ETV Bharat / state

ଶିକ୍ଷା ସ୍ବେଚ୍ଛାସେବୀଙ୍କ ପାରିଶ୍ରମିକ ବୃଦ୍ଧି, ଏଣିକି ପାଇବେ 10 ହଜାର

author img

By ETV Bharat Odisha Team

Published : Mar 2, 2024, 4:10 PM IST

Salary Hike of PHIEV: ଶିକ୍ଷା ସ୍ବେଚ୍ଛାସେବୀଙ୍କ ପାରିଶ୍ରମିକ ବୃଦ୍ଧି ଘୋଷଣା କଲେ ରାଜ୍ୟ ସରକାର । ପୂର୍ବରୁ ୫୩୭୯ ଟଙ୍କା ପାଉଥିବା ବେଳେ ଏଣିକି 10 ହଜାର ଟଙ୍କା ପାଇବେ । ଅଧିକ ପଢନ୍ତୁ

Salary Hike of PHIEV
Salary Hike of PHIEV

ଭୁବନେଶ୍ବର: ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଶିକ୍ଷା ନିମନ୍ତେ ନିୟୋଜତ ଶିକ୍ଷା ସ୍ବେଚ୍ଛାସେବୀ(PHIEV) ମାନଙ୍କ ପାରିଶ୍ରମିକ ବୃଦ୍ଧି । ଏ ନେଇ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା ହୋଇଛି । ମାସିକ ୫୩୭୯ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ହୋଇଛି । ଏହା ଦ୍ବାରା ୧୧୧୭ ଜଣ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV) ଉପକୃତ ହେବେ ।

ରାଜ୍ୟର ବିଭିନ୍ନ ବିଦ୍ୟାଳୟମାନଙ୍କର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି । ୨୦୧୪ ମସିହାରୁ ବିଭିନ୍ନ ଗ୍ରାମ ପଞ୍ଚାୟତମାନଙ୍କରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ ବା PHIEV ମାନଙ୍କୁ ନିୟୋଜିତ କରାଯାଇଛି । ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀମାନଙ୍କୁ ମାସିକ ୫୩୭୯ ଟଙ୍କା ପାରିତୋଷିକ ଭାବରେ ଦିଆଯାଉଛି । 5ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ଏହା ମଧ୍ୟ ପଢନ୍ତୁ: ବଢ଼ିଲା କଳା ଓ କ୍ରୀଡ଼ା ଶିକ୍ଷକଙ୍କ ପାରିଶ୍ରମିକ, 7 ହଜାରରୁ ହେଲା 10 ହଜାର

ଉକ୍ତ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀମାନଙ୍କ ବିଭିନ୍ନ ଦାବିକୁ ସହୃଦୟତାର ସହ ବିଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ପାରିତୋଷିକକୁ ମାସିକ ୫୩୭୯ ଟଙ୍କାରୁ ୧୦,୦୦୦ ହଜାର ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି କରିଛନ୍ତି । ଏହା ଦ୍ବାରା ରାଜ୍ୟରେ ବର୍ତ୍ତମାନ ନିୟୋଜିତ ୧୧୧୭ ଜଣ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ ଉପକୃତ ହେବେ । ତେବେ କେବେଠାରୁ ଏହା ଲାଗୁ ହେବ ସେନେଇ ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । ଆଗକୁ ଆସୁଛି ସାଧାରଣ ନିର୍ବାଚନ । ଓଡ଼ିଶାରେ ଏକାସାଙ୍ଗରେ ବିଧାନସଭା ଓ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ । ଏହାପୂର୍ବରୁ ସବୁବର୍ଗର କର୍ମଚାରୀଙ୍କୁ ଖୁସି କରିବା ପାଇଁ ଏବଂ ଆନ୍ଦୋଳନରତ କର୍ମଚାରୀଙ୍କୁ ଶାନ୍ତ କରିବା ପାଇଁ ବଡ଼ ବଡ଼ ଘୋଷଣା କରୁଛନ୍ତି ନବୀନ ସରକାର ।

ଏହା ମଧ୍ୟ ପଢନ୍ତୁ: ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି, ବର୍ଷକୁ ଖର୍ଚ୍ଚ ହେବ ୩୫୦ କୋଟି

ପ୍ରକାଶାଥାଉକି, ସାମୟିକ କଳା ଓ କ୍ରୀଡ଼ା ଶିକ୍ଷକଙ୍କ ମଧ୍ୟ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ପୂର୍ବରୁ ସେମାନଙ୍କ ପାରିଶ୍ରମିକ 7 ହଜାର ଟଙ୍କା ରହିଥିବା ବେଳେ ଏହାକୁ 10 ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୂରା ୧୨ ମାସ ପାଇଁ ପାଇବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.