ଭୁବନେଶ୍ବର: ରାଜ୍ୟରେ ସରକାରୀ ବିଭାଗ ଗୁଡିକରେ ଖାଲି ରହିଛି । ଖାଲି ଥିବା ପଦବୀ ପୂରଣ ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ତେଣୁ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି । ମାର୍ଚ୍ଚ 31 ସୁଦ୍ଧା ସମସ୍ତ ଖାଲି ପଦବୀ ପୂରଣ ପାଇଁ ନିଯୁକ୍ତି ଆାୟୋଗଙ୍କୁ ପ୍ରସ୍ତାବ ଦେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅନୁସୂଚିତବର୍ଗର ଖାଲି ପଦବୀ ପୂରଣ ପାଇଁ ହେବ ସ୍ପେଶାଲ ଡ୍ରାଇଭ ।
ଅତ୍ୟାବଶ୍ୟକୀୟ ସେବା ଯୋଗାଉଥିବା ସମସ୍ତ ପଦବୀ ପୂରଣ ହେବ:
''ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବ'' ବୋଲି ଲୋକସେବା ଭବନରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷ ମାନଙ୍କ ସହିତ ଆଲୋଚନା ସମୟରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ ଭାବେ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି । ଅତ୍ୟାବଶ୍ୟକୀୟ ସେବା ଯୋଗାଉ ଥିବା ସ୍ୱାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗର ପଦବୀ ଗୁଡିକୁ ଖାଲି ନ ରଖି ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
5 ବର୍ଷରେ ଦେଢ ଲକ୍ଷ ନିଯୁକ୍ତି ଲକ୍ଷ୍ୟ:
ଜୟପୁରରେ ଲୋକସେବା ଆୟୋଗର ଗୋଟେ ପରୀକ୍ଷା କେନ୍ଦ୍ର କରାଯିବ:
ମୁଖ୍ୟମନ୍ତ୍ରୀ କହିଛନ୍ତି, "ଗ୍ରୁପ-ବି ବର୍ଗର ପଦବୀ ପୂରଣ ପାଇଁ ଏମପାଓ୍ବାଡ କମିଟିର ଅନୁମୋଦନ ଦରକାର ନାହିଁ । ଭିନ୍ନକ୍ଷମ ବର୍ଗଙ୍କ ନିଯୁକ୍ତି କ୍ଷେତ୍ରରେ ଯାଞ୍ଚ ଓ ସଂରକ୍ଷଣ ପାଇଁ ଅର୍ଥ ବିଭାଗରେ କାର୍ଯ୍ୟରତ ଥିବା ଏମପାଓ୍ବାଡ କମିଟିକୁ ପୁନର୍ଗଠନ ହେବ । ସେଥିରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରତିନିଧିଙ୍କୁ ସାମିଲ କରାଯିବ । ଏଥିପାଇଁ ନିଷ୍ପତ୍ତି ହୋଇଛି । ଏଥି ସହିତ ଅବିଭକ୍ତ କୋରାପୁଟ ଜିଲ୍ଲାର ପରୀକ୍ଷାର୍ଥୀଙ୍କ ସୁବିଧା ଦୃଷ୍ଟିରୁ ଜୟପୁରରେ ଲୋକସେବା ଆୟୋଗର ଗୋଟେ ପରୀକ୍ଷା କେନ୍ଦ୍ର କରାଯିବ । ବର୍ତ୍ତମାନ ଲୋକସେବା ଆୟୋଗର 5ଟି ପରୀକ୍ଷା କେନ୍ଦ୍ର ରହିଛି ।
ବୈଠକରେ UPSCର ଅଧ୍ୟକ୍ଷ ଅରୁଣ ଷଡଙ୍ଗୀ, OSSCର ଅଧ୍ୟକ୍ଷ ଅଭୟ, OSSSC ଅଧ୍ୟକ୍ଷ ଲଳିତ ଦାସ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ଏବଂ ଆୟୋଗ ଗୁଡିକର ସଦସ୍ୟବୃନ୍ଦ ଏବଂ ସଚିବ ମାନେ ଉପସ୍ଥିତ ଥିଲେ ।
ଇଟିଭି ଭାରତ, ଭୁବନେଶ୍ବର