାର) ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିପାଇଁ ରାଜ୍ୟ ସରକାରଙ୍କ ପାଣ୍ଠିରୁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏନେଇ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କର ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । ଏହି ପ୍ରକଳ୍ପ ଦ୍ବାରା ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, "ଏହି ପ୍ରକଳ୍ପ ଦ୍ବାରା ଚାଷୀ ଭାଇ-ଭଉଣୀମାନେ ବହୁଳ ଭାବେ ଉପକୃତ ହେବେ । ବିଶେଷକରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ । ଏହା ସହିତ ମାଛ ଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ । ଏହି ପ୍ରକଳ୍ପ ସବୁ ଭୂତଳ ଜଳସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ । ଆମର ନିରନ୍ତର ବିକାଶ ପାଇଁ ଏପରି ପ୍ରକଳ୍ପ ଖୁବ୍ ଗୁରୁତ୍ବପୂର୍ଣ୍ଣ । ଏହା ସହିତ ବନ୍ୟା ନିୟନ୍ତ୍ରଣରେ ମଧ୍ୟ ଏହି ପ୍ରକଳ୍ପଗୁଡିକ ସହାୟକ ହେବ । ୨୦୨୦ରେ ଅନ୍ତଃ ନଦୀ ଜଳାଶୟ ପାଇଁ ୧୧ ହଜାର ୭୦୦ କୋଟି ଟଙ୍କାରେ ଯୋଜନା ଆରମ୍ଭ ହୋଇଥିଲା । ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି ।"

ଏହା ବି ପଢନ୍ତୁ- କଳାହାଣ୍ଡି ଓ ମୟୂରଭଞ୍ଜ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମଞ୍ଜୁରୀ, ଖର୍ଚ୍ଚ ହେବ ୮୬.୨୫ କୋଟି

ବରଗଡ, ବଲାଙ୍ଗୀର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ଜିଲ୍ଲାରେ ୧୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ପଡ଼ିଛି । ସବୁ କାର୍ଯ୍ୟକ୍ରମ ଲୋକମତ ଓ ଜନ ସହଭାଗିତା ଭିତ୍ତିରେ କରାଯାଉଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ଗସ୍ତ କରିବା ସମୟରେ ଲୋକଙ୍କଠାରୁ ଏପରି ପ୍ରକଳ୍ପ ପାଇଁ ପ୍ରସ୍ତାବ ଆସିଥିଲା । ଲୋକଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇ ଏହି ସବୁ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି । 5T ଉପକ୍ରମରେ ଏହି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ କାର୍ଯ୍ୟ ଏକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ । ଏହି ପ୍ରକଳ୍ପଗୁଡିକର ନିର୍ମାଣ କ୍ଷେତ୍ରରେ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗ ସହିତ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ଗୁରୁତ୍ବ ଦିଆଯାଇଛି । ଏହି ପ୍ରକଳ୍ପ ଦ୍ବାରା କୌଣସି ଲୋକ ବିସ୍ଥାପିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ପ୍ରକଳ୍ପ ଚାଷୀର ବିକାଶ ଓ ପରିବେଶର ସୁରକ୍ଷା ପାଇଁ ଉଦ୍ଦିଷ୍ଟ । କାଳିଆ ଯୋଜନା କୃଷକମାନଙ୍କ ପାଇଁ ବିନା ସୁଧରେ ଋଣ ସୁବିଧା, ଶସ୍ୟ ବୀମା ପ୍ରିମିୟମ ପ୍ରଦାନ ଆଦି କାର୍ଯ୍ୟକ୍ରମ ରାଜ୍ୟରେ ଚାଷୀମାନଙ୍କର ଆତ୍ମବିଶ୍ବାସକୁ ବୃଦ୍ଧି କରିଛି । ଚାଷୀର ଉନ୍ନତି ହେଲେ ରାଜ୍ୟର ଉନ୍ନତି ହେବ । ସେମାନଙ୍କ ଉନ୍ନତି ପାଇଁ ଆମେ କାମ କରୁଛୁ ଓ ଆଗାମୀ ଦିନରେ କାମ କରି ଚାଲିବୁ । ବଲାଙ୍ଗୀରରେ ଉପସ୍ଥିତ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି ଯେ, ଚାଷୀଙ୍କର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ସଂକଳ୍ପ ରହିଛି । ଖରା ଦିନେ ଯେପରି ପାଣି ପାଇବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପ ଆରମ୍ଭ କରିଛନ୍ତି ।

ଏହା ବି ପଢନ୍ତୁ- ସୁନ୍ଦରଗଡରେ ୨ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମଞ୍ଜୁର, ୩୮୬.୨୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା ମହାକାଳପଡାରେ ଉପସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ, କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି । କେବଳ ଏହି ପ୍ରକଳ୍ପ ନୁହେଁ, କେନ୍ଦ୍ରାପଡାରେ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । ଆର୍ସେଲର ମିତ୍ତଲ ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଛନ୍ତି । 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ରାଜ୍ୟର ସବୁ ସ୍ଥାନର ଉନ୍ନତି ପାଇଁ ପ୍ରକଳ୍ପ କରୁଛନ୍ତି । କେନ୍ଦ୍ରାପଡାର ସବୁ ବିକାଶ କାର୍ଯ୍ୟକ୍ରମରେ ଲୋକଙ୍କ ଭରପୁର ସହଯୋଗ ମିଳୁଛି । କେନ୍ଦ୍ରାପଡାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ ପ୍ରକଳ୍ପ ପାଇଁ ଜାପାନ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଖୁବ ଉଦ୍ୟମ କରିଥିଲେ । ଲୋକଙ୍କ ସହଯୋଗରେ ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ଏଥିପାଇଁ ଶୁଭ ଦେବେ । କାର୍ଯ୍ୟକ୍ରମରେ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.