ETV Bharat / state

ବଢ଼ିଲା ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି, ଉପକୃତ ହେବେ 59509

author img

By ETV Bharat Odisha Team

Published : Mar 9, 2024, 6:21 PM IST

Salary Hike Of Community Support Staff: କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପାଇଁ ଖୁସି ଖବର । ପ୍ରୋତ୍ସାହନ ରାଶି ବୃଦ୍ଧି ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଅକ୍ଟୋବର 2023ରୁ ପିଛିଲା ଭାବରେ ଏହା କାର୍ଯ୍ୟକାରୀ ହେବ । ଅଧିକ ପଢନ୍ତୁ

ବଢ଼ିଲା ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି , ଉପକୃତ ହେବେ 59509

ଭୁବନେଶ୍ବର: ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କ ପାଇଁ ଖୁସି ଖବର । ବୃଦ୍ଧି ହେଲା ସେମାନଙ୍କ ପ୍ରୋତ୍ସାହନ ରାଶି । ଏନେଇ ଆଜି(ଶନିବାର) ଦିନ ଘୋଷଣା କରିଛନ୍ତି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅକ୍ଟୋବର 2023ରୁ ପିଛିଲା ଭାବରେ ଏହା କାର୍ଯ୍ୟକାରୀ ହେବ । ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର 59509 କମ୍ୟୁନିଟି ସପୋର୍ଟ ଷ୍ଟାଫ ଉପକୃତ ହେବେ ବୋଲି ଜଣାପଡ଼ିଛି ।

ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କର ଅତୁଳନୀୟ ଅବଦାନ ରହିଛି । ଏହାକୁ ସମ୍ମାନ ଜଣାଇଛନ୍ତି ରାଜ୍ୟ ସରକାର । ଏହା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି । ମିଶନ ଶକ୍ତି ଅଧୀନରେ 50509 କମ୍ୟୁନିଟି ସପୋର୍ଟ ଷ୍ଟାଫ ଅଛନ୍ତି । MBK, CRP-CM, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି 2023 ମସିହା ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ କରାଯିବ ।

ତେବେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି କ୍ରମେ MBK, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକା ମାନେ ମାସିକ 6750 ଟଙ୍କାରୁ 10750 ଟଙ୍କା ପାଇବେ । କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ 3750 ଟଙ୍କା ପରିବର୍ତ୍ତେ 6250 ଟଙ୍କା ପାଇବେ । CRP-CM ଏବେ ମାସକୁ ମୋଟ 3600 ଟଙ୍କା ପରିବର୍ତ୍ତେ 6100 ଟଙ୍କା ପାଇବେ । ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର 2023ରୁ ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟବରାଦ କରିଛନ୍ତି । 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନେ ତାଙ୍କୁ ଭେଟି ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟରେ ଦୃଷ୍ଟି ଆକର୍ଷଣ କରିଥିଲେ ।

ଏହା ମଧ୍ୟ ପଢନ୍ତୁ.......ରାଜ୍ୟସ୍ତରୀୟ ବିଶ୍ୱ ମହିଳା ଦିବସ; 'ମହିଳାଙ୍କ ଅଧିକାରର ସୁରକ୍ଷା ପାଇଁ ଜାରି ରହିଛି ଉଦ୍ୟମ'

ସେହିପରି ପୂର୍ବରୁ ଗତ ୭ ତାରିଖ ଦିନ ଆଉଟ ସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରିଥିଲେ ରାଜ୍ୟ ସରକାର । ସେମାନଙ୍କ ୨୫ ପ୍ରତିଶତ ପାରିଶ୍ରମିକ ବୃଦ୍ଧି ହୋଇଥିଲା । ବିଭିନ୍ନ ସେବା ପ୍ରଦାନକାରୀ ସଂସ୍ଥା ଦ୍ବାରା ରାଜ୍ୟର ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟ ସୋର୍ସିଂ କର୍ମଚାରୀମାନଙ୍କ ଦରମା ବୃଦ୍ଧି ହୋଇଥିଲା ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.