ETV Bharat / state

ଦୃଶ୍ଯମାନ ହେବ ଘନ କୁହୁଡ଼ି, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି - IMD ODISHA WEATHER UPDATE

ଓଡ଼ିଶାରେ ଶୀତ ଜାରି ରହିଛି । ଆଜି ଠାରୁ 3 ଦିନ ତାପମାତ୍ରା ବୃଦ୍ଧି ପାଇବ । ଘନ କୁହୁଡ଼ି ଦୃଶ୍ୟମାନ ହେବ । ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

Odisha Weather Latest Forecast
Odisha Weather Latest Forecast (ETV Bharat Odisha)
author img

By ETV Bharat Odisha Team

Published : Jan 11, 2025, 4:40 PM IST

ଭୁବନେଶ୍ବର: ସାରା ରାଜ୍ୟରେ ଶୀତର ଲହରୀ ଜାରି ରହିଥିବା ବେଳେ ଆଜିଠୁ ସାମାନ୍ୟ କମିପାରେ । ଆଗାମୀ ୭ ଦିନ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଶୁଖିଲା ପାଗ ରହିବ । ସର୍ବନିମ୍ନ ତାପମାତ୍ରା ଆଗାମୀ ୩ ଦିନରେ ୨ରୁ ୪ ବୃଦ୍ଧି ପାଇବାକୁ ଥିବା ବେଳେ ଶୀତର ପ୍ରକୋପ କମିବ । ୩ ଦିନ ପରେ ସର୍ବନିମ୍ନ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ସହ ପୁଣି ଶୀତର ପ୍ରକୋପ ବୃଦ୍ଧି ପାଇବା ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟରେ ହାଲୁକା ଶୀତ ଅନୁଭବ ହେବାକୁ ଥିବା ବେଳେ ଘନ କୁହୁଡି କରିବ କଲବଲ । କୁହୁଡ଼ି ପାଇଁ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ:

Odisha Weather Latest Forecast (ETV Bharat Odisha)

ଆଗାମୀ ୩ ଦିନ ପାଇଁ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି । ଏହା ପର ଠାରୁ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ହ୍ରାସ ପାଇବାର ସମ୍ଭାବନା ଅଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଏଥିପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡ଼ିକ ହେଉଛି, କୋରାପୁଟ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର ଓ ସୁନ୍ଦରଗଡ଼ । ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା, ପୁରୀ, ସମ୍ବଲରପୁର, କଳାହାଣ୍ଡି ଓ ଯାଜପୁର ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବା ସମ୍ଭାବନା ଅଛି । ଆସନ୍ତାକାଲି ଝାରସୁଗୁଡା, କଳାହାଣ୍ଡି, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ସମ୍ବଲପୁର,ଗଞ୍ଜାମ, ଗଜପତି ଓ ପୁରୀରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦୃଶ୍ୟମାନ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Odisha Weather Latest Forecast
Odisha Weather Latest Forecast (IMD)

ଏହା ମଧ୍ୟ ପଢ଼ନ୍ତୁ...ବଢ଼ିବ କୁହୁଡ଼ି, ରାତି ୨ରୁ ସକାଳ ୧୦ ପର୍ଯ୍ୟନ୍ତ ସତର୍କ

ଏହା ମଧ୍ୟ ପଢ଼ନ୍ତୁ...ଆହୁରି ୨ ଦିନ ଘନକୁହୁଡି, ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଘନ କୁହୁଡ଼ି ସତର୍କ:

ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ପାହାଡିଆ ଅଞ୍ଚଳ ଭାବରେ ଜି. ଉଦୟଗିରିରେ ସର୍ବନିମ୍ନ ୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସମତଳ ଅଞ୍ଚଳ ଭାବରେ ଫୁଲବାଣୀରେ ୬.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ନୟାଗଡ, ଢେଙ୍କାନାଳ, କେନ୍ଦୁଝର ଅନୁଗୋଳ କଟକ ଓ ଫୁଲବାଣୀରେ ମଧ୍ୟମ କୁହୁଡି ଦୃଶ୍ୟମାନ ହୋଇଥିବା ବେଳେ ତାଳଚେର ଓ ଭୁବନେଶ୍ୱର ଘନ କୁହୁଡି ଦୃଶ୍ୟମାନ ହୋଇଛି । ସେପଟେ ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଥିବାରୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି ରାତି ୨ଟାରୁ ସକାଳ ୧୦ ପର୍ଯ୍ୟନ୍ତ ଘାଟିରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ରାସ୍ତାରେ ନଜର ରଖିବାକୁ ପରିବହନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.