ETV Bharat / state

୨ ଗୁଣ ହେଲା ମମତା ଯୋଜନା ସହାୟତା ରାଶି; ୫ ହଜାରରୁ ୧୦ ହଜାର ଟଙ୍କାଙ୍କୁ ବଢିଲା - ମମତା ଯୋଜନା

ମମତା ଯୋଜନା ସହାୟତା ରାଶି ୨ ଗୁଣ ହୋଇଛି । ଏନେଇ ବିଧିବଦ୍ଧ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପିଛିଲା ଭାବେ ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ । ଅଧିକ ପଢନ୍ତୁ

Mamata Scheme
Mamata Scheme
author img

By ETV Bharat Odisha Team

Published : Feb 13, 2024, 9:09 PM IST

ଭୁବନେଶ୍ବର: ମମତା ଯୋଜନା ସହାୟତା ରାଶି ୨ ଗୁଣ ହୋଇଛି । ଏନେଇ ବିଧିବଦ୍ଧ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପିଛିଲା ଭାବେ ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ । ଚଳିତ ମାସ ୨୦ରୁ ୨୫ ତାରିଖ ମଧ୍ୟରେ ବକେୟା ରାଶି ହିତାଧିକାରୀଙ୍କୁ ମିଳିବ ।

ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ ଟି କିସ୍ତିରେ ୫ ହଜାର ଟଙ୍କା ମିଳୁଛି । ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାମାନଙ୍କୁ ଏଣିକି ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ । ଚଳିତ ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ବକେୟା ରାଶି ହିତାଧିକାରୀଙ୍କୁ ମିଳିବ । ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ପ୍ରଥମ କିସ୍ତିରେ ଗର୍ଭାବସ୍ଥାର ୬ ମାସ ପରେ ୬୦୦୦ ଟଙ୍କା ଏବଂ ଦ୍ବିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ଦେବାର ବ୍ୟବସ୍ଥା ହୋଇଛି ।

ଅଧିକ ପଢନ୍ତୁ- ୫୯ ଲକ୍ଷରୁ ଉର୍ଦ୍ଧ୍ୱ ଗର୍ଭବତୀ ଓ ପ୍ରସୂତି ପାଇଛନ୍ତି ମମତା ଯୋଜନା ସୁବିଧା

୧୯ ବର୍ଷରୁ ଉର୍ଦ୍ଧ୍ବ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ପାଇଁ ଏହି ସହାୟତା ପାଇପାରିବେ । ୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା'ମାନଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି । ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା ଓ ପୁଷ୍ଟି ହୀନତା ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୧ ମସିହାରେ ଲୋକପ୍ରିୟ ମମତା ଯୋଜନାର ଶୁଭାରମ୍ଭ କରିଥିଲେ । ମମତା ଯୋଜନା ବେଶ ଲୋକପ୍ରିୟ ଯୋଜନା । ଏହାକୁ ଜାତୀୟ ସ୍ତରରେ ଏକ ମଡେଲ ଭାବରେ ଗ୍ରହଣ କରାଯାଇଛି ।

ଯୋଜନା ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୬୦ ଲକ୍ଷରୁ ଉର୍ଦ୍ଧ୍ବ ଗର୍ଭବତୀ ଓ ପ୍ରସୂତି ମା ଉପକୃତ ହେଉଛନ୍ତି । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର ୯୦୦ କୋଟି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର ହୋଇଛି । ଏହି ଯୋଜନା ବିଷୟରେ ସୂଚନା ବା ଅଭିଯୋଗ ନିମନ୍ତେ ୧୮୧ ହେଲ୍ପଲାଇନକୁ କଲ କିମ୍ବା ନିକଟସ୍ଥ ଅଙ୍ଗନବାଡି କେନ୍ଦ୍ରରେ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଏହି ସହାୟତା ରାଶି ବୃଦ୍ଧି କରିବା ପାଇଁ ପ୍ରସ୍ତାବ ମିଳିଥିଲା । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଏହା ଆସିବା ପରେ ମମତା ଯୋଜନାର ସହାୟତା ରାଶି ପରିମାଣକୁ ବୃଦ୍ଧି କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.