ETV Bharat / state

ଆଗାମୀ 24 ଘଣ୍ଟାରେ ଏହି 4 ଜିଲ୍ଲାରେ ହେବ ଘନ କୁହୁଡ଼ି, ୟେଲୋ ୱାର୍ଣ୍ଣିଂ ଜାରି - IMD ODISHA WEATHER PREDICTION

ଆଗକୁ ଆହୁରି ବଢ଼ିବ ଶୀତ । ଦୃଶ୍ୟମାନ ହେବ ଘନ କୁହୁଡ଼ି । ଆଗାମୀ ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Odisha Weather Latest Forecast
Odisha Weather Latest Forecast (ETV Bharat Odisha)
author img

By ETV Bharat Odisha Team

Published : Jan 18, 2025, 8:12 PM IST

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଶୀତ । ଥରୁଛି ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା । ଆଗାମୀ ୪ରୁ ୫ ଦିନ ଯାଏଁ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ଏଭଳି ଶୀତ ଜାରି ରହିବ । ୫ ଦିନ ପରେ ପୁଣି ତାପମାତ୍ରା ହ୍ରାସ ହେବା ସହ ଆହୁରି ଶୀତ ବଢିବ । ଏହାସହ ବାୟୁମଣ୍ଡଳରେ ଆର୍ଦ୍ରତାର ପରିମାଣ ରହୁଥିବାରୁ ରାତିରେ ଶୀତର ପ୍ରକୋପ ଅଧିକ ରହୁଛି । ସେପଟେ ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ । ହେଲେ ରାଜ୍ୟରେ ଆହୁରି ୨୪ ଘଣ୍ଟା ଘନ କୁହୁଡ଼ି ଦୃଶ୍ୟମାନ ହେବାକୁ ଥିବା ବେଳେ ଏନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଣ୍ଟା ପାଇଁ ୱାର୍ଣ୍ଣିଂ:

ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏହାସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଏଥିପାଇଁ ୪ ଜିଲ୍ଲା କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆଗାମୀ ୩ ଦିନ ପର୍ଯ୍ୟନ୍ତ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦୁଝର, ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହା ମଧ୍ୟ ପଢ଼ନ୍ତୁ...୫ ଦିନ ପରେ ପୁଣି ଶୀତ, ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଏହା ମଧ୍ୟ ପଢ଼ନ୍ତୁ...୫ ଦିନ ପରେ ବଢିବ ଶୀତ, କୁହୁଡି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେଉଁଠି କେତେ ତାପମାତ୍ରା:

Odisha Weather Latest Forecast
Odisha Weather Latest Forecast (IMD)

ଗତ ୨୪ ଘଣ୍ଟା ମଧ୍ୟରେ ପାହାଡ଼ିଆ ଅଞ୍ଚଳ ଭାବରେ ଜି. ଉଦୟଗିରିରେ ୫.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସମତଳ ଅଞ୍ଚଳ ଭାବରେ ଫୁଲବାଣୀରେ ୮.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ସର୍ବାଧିକ ତାପମାତ୍ରା ମାଲକାନଗିରିରେ ୩୦.୩ ଡିଗ୍ରୀ ରେକର୍ଡ କରାଯାଇଛି । ଅନ୍ୟପଟେ ଫୁଲବାଣୀରେ ଘନ କୁହୁଡ଼ି ଦେଖାଦେଇଥିହା ବେଳେ ଦୃଶ୍ୟମାନର ଦୂରତା ୫୦ ମିଟର ରହିଥିଲା ।

Odisha Weather Latest Forecast
Odisha Weather Latest Forecast (ETV Bharat Odisha)

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.