ETV Bharat / state

ବଢ଼ିଲା ଆଶାକର୍ମୀଙ୍କ ଦରମା, ସାଢ଼େ ୪ ହଜାରରୁ ୭ ହଜାର ଟଙ୍କାକୁ ବୃଦ୍ଧି

Asha Workers Monthly Salary Hikes: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ରାଜ୍ୟର ଆଶାକର୍ମୀ ମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି । ଅଧିକ ପଢନ୍ତୁ

author img

By ETV Bharat Odisha Team

Published : Mar 7, 2024, 11:36 AM IST

Updated : Mar 7, 2024, 11:56 AM IST

Asha Workers
Asha Workers

ଭୁବନେଶ୍ୱର: ଆଶାକର୍ମୀଙ୍କ ପାଇଁ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଢିଲା ଆଶାକର୍ମୀଙ୍କର ମାସିକ ପାରିଶ୍ରମିକ । ଏହା ସହିତ ଆଶାକର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏହା ଦ୍ବାରା ରାଜ୍ୟର ୪୯,୫୨୨ ଆଶାକର୍ମୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ ।

ନୂତନ ଘୋଷଣା ଅନୁଯାୟୀ, ଆଶାକର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିଲେ । ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ । ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିଲେ । ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ । ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ ।

ଏହା ମଧ୍ୟ ପଢନ୍ତୁ-ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି, ବର୍ଷକୁ ଖର୍ଚ୍ଚ ହେବ ୩୫୦ କୋଟି

ଆଶା କର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି । ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି । ଏହା ସହିତ ଟୀକାକରଣ ଓ ଇଷ୍ଟିଚ୍ୟୁସନାଲ ଡେଲିଭରି କ୍ଷେତ୍ରରେ ମଧ୍ୟ ଆଶା କର୍ମୀମାନେ ଗୁରୁ ଦାୟିତ୍ୱ ବହନ କରୁଛନ୍ତି । ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ଆଶାକର୍ମୀ ତଥା ସେମାନଙ୍କ ସଙ୍ଗଠନ ତାଙ୍କୁ ଭେଟିଥିଲେ । ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ମଧ୍ୟ ଦେଇଥିଲେ । ଏହା ଉପେର ବିଚାର ବିମର୍ଷ କରି ରାଜ୍ୟ ସରକାର ନିଷ୍ପତ୍ତି ନେଇ ଆଶାକର୍ମୀଙ୍କ ମାସିକ ଦରମା ବୃଦ୍ଧି କରିଛନ୍ତି ।

  • ଆଶାକର୍ମୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି
  • ପୂର୍ବରୁ ପାଉଥିଲେ ୪,୫୦୦ ଟଙ୍କା ଏବେ ପାଇବେ ୭,୦୦୦
  • ଉପକୃତ ହେବେ ୪୯,୫୨୨ ଆଶାକର୍ମୀ
  • ଏଥିପାଇଁ ଖର୍ଚ୍ଚ ହେବ ୧୪୮.୫୭ କୋଟି ଟଙ୍କା
  • ସେବା ନିବୃତ୍ତି ପ୍ରୋତ୍ସାହନ ୫୦ ହଜାରରୁ ୧ ଲକ୍ଷ ଟଙ୍କାକୁ ବୃଦ୍ଧି
  • ଏଥି ପାଇଁ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ ହେବ

ଏହା ପୂର୍ବରୁ ରାଜ୍ୟର ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏହା ସହିତ ଅଙ୍ଗନବାଡି କର୍ମୀଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ହୋଇଥିଲା । ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ମିନି ଅଙ୍ଗନବାଡି କର୍ମୀଙ୍କ ମାସିକ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହୋଇଛି । ସେହିପରି ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ୱର

Last Updated : Mar 7, 2024, 11:56 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.