ETV Bharat / state

Rain Alert: ଲଘୁଚାପ ଆଣିବ ବଡ଼ ବର୍ଷା; ଏହିଦିନ ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ ବିଭାଗ - Low Pressure Rain

author img

By ETV Bharat Odisha Team

Published : Sep 2, 2024, 6:16 PM IST

Odisha weather Update: ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲକୁ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ କଲା ପାଣିପାଗ ବିଭାଗ । ପଢ଼ନ୍ତୁ ସମ୍ପୂର୍ଣ୍ଣ ଖବର

Odisha weather Update
Odisha weather Update (ETV Bharat Odisha)

ଭୁବନେଶ୍ବର: ଆସୁଛି ଆହୁରି ଏକ ଲଘୁଚାପ । ପ୍ରଭାବରେ ରାଜ୍ୟରେ ଆଣିବ ବଡ଼ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଲଘୁଚାପ ପ୍ରଭାବରେ ୪ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଓଡ଼ିଶାରୁ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ସବୁଠି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ଆଗାମୀ ୮ ତାରିଖ ପର୍ଯ୍ୟନ୍ତ ଲାଗି ରହିବ । ଯାହାକୁ ନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।

ଲଘୁଚାପ ବଢାଇବ ବର୍ଷା:

ଆଜି ଓ ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଏହାପରେ ଆସନ୍ତା ୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୪ ତାରିଖରୁ ବର୍ଷାର ପରିମାଣ ବଢ଼ିବ । ୫ ତାରିଖରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି । ଏଥିପାଇଁ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...Heavy Rain: ଆନ୍ଧ୍ର-ତେଲେଙ୍ଗାନାରେ ବର୍ଷା ବିତ୍ପାତ, 25 ମୃତ, 140 ଟ୍ରେନ ବାତିଲ, ସ୍ଲୁଲ-କଲେଜ ଛୁଟି - Telangana Andhra rain

ଏହି ଦିନ ପ୍ରବଳ ବର୍ଷା:

ସେହିପରି ୬ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ତେବେ ଏହି ଲଘୁଚାପ ଜନିତ ବର୍ଷା ୭ରୁ ୮ ତାରିଖ ଯାଏଁ ଲାଗି ରହିବ । ଏହାକୁ ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ମୁଖ୍ୟତଃ ୫ ଓ ୬ ତାରିଖରେ ଅଧିକରୁ ଅଧିକ ବର୍ଷାକୁ ନେଇ ସତର୍କ କରିଛି ପାଣିପାଗ ବିଭାଗ ।

Odisha weather Update
Odisha weather Update (IMD)

ଏହା ମଧ୍ୟ ପଢ଼ନ୍ତୁ...ଆସୁଛି ଆହୁରି ଏକ ଲଘୁଚାପ; ପ୍ରବଳ ବର୍ଷିବ, ଏହି ଦିନ ଠାରୁ ବଢ଼ିବ ବର୍ଷା - Heavy Rain Alert
ନିଅଣ୍ଟିଆ ବର୍ଷା:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୩୭.୬ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୯୩୧. ୯ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କନ୍ଧମାଳର ଜି. ଉଦୟଗିରିରେ ସର୍ବାଧିକ ୪୬ .୫ ମିମି ବର୍ଷା ରେକର୍ଡ ହୋଇଛି ।

ଏହା ମଧ୍ୟ ପଢ଼ନ୍ତୁ...ମନ୍ତ୍ରୀ ଦେଲେ ଡେଡଲାଇନ୍; ବିଲ୍ଡରଙ୍କ ଛାତି ଧଡଧଡ; ରାଜଧାନୀରେ ଠିଆ ହୋଇଛି 191 ବେଆଇନ ଆପାର୍ଟମେଣ୍ଟ, ବୁଲିବ ବୁଲଡୋଜର - illegal apartments to be demolished

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.