ETV Bharat / state

୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ଆଲର୍ଟ - ODISHA WEATHER LATEST UPDATE

ରାଜ୍ୟରେ ଜାରି ରହିଛି ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଆଗାମୀ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ।

Odisha Weather Forecast Latest Update
Odisha Weather Forecast Latest Update (Getty)
author img

By ETV Bharat Odisha Team

Published : Oct 7, 2024, 6:18 PM IST

ଭୁବନେଶ୍ବର: ରାଜ୍ୟ ଉପରେ ବର୍ତ୍ତମାନ କୌଣସି ପାଣିପାଗର ନିୟାମକ ସକ୍ରିୟ ନାହିଁ । ଫଳରେ ଆଗାମୀ ୭ ଦିନ ଅର୍ଥାତ ୧୩ ତାରିଖା ଯାଏଁ ପ୍ରବଳ ବର୍ଷା ସମ୍ଭାବନା ନଥିବା ବେଳେ କିଛି କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ରହିବ । ଆସନ୍ତା ୨୪ ଘଣ୍ଟା ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ପାଇଁ ୨୩ ଜିଲ୍ଲାକୁ ସତର୍କ ସୂଚନା ଜାରିକରିଛି ପାଣିପାଗ ବିଭାଗ । ଏପଟେ ରାଜ୍ୟରେ ବର୍ଷା ଲାଗି ରହିଥିଲେ ମଧ୍ୟ ଗରମ ଗୁଳୁଗୁଳି ଅନୁଭୂତ ହେଉଛି ।

ବିଜୁଳି ଘଡ଼ଘଡ଼ି ଆଲର୍ଟ:

Odisha Weather Forecast Latest Update (ETV Bharat Odisha)
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ରହିବ । ଏଥିପାଇଁ ୨୩ଟି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼କୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆଗାମୀ କିଛି ଦିନ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ।

ଏବୁଠୁ ଉତ୍ତପ୍ତ ଏହି ସହର:

Odisha Weather Forecast Latest Update
Odisha Weather Forecast Latest Update (IMD)

ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଥିବା ବେଳେ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଗତକାଲି ଅନେକ ସ୍ଥାନରେ ଗରମ ଗୁଳୁଗୁଳି ହୋଇଥିବା ବେଳେ ଗଜପତିର ପାରଳାଖେମୁଣ୍ଡି ସହର ସବୁଠାରୁ ଉତ୍ତପ୍ତ ସହର ରହିଥିଲା । ଯେଉଁଠି ସର୍ବାଧିକ ୩୬.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହପରି ଭୁବନେଶ୍ବରରେ ୩୩.୫ ଡିଗ୍ରୀ ସେଲସିୟସ ଓ କଟକରେ ୩୨.୬ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଏହାସହ ଫୁଲବାଣୀରେ ସର୍ବନିମ୍ନ ୨୧.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ମୌସୁମୀ ଅପସାରଣ ବିଳମ୍ବ ହେଉଥିବାରୁ ଆଦ୍ରତାର ପରିମାଣ ବଢ଼ିବାରେ ଲାଗିଛି । ଫଳରେ ପ୍ରବଳ ଗରମ ସହ ଗୁଳୁଗୁଳି ହେଉଛି । ସମ୍ପୂର୍ଣ୍ଣ ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ ହିଁ ରାଜ୍ୟରେ ଗୁଳୁଗୁଳି କମିବା ଵୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଏହା ମଧ୍ୟ ପଢ଼ନ୍ତୁ...୨୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ଆଲର୍ଟ, ଏହି ଦିନ ସାରା ଓଡ଼ିଶାରେ ବର୍ଷିବ - Odisha Weather Latest Update

ଏହା ମଧ୍ୟ ପଢ଼ନ୍ତୁ...୧୨ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ଆଲର୍ଟ, ଆଉ କିଛିଦିନ ଲାଗି ରହିବ ବର୍ଷା - Odisha Weather Latest Update

ଏହା ମଧ୍ୟ ପଢ଼ନ୍ତୁ...ପୁଣି ଲଘୁଚାପ, ୭ ଦିନ ଯାଏଁ ଲାଗି ରହିବ ବର୍ଷା - Odisha Weather Latest Update

ଏହି ଯାଗାରେ ସର୍ବାଧିକ ବର୍ଷା ରେକର୍ଡ:

ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲା ଚନ୍ଦନପୁରରେ ସର୍ବାଧିକ ୭୭.୬ ମିମି ବର୍ଷା ରେକର୍ଡ ହୋଇଛି । ସେହପରି ମୟୂରଭଞ୍ଜର ବାଙ୍ଗିରପୋଷିରେ ୬୬.୦ କେନ୍ଦୁଝର ଜିଲ୍ଲା ଯୋଡାରେ ୩୩.୬ ମିମି, ଅନୁଗୋଳ ଛେଣ୍ଡିପଦାରେ ୩୧.୪ ମିମି ବାଲେଶ୍ବର ଏନଏଚ-୫, ଗୋବିନ୍ଦପୁରରେ ୨୯.୨ ମିମି ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.